ରେଳଷ୍ଟେଶନରେ ସୁରକ୍ଷିତ ମଣୁନାହାନ୍ତି ଯାତ୍ରୀ

ବ୍ରହ୍ମପୁର ଅଫିସ,୧୯ା୧-ଦକ୍ଷିଣ ଓଡ଼ିଶାର ବ୍ରହ୍ମପୁର ରେଳଷ୍ଟେଶନ ଉପରେ ପ୍ରତିଦିନ ହଜାର ହଜାର ଲୋକ ନିର୍ଭର କରନ୍ତି। ଏହି ଷ୍ଟେଶନ ଦେଇ ବହୁ ଟ୍ରେନ ଚଳାଚଳ କରୁଛି। ଏଠାରୁ ଯାତ୍ରୀମାନେ ଭୁବନେଶ୍ୱର ଦେଇ କଲିକତା ଓ ଦିଲ୍ଲୀ ଯିବା ପାଇଁ ଏବଂ ଆନ୍ଧ୍ରପ୍ରଦେଶ ଦେଇ ସୁରଟ, ମୁମ୍ବାଇ, ତାମିଲନାଡୁ ଆଦିକୁ ଯାଇଥାନ୍ତି। ଦୈନିକ ବହୁ ଯାତ୍ରୀ ବିଭିନ୍ନ ସ୍ଥାନକୁ ଯିବାପାଇଁ ବ୍ରହ୍ମପୁର ରେଳଷ୍ଟେଶନକୁ ଆସୁଛନ୍ତି। ତେବେ ଏଠାରେ ଅସହାୟ ତଥା ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କ ସଂଖ୍ୟା ବଢ଼ୁଥିବାରୁ ଯାତ୍ରୀମାନେ ସୁରକ୍ଷିତ ମଣୁ ନଥିବା ଅଭିଯୋଗ ହେଉଛି। ବିଶେଷକରି ମହିଳା ଯାତ୍ରୀମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏ ଦିଗରେ କେହି ବି ଦୃଷ୍ଟି ଦେଉନାହାନ୍ତି।
ଶନିବାର ସକାଳେ ଭୁବନେଶ୍ୱର ଯିବା ପାଇଁ ଜଣେ ଯୁବତୀ ବ୍ରହ୍ମପୁର ରେଳଷ୍ଟେଶନକୁ ଆସିଥିଲେ। ସେ ଟିକେଟ ପାଇଁ କାଉଣ୍ଟରକୁ ଯାଉଥିବା ବେଳେ ଜଣେ ମାନସିକ ବିକାରଗ୍ରସ୍ତ ଯୁବକ ତାଙ୍କୁ ଭିଡି ନେଇଥିଲେ। ଏହାଦେଖି ସେଠାରେ ଥିବା ଲୋକେ ସମ୍ପୃକ୍ତ ମାନସିକ ବିକାରଗ୍ରସ୍ତଙ୍କୁ ଟାଣିଆଣି ରାସ୍ତାରେ ଛାଡ଼ିଥିଲେ। ପରେ ଯୁବତୀ ଜଣକ କାଉଣ୍ଟରରୁ ଟିକେଟ ନେଇ ଟ୍ରେନ ଆସିବା ପରେ ଭୁବନେଶ୍ୱର ଯାଇଥିଲେ। ଏପରି ଘଟଣା ଥରକୁ ଥର ହେଉଥିବାରୁ ମହିଳାଯାତ୍ରୀମାନେ ନିଜକୁ ସୁରକ୍ଷିତ ମଣୁନାହାନ୍ତି। ସରକାର ମହିଳା ଓ ଯୁବତୀଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଉଥିବା କହୁଥିବା ବେଳେ ଏଠାରେ କାର୍ଯ୍ୟରତ ଅଧିକାରୀମାନଙ୍କ ଖାମଖିଆଲ ନୀତି ଯୋଗୁ ଏଭଳି ଅଭାବନୀୟ ଘଟଣା ଘଟୁଛି। ରେଳଷ୍ଟେଶନରେ ଯାତ୍ରୀଙ୍କ ସୁରକ୍ଷା ପାଇଁ ସରକାରୀ ରେଳବାଇ ପୋଲିସ (ଜିଆରପି) ଓ ରେଳ ସୁରକ୍ଷା ବଳ (ଆର୍‌ପିଏଫ) ରହିଥିଲେ ମଧ୍ୟ ଏଭଳି କ୍ଷେତ୍ରରେ ମାନସିକ ଦିବ୍ୟାଙ୍ଗମାନଙ୍କ ଉପରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରୁ ନାହାନ୍ତି। ଅନ୍ୟପକ୍ଷରେ ମାନସିକ ବିକାରଗ୍ରସ୍ତଙ୍କ ଥଇଥାନ ପାଇଁ ସହରରେ ସରକାର ଅନେକ ଯୋଜନା କରିଛନ୍ତି। ହେଲେ ପ୍ରଶାସନ ଏଥିପ୍ରତି ଆନ୍ତରିକତା ଦେଖାଉ ନଥିବା ଦେଖିବାକୁ ମିଳିଛି। ଯଦ୍ଦ୍ବାରା ମାନସିକ ଅନଗ୍ରସରମାନେ ବସଷ୍ଟାଣ୍ଡ ଓ ରେଳଷ୍ଟେଶନରେ ଘୂରି ବୁଲୁଛନ୍ତି। ମହିଳାଯାତ୍ରୀଙ୍କୁ ସେମାନେ ସର୍ବସାଧାରଣରେ ଅସଦାଚରଣ ଉଦ୍ୟମ କରୁଥିଲେ ମଧ୍ୟ ଉଭୟ ପୋଲିସ, ପ୍ରଶାସନ ନୀରବଦ୍ରଷ୍ଟା ସାଜୁଛନ୍ତି। ପୀଡ଼ିତା ଲଜ୍ଜିତ ହୋଇ ଚୁପ ରହୁଛି। ପ୍ରଶାସନ ଏ ଦିଗରେ କୌଣସି ପଦକ୍ଷେପ ନ ନେଲେ ଆଗାମୀ ଦିନରେ ମହିଳା ଯାତ୍ରୀମାନେ ଏହି ମାନସିକ ବିକାରଗ୍ରସ୍ତମାନଙ୍କ ଦ୍ୱାରା ବଳାତ୍କାରର ଶିକାର ହେବେ ଏବଂ ସରକାର ଏଥିପାଇଁ ଦାୟୀ ରହିବେ ବୋଲି ଭାଜପା ପୂର୍ବତନ ଜିଲା ସଭାପତି କାହ୍ନୁ ଚରଣ ପତି କହିଛନ୍ତି। ଏ ନେଇ ଜିଆରପି ଥାନାଧିକାରୀ ସୁକାନ୍ତ ଭୋଇ ଯାତ୍ରୀଙ୍କ ସୁରକ୍ଷା ପ୍ରତି ପୋଲିସ ଯଥେଷ୍ଟ ଧ୍ୟାନ ଦେଉଛ ବୋଲି କହିଛନ୍ତି। ଶନିବାର ଷ୍ଟେଶନରେ ଘଟିଥିବା ଘଟଣା ସମ୍ପର୍କରେ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ତାମ୍ପରା ହ୍ରଦର ହେବ ପୁନଃରୁଦ୍ଧାର: ବିଧାୟକଙ୍କ ଉପସ୍ଥିତରେ ସମୀକ୍ଷା କଲେ ଜିଲାପାଳ

ଛତ୍ରପୁର,୬।୪(ଦିଲ୍ଲୀପ ସାମଲ): ଛତ୍ରପୁର ସହର ନିକଟରେ ଥିବା ତାମ୍ପରା ହ୍ରଦର ପୁନଃରୁଦ୍ଧାର l ତା’ସହିତ ତାମ୍ପରା ଓ ସମୁଦ୍ର ମଧ୍ୟରେ ନୋଳିଆନୁଆଁ ଗାଁ ବେଳାଭୂମି ରହିଛି l…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

ନୀଳମାଧବଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଲେ ରାଜ୍ୟ ସରକାର: ଛୁଟିଲା ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ):ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ସଭାପତି ନୀଳମାଧବ ପାତ୍ରଙ୍କୁ ରାଜ୍ୟ ସରକାର ଗଞ୍ଜାମ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏହି…

ପ୍ରଥମଥର ପାଇଁ ଅନୁଷ୍ଠିତ ହେବ ସାମାଜିକ ଅପେରା ଟୁର୍ନାମେଣ୍ଟ: ବୈଠକରେ ବଡ଼ ନିଷ୍ପତ୍ତି, ଏହି ଦିନ କରାଯିବା ନେଇ…

ଗଞ୍ଜାମ,୬।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅଞ୍ଚଳରେ ପ୍ରଥମଥର ପାଇଁ ସାମାଜିକ ଅପେରା ନାଟକ ଟୁର୍ନାମେଣ୍ଟର ଆୟୋଜନ ହେବାକୁ ଯାଉଛି । ଏଥିପାଇଁ ଝାରେଡି ରାଧାଗୋବିନ୍ଦପୁର…

ଭାଜପାର ପ୍ରତିଷ୍ଠା ଦିବସ, ଖଲ୍ଲିକୋଟ ବିଧାୟକ…

ପୁରୁଷୋତ୍ତମପୁର,୬ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଠାରେ ଆଛୁଲି ମଣ୍ଡଳ ପକ୍ଷରୁ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ରାଜ୍ଯକାର୍ଯ୍ଯକାରିଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri