ରେଳଷ୍ଟେଶନରେ ଏକକ ବ୍ୟବହୃତ ପ୍ଲାଷ୍ଟିକ ନିଷିଦ୍ଧ: କାର୍ଯ୍ୟାନୁଷ୍ଠାନ ପାଇଁ ନିୟମ ନାହିଁ

ଭୁବନେଶ୍ୱର, ୫ା୧୦(ବ୍ୟୁରୋ): ଗାନ୍ଧୀ ଜୟନ୍ତୀରୁ ରେଳଷ୍ଟେଶନଗୁଡ଼ିକରେ ଏକକ ବ୍ୟବହୃତ ପ୍ଲାଷ୍ଟିକ ବ୍ୟବହାର ଉପରେ କଟକଣା ଜାରି କରାଯାଇଛି। ହେଲେ ଏବେ ବି ବିଭିନ୍ନ ଷ୍ଟେଶନରେ ନିଷିଦ୍ଧ ପ୍ଲାଷ୍ଟିକ ଓ ପଲିଥିନ୍‌ ବ୍ୟବହାର ହେଉଛି। ତେବେ ସମ୍ପୃକ୍ତ ବ୍ୟବହାରକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ କୌଣସି ନିୟମ ନାହିଁ। ଫଳରେ ଏହି କଟକଣାର କାର୍ଯ୍ୟକାରିତା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
ମାସକ ଆଗରୁ ବିଭିନ୍ନ ଷ୍ଟେଶନରେ ସଚେତନତା କାର୍ଯ୍ୟକ୍ରମ କରି ଯାତ୍ରୀଙ୍କୁ ଏକକ ବ୍ୟବହୃତ ପ୍ଲାଷ୍ଟିକ ବ୍ୟବହାର ନ କରିବାକୁ ବୁଝାଯାଇଛି। ୨ ଅକ୍ଟୋବରରୁ ଏହି ନିୟମ କଡାକଡି ଭାବେ ପାଳନ କରାଯିବ ବୋଲି ରେଲଓ୍ବେ ବୋର୍ଡ ନିଷ୍ପତ୍ତି ନେଇଥିଲା। ନିୟମ ଲାଗୁହେବା ପୂର୍ବରୁ ଷ୍ଟେଶନରେ ପ୍ଲାଷ୍ଟିକ ବ୍ୟବହାର ନ କରିବା ଲାଗି ଡିଆର୍‌ଏମ୍‌ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ଷ୍ଟେଶନ ପରିସରସ୍ଥ ଖୁଚୁରା ବ୍ୟବସାୟୀମାନଙ୍କୁ ଏ ସମ୍ପର୍କରେ ଅବଗତ କରାଇବାକୁ ସେମାନଙ୍କୁ କୁହାଯାଇଥିଲା। ହେଲେ ଏବେ ବି ଭୁବନେଶ୍ୱର ଷ୍ଟେଶନରେ ଏକକ ବ୍ୟବହୃତ ପ୍ଲାଷ୍ଟିକ ବ୍ୟବହାର ହେଉଥିବା ଦେଖିବାକୁ ମିଳିଛି। ଏପରି କି ନିଷିଦ୍ଧ ପଲିଥିନରେ ଖାଦ୍ୟ ଜିନିଷ ପ୍ୟାକେଟ ହୋଇ ବିକ୍ରି ହେଉଛି। ତେବେ ନିଷିଦ୍ଧ ପ୍ଲାଷ୍ଟିକ ବ୍ୟବହାର ବିରୋଧରେ କାର୍ଯ୍ୟାନୁଷ୍ଠାନ ନିମନ୍ତେ ରେଲଓ୍ବେ ବୋର୍ଡରୁ କୌଣସି ସର୍କୁଲାର ଆସିନାହିଁ ବୋଲି ଭୁବନେଶ୍ୱର ଷ୍ଟେଶନ କର୍ତ୍ତୃପକ୍ଷ କହିଛନ୍ତି। ପୂର୍ବତଟ ରେଳପଥ ମୁଖ୍ୟାଳୟରେ ମଧ୍ୟ ଏ ସଂକ୍ରାନ୍ତ କୌଣସି ସୂଚନା ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ଯୁଦ୍ଧବିରତି ଉପରେ ଆଲୋଚନା ଦୂରର କଥା: ବୈଠକ ପୂର୍ବରୁ ୨ଟି ବଡ଼ ସର୍ତ୍ତ ରଖିଦେଲେ…

ନୂଆଦିଲ୍ଲୀ,୧୧।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଏକ ଇରାନୀ ପ୍ରତିନିଧି ଦଳ ଶାନ୍ତି ଆଲୋଚନା ପାଇଁ ଇସଲାମାବାଦରେ ପହଞ୍ଚିଛି। ଏହି ପ୍ରତିନିଧି ଦଳ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

ପୋଲିସ ଦମନଲୀଳାର ଦୁଃଖ ବଖାଣିଲେ ସିଜିମାଳି ଆଦିବାସୀ

ଭୁବନେଶ୍ୱର, ୧୧ା୪(ବନ୍ଦନା ସେଠୀ):ବେଦାନ୍ତ ପାଇଁ ରାୟଗଡ଼ା ଜିଲାର ସିଜିମାଳି ଅଞ୍ଚଳରେ ଆଦିବାସୀ ଲୋକଙ୍କ ଉପରେ ଚାଲିଥିବା ପୋଲିସର ଦମନଲୀଳା, ନିଷେଧାଦେଶ ଓ ଗଣତାନ୍ତ୍ରିକ ଅଧିକାର ଉଲ୍ଲଂଘନକୁ ବାମପନ୍ଥୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri