ରେଳଧାରଣାରୁ ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣା: ୩ଦିନ ପରେ ବି ମୃତ୍ୟୁ ରହସ୍ୟ ଖୋଲିଲାନି

କଣ୍ଟାବାଞ୍ଜି/ଲାଠୋର, ୧୭ା୬(ଡି.ଏନ.ଏ.): ବଲାଙ୍ଗୀର ଜିଲା ହରିଶଙ୍କର ରୋଡ ରେଳଷ୍ଟେଶନ ନିକଟ ପିପଲବାହାଲଠାରେ ନିର୍ମାଣ ହେଉଥିବା ରେଳଧାରଣାର ୧୪୮/୪ ନମ୍ବର ଖୁଣ୍ଟଠାରେ ରବିବାର ଜଣେ ଯୁବକଙ୍କ ମୃତଦେହ ଜିଆରପି ଉଦ୍ଧାର କରିଥିଲା। ମୃତକ ହେଲେ ଲାଠୋର ଗ୍ରାମର ରାଜାରାମ ସୁନା (୩୫)। ଏ ନେଇ କଣ୍ଟାବାଞ୍ଜି ଜିଆରପି ଏକ ଅପମୃତ୍ୟୁ ମାମଲା (ନଂ.୨୩/୨୦) ରୁଜୁ କରି ଅନୁସନ୍ଧାନ ଜାରି ରଖିଥିଲା। ପ୍ରାଥମିକ ତଦନ୍ତରୁ ଏହା ଏକ ହତ୍ୟାକାଣ୍ଡ ବୋଲି ପୋଲିସ ସନ୍ଦେହ କରୁଥିଲେ ହେଁ ତିନିଦିନ ପରେ ବି ଅଭିଯୁକ୍ତମାନେ ଧରାପଡିନାହାନ୍ତି। ଗତ ୧୩ତାରିଖ ରାତି ପ୍ରାୟ ୧୦ଟା ୩୦ରେ ରାଜାରାମଙ୍କର କେହି ଜଣେ ସାଙ୍ଗ ତାଙ୍କୁ ଘରୁ ଡାକି ନେଲା ପରେ ସେ ଆଉ ଘରକୁ ଫେରିନାହାନ୍ତି। ଏହା ପରଦିନ ସନ୍ଧ୍ୟାରେ ତାଙ୍କ ମୃତଦେହ ରେଳ ଧାରଣାରେ ପଡିଥିବା ଖବର ମିଳିଥିଲା। ଘଟଣାସ୍ଥଳକୁ ତାଙ୍କ ପରିବାର ଲୋକେ ଚିହ୍ନଟ କରିଥିଲେ। ତାଙ୍କ ମୁଣ୍ଡରେ ଗଭୀର ଆଘାତ ଥିବା ଦେଖାଯାଇଥିଲା। ଏ ନେଇ କଣ୍ଟାବାଞ୍ଜି ଜିଆରପି ଏସଆଇ ମୋହନ ନାୟକଙ୍କୁ ପଚାରିବାରୁ କହିଛନ୍ତି ଯେ, ଆମେ ତଦନ୍ତ ଜାରି ରଖିଛୁ। ଖୁବଶୀଘ୍ର ଘଟଣାର ପର୍ଦ୍ଦାଫାଶ ହେବ। ଜିଆରପିର ଧିମା ତଦନ୍ତକୁ ବିଏସପି ନେତା ଲବ ସୁନା ସମାଲୋଚନା କରିଛନ୍ତି। ଯଥାଶୀଘ୍ର ଅପରାଧୀଙ୍କୁ ଧରି ପରିବାରବର୍ଗଙ୍କୁ ନ୍ୟାୟ ପ୍ରଦାନ ନ କଲେ ଜନ ଆନ୍ଦୋଳନ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ଡିଜେଲ ଅଭାବରୁ ଚାଲିଲାନି ଜେନେରେଟର: ମରିଗଲେ ଫାର୍ମର ସମସ୍ତ କୁକୁଡ଼ା

ମାଲକାନଗିରି,୧୭।୫(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲାରେ ଡିଜେଲ ଅଭାବ ଏବେ ଗୁରୁତର ସମସ୍ୟା ହୋଇଛି। ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ ହେବା ପରେ ଜେନେରେଟର ଚାଲି ନ ଥିବାରୁ ଏକ…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ବନମାଳିପୁଟ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

ସୁନାଥରରେ ଗ୍ଯାସ ସିଲିଣ୍ଡର ବିସ୍ଫୋରଣ ଘଟଣା, ଆଠଦିନର ସଂଗ୍ରାମ ପରେ ଆଖିପୁଜିଲେ ପ୍ରଶନ

ପୁରୁଷୋତ୍ତମପୁର,୧୭ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ଗତ ରବିବାର ସନ୍ଧ୍ୟାରେ…

ଭାରସାମ୍ଯ ହରାଇ ଗଛକୁ ପିଟିଲା ଟ୍ରକ, ଡ୍ରାଇଭର ମୃତ

ପୁରୁଷୋତ୍ତମପୁର,୧୭ା୫( ସବିତା ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଥାନା ଆନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ଯରାସ୍ତାର ବାଇଧର ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଲାଣି ଠାରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri