ରେଳଧାରଣାରୁ ପୋଲିସ ଡିଏସ୍‌ପିଙ୍କ ସ୍ତ୍ରୀଙ୍କ ମୃତଦେହ ଉଦ୍ଧାର

ବ୍ରହ୍ମପୁର ଅଫିସ , ୪।୬ – ସରକାରୀ ରେଳବାଇ ଥାନା (ଜିଆର୍‌ପି) ଅନ୍ତର୍ଗତ ଗୋପାଳପୁର ଓଭର ବ୍ରିଜ ତଳ ଦେଇ ଯାଇଥିବା ରେଳଧରଣାରୁ ବୁଧବାର ରାତ୍ର ୧୧ଟା ବେଳେ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଥିଲା । ମୃତ ମହିଳା ଜଣଙ୍କ ଗାଙ୍ଗପୁର ଥାନା ଅନ୍ତର୍ଗତ ଗୋଡ଼ିଆଳିର ମୂଳନିବାସୀ ଅନିଲ କୁମାର ପ୍ରଧାନଙ୍କ ସ୍ତ୍ରୀ ସୁଷମା ପ୍ରଧାନ (୫୪) ବୋଲି ପୋଲିସ କହିଛି । ଅନିଲ ପ୍ରଧାନ ଗଜପତି ଜିଲାରେ ପୋଲିସ ଡିଏସପି ଭାବେ କାର୍ଯ୍ୟରତ ରହିଥିବା ବେଳେ ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଖୋଡାସିଂ କଳିଙ୍ଗ ନଗରରେ ଘର ଭଡା ନେଇ ରହୁଥିଲେ ବୋଲି ପୋଲିସ ସୂଚନା ଦେଇଛି। ଜିଆରପି ପୋଲିସ ଗୁରୁବାର ଏମ୍‌କେସିଜି ମେଡିକାଲରେ ମହିଳାଙ୍କ ମୃତଦେହ ଜବତ କରି ୨୨/୨୦ ଅନୁସାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି।

ସୂଚନା ଅନୁଯାୟୀ, ରେଳଧରଣାରେ ଜଣେ ମହିଳାଙ୍କ ମୃତଦେହ ପଡିଥିବା ପୋଲିସ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚିଥିଲା। ଅନ୍ୟପଟେ ସ୍ତ୍ରୀ ସୁଷମା ଘରୁ ହଠାତ ନିଖୋଜ ହୋଇଯାଇଥିଲେ। ଅନିଲ ବହୁ ଖୋଜାଖୋଜି କରିବା ପରେ ଶେଷରେ ଖବର ପାଇ ସେ ମଧ୍ୟ ରେଳଧରଣା ନିକଟରେ ପହଞ୍ଚି ସ୍ତ୍ରୀଙ୍କ ମୃତଦେହ ଚିହ୍ନଟ କରିଥିଲେ ବୋଲି ଥାନାଧିକାରୀ ସୁକାନ୍ତ ଭୋଇ ସୂଚନା ଦେଇଛନ୍ତି । ପ୍ରାଥମିକ ତଦନ୍ତରୁ ମହିଳା ଜଣଙ୍କ ଏକ ଗୁଡ୍ସ ଟ୍ରେନ ଆଗକୁ ଆସି ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି ବୋଲି ସେ କହିଛନ୍ତ।


Enter your email to get our daily news in your inbox.

All Right Reserved By Dharitri.Com

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri