Posted inରାଜ୍ୟ

ରେଳ ଧାରଣାରୁ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବଇଣ୍ଡା,୧୨।୧୧(ଡି.ଏନ.ଏ.)-ତାଳଚେର-ସମ୍ବଲପୁର ରେଳପଥର କିଶୋରନଗର ଥାନା ଖଇରମୁଣ୍ଡା ନିକଟସ୍ଥ ରେଳଧାରଣା ପରିସରରୁ ମଙ୍ଗଳବାର ହଣ୍ଡପା ଥାନା ଠେଲକନାଳୀ ଗ୍ରାମର ସୁଲୁ ପ୍ରଧାନ(୧୮) ଜଣେ ଯୁବକଙ୍କ ମୃତଦେହକୁ କିଶୋରନଗର ପୋଲିସ ଉଦ୍ଧାର କରିଛି। ତାଙ୍କୁ କେହି ହତ୍ୟା କରି ଆତ୍ମହତ୍ୟା ରୂପ ଦେବା ପାଇଁ ରେଳଧାରଣାରେ ପକାଇ ଦେଇଥିବା ଠେଲକନାଳୀ ଗ୍ରାମବାସୀ ଅଭିଯୋଗ କରିଛନ୍ତି।

ପୋଲିସ କହିଛି, ସୁଲୁ ଏକ ଟ୍ରାକ୍ଟରରେ ଡ୍ରାଇଭର ଭାବେ କାମ କରୁଥିବାବେଳେ ସୋମବାର ରାତିରେ ଘରୁ ପଳାଇ ଆସିଥିଲେ। ମଙ୍ଗଳବାର ତାଙ୍କ ମୃତଦେହ ରେଳ ଧାରଣାରେ ପଡ଼ିଥିବା ଶୌଚ ପାଇଁ ଯାଇଥିବା ଖଇରମୁଣ୍ଡା ଅଞ୍ଚଳର କିଛି ଯୁବକ ଦେଖି ଗ୍ରାମବାସୀଙ୍କୁ ସୂଚନା ଦେଇଥିଲେ। ଖବରପାଇ କିଶୋରନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚି ସୁଲୁଙ୍କ ମୃତଦେହ ଜବତ କରିଥିଲେ। ଏ ନେଇ ନଂ. ୧୬/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି। ଆଇଆଇସି ପ୍ରତିଭା ମାଝି କହିଛନ୍ତି, ସୁଲୁଙ୍କୁ ମାରି ଦିଆଯାଇଥିବା ଆମ ପାଖରେ କେହି ଅଭିଯୋଗ କରିନାହାନ୍ତି। ସେ ଘରୋଇ କଳିକୁ କେନ୍ଦ୍ର କରି ଆତ୍ମହତ୍ୟା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?