ରେଳଷ୍ଟେଶନ ନିକଟରୁ ୪ଲକ୍ଷ ଟଙ୍କାର ଭାଙ୍ଗ ଜବତ

କଟକ ରୋଡ,୧୦।୯(ଡି.ଏନ୍‌.ଏ.) : ଭୁବନେଶ୍ୱର ରେଲଓ୍ବ ଷ୍ଟେଶନ ନିକଟରୁ ରେଲଓ୍ବେ ପ୍ରୋଟେକ୍ସନ ଫୋର୍ସ(ଆରପିଏଫ) ସୋମବାର ୪ ବସ୍ତା ଭାଙ୍ଗ ଜବତ କରିଛି। ପରେ ଏହାକୁ ଭୁବନେଶ୍ୱର ଅବକାରୀ ମୋବାଇଲ ସ୍କ୍ବାଡ୍‌କୁ ହସ୍ତାନ୍ତର କରିଛି। ଜବତ ଭାଙ୍ଗର ଓଜନ ୨ କୁଇଣ୍ଟାଲ ହୋଇଥିବା ବେଳେ ଏହାର ଆନୁମାନିକ ମୂଲ୍ୟ ପ୍ରାୟ ୪ଲକ୍ଷ ଟଙ୍କା ହେବ ବୋଲି ମୋବାଇଲ ସ୍କ୍ବାଡ୍‌ ଇନ୍ସପେକ୍ଟର ପ୍ରଭାତ କୁମାର ସେଠୀ କହିଛନ୍ତି।
ସୂଚନା ଅନୁଯାୟୀ, ରେଲଓ୍ବେ ଷ୍ଟେଶନ ୬ନଂ. ପ୍ଲାଟଫର୍ମର କିଛି ଦୂରରେ ଥିବା କଳ୍ପନା ଓଭରବ୍ରିଜ ତଳେ ଆରପିଏଫ୍‌ କର୍ମଚାରୀ ସୋମବାର ଭୋର ପ୍ରାୟ ସାଢେ ୫ଟା ରେ ପାଟ୍ରୋଲିଂ କରୁଥିବା ବେଳେ ରେଳଧାରଣା ପାର୍ଶ୍ୱରେ ୪ଟି ବସ୍ତା ପଡିଥିବା ଦେଖିବାକୁ ପାଇଥିଲେ। ପରେ ଏହା ଆରପିଏଫ ପୋଷ୍ଟକୁ ଅଣାଯାଇ ଖୋଲାଯିବା ପରେ ସେଥିରେ ଭାଙ୍ଗ ଥିବା ଜଣାପଡିଥିଲା। ଭାଙ୍ଗ ଷ୍ଟେଶନ ନିକଟରୁ ଜବତ ସମୟରେ କେହି ନିଶା ସାମଗ୍ରୀର ଦାବିଦାର ନ ମିଳିବା ଫଳରେ କେହି ଅଭିଯୁକ୍ତ ଏହାକୁ ଟ୍ରେନରୁ ଫୋପାଡିଦେଇଥିବା ପ୍ରାଥମିକ ଅନୁସନ୍ଧାନରୁ ଜଣାପଡିଛି। କିଛିଦିନ ପୂର୍ବରୁ ଢେଙ୍କାନାଳ ରେଲଓ୍ବେ ଷ୍ଟେଶନ ନିକଟରେ ୩ବସ୍ତା ଗଞ୍ଜେଇ ଟ୍ରେନରୁ ପକାଯାଇଥିଲା। ଅନୁଗୋଳର ବଇଣ୍ଡା ଅଞ୍ଚଳରୁ ବିଭିନ୍ନ ନିଶାସାମଗ୍ରୀ ଟ୍ରେନରେ ଚାଲାଣ ହେଉଥିବା ଆରପିଏଫ ଇନ୍ସପେକ୍ଟର କାଳୁ ସେଠୀ କହିଛନ୍ତି। ଭାଙ୍ଗ ମିଳିଥିବା ସ୍ଥାନ ନିକଟବର୍ତ୍ତୀ ଅଞ୍ଚଳରେ ଏକାଧିକ ବସ୍ତି ରହିଥିବା ବେଳେ ଉକ୍ତ ସ୍ଥାନକୁ କେହି ଭାଙ୍ଗ ଚାଲାଣ କରିଥାଇପାରନ୍ତି ବୋଲି ଆରପିଏଫ ଓ ଅବକାରୀ ବିଭାଗ ସନ୍ଦେହ ପ୍ରକାଶ କରିଛନ୍ତି। ଅନ୍ୟପକ୍ଷରେ ଏହି ଘଟଣାର ଅଭିଯୁକ୍ତଙ୍କୁ ଧରିବା ପାଇଁ ଉଦ୍ୟମ ଜାରି ରହିଛି। ଏ ନେଇ ଆରପିଏଫରେ ମାମଲା ନଂ. ୫-୧୧/୦୪/୦୧(୦୯)/୧୯ ରୁଜୁ ହୋଇଛି। ଅବକାରୀ ବିଭାଗରେ ମଧ୍ୟ ଏକ ମାମଲା (ନଂ.୭୯/୧୯-୨୦)ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri