ରେଳ ଓଭରବ୍ରିଜରେ ଆଲୋକ ବ୍ୟବସ୍ଥା କରିବାକୁ ଦାବି

ଭୁବନେଶ୍ୱର,୨୦।୧(ବ୍ୟୁରୋ): ବୀର ସୁରେନ୍ଦ୍ର ସାଏ ନଗରରୁ ମଞ୍ଚେଶ୍ୱର ଶିଳ୍ପାଞ୍ଚଳକୁ ସଂଯୋଗ କରୁଥିବା ରେଳ ଓଭରବ୍ରିଜକୁ ପ୍ରାୟ ତିନି ବର୍ଷ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଥିଲେ। କିନ୍ତୁ ଏବେ ସୁଦ୍ଧା ଏହାର ଆଲୋକୀକରଣ ହୋଇପାରିଲା ନାହିଁ। ରାତିରେ ବିନା ଆଲୋକରେ ଯାତାୟାତ ଯୋଗୁ ବିଭିନ୍ନ ସମୟରେ ଦୁର୍ଘଟଣା ଘଟିବା ସହ ଲୁଟ୍‌ପାଟ ବଢ଼ୁଛି। ଏ ପରିସ୍ଥିତିକୁ ନେଇ ଭିଏସ୍‌ଏସ୍‌ ନଗର ଉନ୍ନୟନ ପରିଷଦ ଦୃଢ ନିନ୍ଦା କରିବା ସହ ତୁରନ୍ତ ପଦକ୍ଷେପ ଗ୍ରହଣ କରିବାକୁ ଦାବି କରିଛି। ରବିବାର ଅନୁଷ୍ଠିତ ପରିଷଦର ସାଧାରଣ ବୈଠକରେ ଏହାକୁ ନେଇ ଆଲୋଚନା ହୋଇଥିଲା। ଡ. ଜୟନ୍ତ କୁମାର ପରିଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ପରିଷଦର ସାଧାରଣ ସମ୍ପାଦକ ଦିଲୀପ ଦାଶଶର୍ମା ଓ କୋଷାଧକ୍ଷ ମହେଶ୍ୱର ବିଶ୍ୱାଳ ୨୦୨୦-୨୧ ବର୍ଷ ପାଇଁ ଭିଏସ୍‌ଏସ୍‌ ନଗରରେ ହେବାକୁ ଥିବା ବିଭିନ୍ନ ଯୋଜନା ଓ ବିକାଶ ମୂଳକ କାର୍ଯ୍ୟର ବିବରଣୀ ପ୍ରଦାନ କରିଥିଲେ। ସେହିପରି ଅଞ୍ଚଳର ବିଭିନ୍ନ ସମସ୍ୟା ମଧ୍ୟ ଉପସ୍ଥାପନ କରାଯାଇଥିଲା। ଏହି ଅବସରରେ ଭିଏସ୍‌ଏସ୍‌ ନଗର ଅଞ୍ଚଳର ରାସ୍ତା ମରାମତି ସହ ଡ୍ରେନେଜ୍‌ ସମସ୍ୟା ଓ ଡାକ୍ତରଖାନାରେ ଡାକ୍ତରଙ୍କ ନିଯୁକ୍ତି କଥା ବି ଆଲୋଚନା ହୋଇଥିଲା। ବୈଠକରେ ଇଂ. ନଳିନୀ କୁମାର ମହାନ୍ତି, ନିମାଇଁ ଚରଣ ଦାସ, ଧରଣୀଧର ରାଉତ, ତ୍ରିଲୋଚନ ରଥ, ଚିନ୍ତାମଣି ବାରିକ, କ୍ଷେତ୍ରମୋହନ ନାୟକ ଓ ସୁରେଶ ଚନ୍ଦ୍ର କର ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଶୀତଳ ଚନ୍ଦ୍ର ମହାନ୍ତି ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri