ରେଳଧାରଣା କଡ଼ରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ

ବନ୍ତ,୬।୧(ସ୍ବ.ପ୍ର.)- ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ବନ୍ତ ବ୍ଲକ ଅଳଉତି ଗ୍ରାମର
ଗତ ୪ ଦିନ ଧରି ନିଖୋଜ ଥିବା ଜଣେ ବୃଦ୍ଧାଙ୍କ ମୃତଦେହ ସୋମବାର କେନ୍ଦୁଆପଦା ରେଳ ଷ୍ଟେଶନଠାରୁ କିଛି ଦୂରରେ କ୍ଷତବିକ୍ଷତ ଅବସ୍ଥାରେ ଉଦ୍ଧାର କରାଯାଇଛି। ମୃତା ବୃଦ୍ଧା ହେଲେ ଉକ୍ତ ଗ୍ରାମର ପାର୍ବତୀବାଳା ଭୂୟଁା(୭୦)। ଖବର ପାଇ କେନ୍ଦୁଆପଦା ଫାଣ୍ଡି ଅଧିକାରୀ ବ୍ୟାସଦେବ ମହାପାତ୍ର ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛନ୍ତି। ଏ ନେଇ ଗ୍ରାମାଞ୍ଚଳ ଥାନାରେ ଏକ ଅପମୃତ୍ୟୁ ମାମଲା(ନଂ.୪/୨୦) ରୁଜୁ କରାଯାଇଛି।
ସୂଚନା ଅନୁସାରେ, ଏହି ଗ୍ରାମର ଜ୍ୟୋସ୍ନାରାଣୀ ଭୂୟଁା କେନ୍ଦୁଆପଦା ପଞ୍ଚାୟତ ଆମ୍ପୋର ଗ୍ରାମରେ ତାଙ୍କ ମା’ ପାର୍ବତୀବାଳାଙ୍କ ସହିତ ରହୁଥିଲେ। ଗତ ୩ ତାରିଖ ଅପରାହ୍ନ ସାଢ଼େ ୧୨ଟାରେ ସେ ଶୋଇଥିବା ସମୟରେ ତାଙ୍କ ମା’ ଘରୁ କେଉଁଆଡ଼େ ପଳାଇ ଯାଇଥିଲେ। ଜ୍ୟୋସ୍ନାରାଣୀ ତାଙ୍କ ସମ୍ପର୍କୀୟ ଘରେ, ରେଲୱେ ଷ୍ଟେଶନ ଓ ବସ୍‌ଷ୍ଟାଣ୍ଡ ସମେତ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିଥିଲେ ମଧ୍ୟ ପାର୍ବତୀବାଳାଙ୍କ କୌଣସି ସନ୍ଧାନ ପାଇ ନ ଥିଲେ। ପରେ ୫ ତାରିଖରେ କେନ୍ଦୁଆପଦା ଫାଣ୍ଡିରେ ଅଭିଯୋଗ କରିଥିଲେ। ସୋମବାର ତାଙ୍କ ମା’ଙ୍କ ମୃତଦେହ କେନ୍ଦୁଆପଦା ରେଲୱେ ଷ୍ଟେଶନଠାରୁ ୩ କି.ମି. ଦୂର ରେଳ ଲାଇନ କଡ଼ରେ ପଡ଼ିଥିବା ସେ ଖବର ପାଇଥିଲେ। ତେବେ ପାର୍ବତୀବାଳାଙ୍କ ମୃତ୍ୟୁର କାରଣ ଜଣାପଡ଼ି ନାହିଁ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଫାଣ୍ଡି ନିକଟରୁ ସୁନା ଚେନ୍ ଲୁଟିନେଲେ ଲୁଟେରା, ପୋଲିସକୁ ଖୋଲା ଚାଲେଞ୍ଜ!

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ପୋଲିସ ବିଟ୍ ହାଉସ ନିକଟରୁ ଜଣେ ବ୍ୟକ୍ତିଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ । ଏକ ବାଇକରେ…

ଏଇ ଭାରତରେ

ପକ୍ଷୀ ଜୀବନ ଏବେ ସଙ୍କଟରେ। ଜଳବାୟୁ ପରିବର୍ତ୍ତନ,ସହରୀକରଣରେ ବାସସ୍ଥାନ ଓ ଖାଦ୍ୟ ଅଭାବ ଯୋଗୁ ବଂଶବୃଦ୍ଧି ନ ହୋଇ ବହୁ ପ୍ରଜାତିର ପକ୍ଷୀ ଏବେ ବିଲୁପ୍ତିର ଦ୍ୱାରଦେଶରେ।…

ପରୀକ୍ଷା ପାଇଁ ପ୍ରସ୍ତୁତି

ଚଳିତ ବର୍ଷ ଫେବୃଆରୀଠାରୁ ଆମ ରାଜ୍ୟରେ ବିଭିନ୍ନ ପରୀକ୍ଷା ଆରମ୍ଭ ହେଉଛି। ଏଥି ନିମନ୍ତେ ପ୍ରତ୍ୟେକ ପରୀକ୍ଷାର୍ଥୀ ଜୋର୍‌ସୋରରେ ପ୍ରସ୍ତୁତି ଚଳାଇଛନ୍ତି। ପରୀକ୍ଷାର୍ଥୀମାନେ ପରୀକ୍ଷା ପାଇଁ ଯେତିକି…

ଆଜିଠୁ ବିଧାନସଭା ବଜେଟ ଅଧିବେଶନ, ୨୦୨୬-୨୭ ବର୍ଷ ପାଇଁ ବଜେଟ ଆଗତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୨(ସୁନିତ୍‌ ମିଶ୍ର): ୧୭ଦଶ ବିଧାନସଭାର ଷଷ୍ଠ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହେବ। ଏହି ଅଧିବେଶନରେ ରାଜ୍ୟ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣକାଳୀନ ବଜେଟ ଗୃହରେ…

‘କୃତ୍ରିମ ବୁଦ୍ଧିମତ୍ତା: ପରିବର୍ତ୍ତନ ଧାରାରେ ଭାରତ ଅଗ୍ରଣୀ’

ନୂଆଦିଲ୍ଲୀ,୧୭ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ଠାରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ଏକ୍ସପୋର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ ବିଭିନ୍ନ ଷ୍ଟଲ୍‌ ବୁଲିବା…

ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲକୁ ୧୨୦ କୋଟି ଜରିମାନା

ନୂଆଦିଲ୍ଲୀ,୧୭ା୨: ବହୁ ଚର୍ଚ୍ଚିତ ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲ ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ୧୨୦ କୋଟି ଟଙ୍କା ଜରିମାନା କରିଛି। ଏଥିସହିତ ଏହି ପୋର୍ଟାଲର ପ୍ରତିଷ୍ଠାତା ପ୍ରବୀର…

ପ୍ରକାଶ ପାଇଲା ଜେଇଇ ମେନ୍‌ ରେଜଲ୍ଟ, ଭବେଶ ପାତ୍ର ଓଡ଼ିଶା ଟପ୍ପର

ଭୁବନେଶ୍ୱର,୧୭ା୨(ସୁଚିସ୍ମିତା ସାହୁ):  ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍‌ ୨୦୨୬ ପ୍ରଥମ ସେସନର ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ଜେଇଇ ପେପର-୧…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri