ରେଳବାଇ ଜାଗାରୁ ଗଛକଟା: ଜେଲ୍‌ ଗଲେ ଅଭିଯୁକ୍ତ କାଠ ବେପାରୀ

ରୂପ୍‌ସା, ୪।୯(ଡି.ଏନ.ଏ.)-ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବାଲେଶ୍ୱର ଜିଲା ରାଜଘାଟ ରେଳଷ୍ଟେଶନ ପାଖ ରେଳବାଇ ଜାଗାରେ ଥିବା ଏକ ଜଙ୍ଗଲରୁ ଅବାଧ ଗଛକଟା ନେଇ ସାଧାରଣରେ ଅସନ୍ତୋଷ ଦେଖାଦେଇଛି। ଦୀର୍ଘଦିନ ଧରି କାଠ ବ୍ୟବସାୟୀମାନେ ରାତିଦିନ ମୂଲ୍ୟବାନ ଗଛ ସବୁ କାଟି ନେଉଥିବା ଅଭିଯୋଗ ହେଉଥିଲେ ହେଁ ରେଳ ଓ ବନ ବିଭାଗ ତରଫରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନ ଥିବା ଷ୍ଟେଶନ ଡେଭେଲପମେଣ୍ଟ କମିଟି କର୍ମକର୍ତ୍ତା ଅଭିଯୋଗ କରିଛନ୍ତି। ରେଳବାଇ ସମ୍ପତ୍ତିର ରକ୍ଷଣାବେକ୍ଷଣ ଦାୟିତ୍ୱରେ ଥିବା ଆରପିଏଫ୍‌ ଥାନା ପୋଲିସ ମଧ୍ୟ ଏହି ଜଙ୍ଗଲ ସୁରକ୍ଷା କରିବାରେ ଫେଲ ହୋଇଥିବା ଅଞ୍ଚଳବାସୀ କହିଛନ୍ତି। ସୋମବାର ପୁଣି ଏହି ଜଙ୍ଗଲରୁ ଗଛ କଟାଯାଇଥିବା ଦେଖି ସ୍ଥାନୀୟ ଲୋକେ ଆରଫିଏଫ୍‌ ଓ ବନ ବିଭାଗକୁ ଖବର ଦେଇଥିଲେ। ଆରପିଏଫ୍‌ ଥାନା ପୋଲିସ ଏସ୍‌. ପାତ୍ର କର୍ମଚାରୀଙ୍କ ସହ ଘଟଣାସ୍ଥଳରେ ପହଞ୍ଚତ୍ କଟାଯାଇଥିବା କାଠଗଣ୍ଡିକୁ ଜବତ କରିବା ସହ ବସ୍ତା ଥାନା ବେଣାପୁରା ଗ୍ରାମର ଅଭିଯୁକ୍ତ ମଣ୍ଟୁ ଓରଫ୍‌ ମନୋରଞ୍ଜନ ମହାଳିକଙ୍କୁ ଗିରଫ କରିଥିଲେ। ଅଭିଯୁକ୍ତଙ୍କ ବିରୋଧରେ ଏକ ମାମଲା ରୁଜୁ କରାଯାଇ ମଙ୍ଗଳବାର କୋର୍ଟଚାଲାଣ କରାଯାଇଛି।
ଏହି ଷ୍ଟେଶନ ନିକଟସ୍ଥ କାଳୀମନ୍ଦିର ପାଖରେ ରେଳ ବିଭାଗ ତରଫରୁ ଆକାଶୀ, ପଟାସ, କଦମ୍ବ ଆଦି ଚାରାରୋପଣ କରାଯାଇ ଜଙ୍ଗଲ ସୃଷ୍ଟି ହୋଇଥିଲା। ଏବେ ନିୟମିତ କାଠ ମାଫିଆମାନେ ଜଙ୍ଗଲର ମୂଲ୍ୟବାନ କାଠ ସବୁ ଚୋରାରେ ଓ ବେଆଇନ ଭାବେ କାଟି ନେଉଥିବାରୁ ଜଙ୍ଗଲ ନଷ୍ଟ ହେବାକୁ ବସିଛି। ବାରମ୍ବାର ଅଭିଯୋଗ ହେବା ପରେ ପ୍ରଥମଥର ପାଇଁ ଆରପିଏଫ୍‌ ପହଞ୍ଚତ୍ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଥିବାରୁ କାଠ ମାଫିଆଙ୍କ ମହଲରେ ଛନକା ପଶିଛି।


Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ଡୁଙ୍ଗୁରିପାଲିରେ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ: ଜବରଦଖଲମୁକ୍ତ ହେଲା ସମବାୟ ସମିତିର ଗୋଦାମ ଗୃହ

ଡୁଙ୍ଗୁରିପାଲି, ୪।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଆଞ୍ଚଳିକ ସମବାୟ ବାଣିଜ୍ୟ ସମିତି ଲିଃ ର ଏକ ପୁରାତନ ଗୋଦାମ ଗୃହକୁ ଦୀର୍ଘ ବର୍ଷ ଧରି ଜବରଦଖଲ…

ନିୟମିତ ଭାବେ ରାସ୍ତା ଅବରୋଧକୁ କେନ୍ଦ୍ର କରି ମାରପିଟ୍, ଅଭିଯୁକ୍ତ ବାପା-ପୁଅ ଗିରଫ

ବଞ୍ଚୋ, ୪।୮(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ଶିବରାୟଣପୁର ଗ୍ରାମରେ ରାସ୍ତା ଅବରୋଧକୁ କେନ୍ଦ୍ର କରି ଘଟିଥିବା ମାରପିଟ୍ ଘଟଣାରେ ପୋଲିସ ବାପା ଓ ପୁଅଙ୍କୁ ଗିରଫ…

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ହାଟଡିହୀରେ ଅଭାବନୀୟ ଚିତ୍ର: ଖଟିଆରେ ଭାଲିଆ ନାଳ ପାର ହେଲେ ରୋଗୀ, ରାସ୍ତା-ପୋଲ ନଥିବାରୁ ଦୁର୍ଦ୍ଦଶାରେ…

ହାଟଡିହୀ, ୪।୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କେ. ବାଲିପାଳ ପଞ୍ଚାୟତ ଅନ୍ତର୍ଗତ ମଲ୍ଲିପଶି ଗ୍ରାମକୁ ପକ୍କା ରାସ୍ତା ଏବଂ ନାଳ ଉପରେ ପୋଲ…

ହାଟଡିହୀରେ ମିଳୁନି ସାର: ସମବାୟ ସମିତି ଓ ବିକ୍ରୟ କେନ୍ଦ୍ର ପରିଦର୍ଶନ କଲେ ବିଧାୟକ

ହାଟଡିହୀ/ଛେନାପଦୀ, ୪।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବର୍ତ୍ତମାନ ପ୍ରବଳ ସାର ସଙ୍କଟ ଦେଖାଦେଇଛି। ସମବାୟ ସମିତିରେ ଆବଶ୍ୟକୀୟ ସାର ନ ଥିବାବେଳେ ଖୋଲା…

ବିଧାୟକଙ୍କ ହସ୍ତକ୍ଷେପ ପରେ ବେଲଗୁଣ୍ଠାରେ ଲୋକଙ୍କୁ ମିଳିଲା ବିଶୁଦ୍ଧ ପାଣି

ବେଲଗୁଣ୍ଠା, ୪।୮ (କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଏନ୍.ଏ.ସି. ଅନ୍ତର୍ଗତ ୧୨ ଏବଂ ୧୩ ନମ୍ବର ୱାର୍ଡ ଭଗବତପାଟଣା ଓ ଧନିଜାପଲ୍ଲୀରେ ବିଗତ କିଛି…

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଆବେଦନ: ଦାରିଙ୍ଗବାଡ଼ି କୃଷି କାର୍ଯ୍ୟାଳୟରେ କୃଷକଙ୍କ ପ୍ରବଳ ଭିଡ଼

ଦାରିଙ୍ଗବାଡ଼ି,୪।୮(ଅରୁଣ ସାହୁ): କୃଷି କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ କୃଷକମାନଙ୍କୁ ବିଭିନ୍ନ ଯୋଜନାର ସୁଫଳ ଯୋଗାଇ ଦିଆଯାଉଛି। ବର୍ତ୍ତମାନ ଅଞ୍ଚଳରେ ଲଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri