ରେଳ ଚଳାଚଳ ଉପରେ ପଡ଼ିଲାନି ବିଶେଷ ପ୍ରଭାବ: ଅଧଘଣ୍ଟାରୁ ଦୁଇ ଘଣ୍ଟା ବିଳମ୍ବରେ ଚାଲିଲା ଟ୍ରେନ୍‌

ଭୁବନେଶ୍ୱର, ୮ା୧(ବ୍ୟୁରୋ): ବୁଧବାର ବାମପନ୍ଥୀ ଦଳ ଓ ଶ୍ରମିକ ସଂଗଠନ ପକ୍ଷରୁ ବନ୍ଦ ଡାକରା ରେଳ ଚଳାଚଳ ଉପରେ ବିଶେଷ ପ୍ରଭାବ ପକାଇନି। ପୂର୍ବତଟ ରେଳପଥରେ ମାତ୍ର ୩ଟି ପାସେଞ୍ଜର ଟ୍ରେନ ବାତିଲ୍‌ କରାଯାଇଥିବା ବେଳେ ଅନ୍ୟ ଟ୍ରେନ୍‌ ଗୁଡ଼ିକ ବିଳମ୍ବରେ ଚାଲିଥିଲା। କିଛି ସ୍ଥାନରେ ଟ୍ରେନ ଗୁଡ଼ିକୁ ଅଟକାଯାଇଥିବାରୁ ସେଗୁଡ଼ିକ ବିଳମ୍ବରେ ଚାଲିଥିଲା। ୬୮୪୩୮ କଟକ-ଭଦ୍ରକ-କଟକ ପାସେଞ୍ଜର, ୬୮୪୧୧ ଭୁବନେଶ୍ୱର-ବ୍ରହ୍ମପୁର-ଭୁବନେଶ୍ୱର ଓ ୫୮୪୦୫ ପାରାଦୀପ-କଟକ-ପାରାଦୀପ ପାସେଞ୍ଜରକୁ ବାତିଲ୍‌ କରାଯାଇଥିଲା। ସକାଳକୁ ବନ୍ଦ ଆରମ୍ଭ ହୋଇଯାଇଥିବାରୁ ସକାଳ ୬ଟା ୩୦ରେ ଭଦ୍ରକ ଷ୍ଟେଶନରେ ଭଦ୍ରକ-ବ୍ରହ୍ମପୁର ପାସେଞ୍ଜର, କେନ୍ଦୁଝରଠାରେ କେନ୍ଦୁଝରଗଡ଼-ଭୁବନେଶ୍ୱର, ଭୁବନେଶ୍ୱରରେ ଭୁବନେଶ୍ୱର-ବଲାଙ୍ଗୀର ଇଣ୍ଟରସିଟି, ବ୍ରହ୍ମପୁରରେ ହାଓଡ଼ା-ଯଶୋବନ୍ତପୁର ଏକ୍ସପ୍ରେସ, ବ୍ରହ୍ମପୁରରେ ଇଛାପୁର-କଟକ ମେମୁ, ଭୁବନେଶ୍ୱରରେ ପୁରୀ-ରାଉରକେଲା ପାସେଞ୍ଜରକୁ ଅଟକାଯାଇଥିଲା। ସେହିପରି ସକାଳ ୭ଟା ପରେ ରାଜସୁନାଖଳାଠାରେ ନୟାଗଡ଼-ଭୁବନେଶ୍ୱର ସେବା ଏକ୍ସପ୍ରେସ୍‌, ଭୁବନେଶ୍ୱରରେ ଚେନ୍ନାଇ-ହାଓଡ଼ା ଏକ୍ସପ୍ରେସ୍‌, ବାଲୁଗଁ।ରେ ହୀରାଖଣ୍ଡ ଏକ୍ସପ୍ରେସ, ଇଛାପୁରମରେ ଯଶୋବନ୍ତପୁର-ହାଓଡ଼ା ଦୂରନ୍ତୋ, ସୋମପେଟାରେ ଫଲକନାମା ଏକ୍ସପ୍ରେସ, ମଣ୍ଡସାରେ ପଲାସା-ଭୁବନେଶ୍ୱର ମେମୁ, ପଲାସାରେ ବେଙ୍ଗାଲୁରୁ-ଭୁବନେଶ୍ୱର ଏକ୍ସପ୍ରେସକୁ ଅଟକାଯାଇଥିଲା। ଅନ୍ୟପଟେ ପୁରୀକୁ ଆସୁଥିବା ସକାଳୁଆ ଟ୍ରେନ ଗୁଡ଼ିକ ଠିକ୍‌ ସମୟରେ ପୁରୀରେ ପହଞ୍ଚତ୍ୟାଇଥିଲା। ହାଓଡ଼ା-ପୁରୀ ଜଗନ୍ନାଥ ଏକ୍ସପ୍ରେସ, ହାଓଡ଼ା-ପୁରୀ ଗରିବ ରଥ, ହାଓଡ଼ା-ପୁରୀ ଏକ୍ସପ୍ରେସ, ହଟିଆ-ପୁରୀ ତପସ୍ବିନୀ ଏକ୍ସପ୍ରେସ୍‌, ହରିଦ୍ୱାର-ପୁରୀ କଳିଙ୍ଗ ଉତ୍କଳ ଏକ୍ସପ୍ରେସ ଓ ନୂଆଦିଲ୍ଲୀ-ପୁରୀ ପୁରୁଷୋତ୍ତମ ଏକ୍ସପ୍ରେସ ଠିକ୍‌ ସମୟରେ ପୁରୀରେ ପହଞ୍ଚତ୍ଥିଲା। ଉପରୋକ୍ତ ଅଟକାଯାଇଥିବା ସମସ୍ତ ଟ୍ରେନ ଅଧ ଘଣ୍ଟାରୁ ଦୁଇ ଘଣ୍ଟା ପର୍ଯ୍ୟନ୍ତ ବିଳମ୍ବରେ ଚାଲିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲ ହଟିଲା

ପୁରୀ,୧୧।୭: ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲକୁ ଶନିବାର ହଟାଇ ଦିଆଯାଇଥିବା ସୂଚନା ମିଳିଛି। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଇସ୍କନ ପକ୍ଷରୁ ଖୋଲାଯାଇଥିବା ବହି ଷ୍ଟଲକୁ ଲୋକେ…

ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା

ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର…

ରାଜଧାନୀରେ ବଦଳିଲା ଆନ୍ଦୋଳନର ରୂପ: “ଅଟୋ ଚିହ୍ନ” ଚର୍ଚ୍ଚା ଭିତରେ ସରକାରଙ୍କୁ ଘେରିଲେ ଭାଜପା କର୍ମୀ

ହାଟଡିହୀ, ୧୧।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା  ଆନନ୍ଦପୁରରୁ ଆରମ୍ଭ ହୋଇଥିବା “ବୈତରଣୀ ବଞ୍ଚାଅ ଆନ୍ଦୋଳନ” ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିବା ବେଳକୁ ଏହାର ରୂପ ରଙ୍ଗ ସମ୍ପୂର୍ଣ୍ଣ…

ଫର୍ଚ୍ୟୁନ୍‌ର ସବୁଠୁ ପ୍ରଭାବଶାଳୀ ମହିଳା ତାଲିକାର ୧ମ ସ୍ଥାନରେ ନୀତା ଅମ୍ବାନୀ

ଫର୍ଚ୍ୟୁନ୍‌ ଇଣ୍ଡିଆ ଦ୍ୱାରା ଶୁକ୍ରବାର ଦିନ ମୁମ୍ବାଇସ୍ଥିତ ଫୋର୍‌ ସିଜନ୍ସ ହୋଟେଲଠାରେ ଏହାର ପ୍ରମୁଖ କାର୍ଯ୍ୟକ୍ରମ ‘ମୋଷ୍ଟ୍‌ ପାଓ୍ବାରଫୁଲ୍‌ ଓ୍ବିମେନ୍‌ (ଏମ୍‌ପିଡବ୍ଲ୍ୟୁ), ୨୦୨୬’ ଅନୁଷ୍ଠିତ ହୋଇଯାଇଛି ।…

ଗୁଣୁପୁର ସରକାରୀ ହାଇସ୍କୁଲ ପାଲଟିଛି ରଣକ୍ଷେତ୍ର: ବେଞ୍ଚ ବିବାଦ-ପ୍ରେମ ସମ୍ପର୍କକୁ ନେଇ ହଷ୍ଟେଲ ଓ ଡେ-ସ୍କଲାର ଛାତ୍ରଙ୍କ ମଧ୍ୟରେ…

ଥୁଆମୂଳ ରାମପୁର, ୧୧।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଗୁଣୁପୁର ଗ୍ରାମପଞ୍ଚାୟତ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ଘଟିଯାଇଛି।…

ଭାଜପା ନେତାଙ୍କୁ ଟିକେଟ ନ ମିଳିବାରୁ ୧୨ ଘଣ୍ଟା ରାଜପଥ ବନ୍ଦ

ଭୋପାଳ,୧୧ା୭: ମଧ୍ୟପ୍ରଦେଶର ଡାଟିଆ ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଭାଜପା ପକ୍ଷରୁ ଶୁକ୍ରବାର ଆଶୁତୋଷ ତିଓ୍ବାରୀଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିଲା। ନିର୍ବାଚନ…

ପାଉଣା ମିଳିଲାନି ବୋଲି ବିଦ୍ୟାଳୟ ରାସ୍ତା ଖୋଳି ନେଇଗଲେ ଠିକାଦାର: ପାଠପଢ଼ା ଠପ୍, ଚାପା ଉତ୍ତେଜନା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ଘଟଣା ଦେଖିବାକୁ…

ଇନିଂସ ଅଗ୍ରଣୀ, ଦୃଢସ୍ଥିତିରେ ଭାରତ

ଲଣ୍ଡନ,୧୧ା୭: କ୍ରାନ୍ତି ଗୌଡ଼ (୫/୩୭)ଙ୍କ ଚମତ୍କାର ବୋଲିଂ ଯୋଗୁ ଲଡ୍ସରେ ଚାଲିଥିବା ଏକ ମାତ୍ର ମହିଳା କ୍ରିକେଟ ଟେଷ୍ଟରେ ଇଂଲଣ୍ଡର ପ୍ରଥମ ଇନିଂସ ସ୍କୋରକୁ ୧୭୦ରନରେ ସୀମିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri