ରେଳ ବିଭାଗ ଅଧୀନ ରାସ୍ତାର ଦୁରବସ୍ଥା

କେନ୍ଦୁଝର,୨୪।୮ (ସ୍ବ.ପ୍ର.)- ରେଳପଥ ବିକାଶରେ ସହାୟକ ହେଉଥିବା କୁହାଯାଉଥିବା ବେଳେ ରେଳ ବିଭାଗ ଅଧୀନରେ ଥିବା ରାସ୍ତାର ଦୁରବସ୍ଥା ଏକ ଭିନ୍ନ ଚିତ୍ର ବୟାନ କରୁଛି। କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ କାଦଗଡ଼ ରେଲୱେ ଫାଟକ ଦେଇ ଯାଇଥିବା ପଦ୍ମପୁର-ନୂଆଗାଁ ରାସ୍ତା ରହିଛି। ଏହାର ଅଧାଅଂଶକୁ ପିଚୁ ରାସ୍ତାରେ ପରିଣତ କରାଯାଇଥିଲେ ମଧ୍ୟ ରେଲୱେ ଫାଟକ ନିକଟରେ ଥିବା ୨୦୦ମିଟର ରାସ୍ତା ଅସମ୍ପୂୂର୍ଣ୍ଣ ରହିଛି। ରେଳବିଭାଗ ଅଧୀନରେ ରାସ୍ତା ଥିବାରୁ ଏହାର ମରାମତି ହୋଇପାରୁ ନାହିଁ ା ଉକ୍ତ ରାସ୍ତା ଦେଇଯିବା ବେଳେ ପଡେ ଏକ ଛୋଟ ଘୋସରା ପୋଲ। ବର୍ଷା ହେଲେ ରେଲୱେ ଫାଟକ ନିକଟରେ ଥିବା ଏହି ପୋଲ ଉପରେ ଆଣ୍ଠୁଏ ଉଚ୍ଚର ପାଣି ପ୍ରବାହିତ ହୋଇଥାଏ। ଫଳରେ ରାସ୍ତାରେ ଯାତାୟାତ ଠପ୍‌ ହୋଇଯାଏ। ରାସ୍ତା ଦେଇ ସ୍କୁଲ କଲେଜ ଯାଉଥିବା ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ଓ ଜନସାଧାରଣ ବହୁ ହଇରାଣ ହୋଇଥାନ୍ତି । ଏ ପରିକି ୧୦୮ ଆମ୍ବୁଲାନ୍ସ ସମେତ ସରକାରୀ ଓ ବେସରକାରୀ ଯାନବାହନ ଚଳାଚଳ ବ୍ୟାହତ ହୋଇଥାଏ। ନୂଆଗଁା ବ୍ୟତୀତ ମହାଦେଈଯୋଡ଼ା, ରାଇସୁଆଁ, ବରଦାପାଳ, ଫୁଲଝର, ପଦ୍ମପୁର, ଗୋବର୍ଦ୍ଧନ, ଶଙ୍କିରୀ, ବାଉରୀପଦା, ଗୋପୀନାଥପୁର, ପଳାଶପଙ୍ଗା, ପର୍ଜନପୁର,କାଉଁରୀକଳା ଆଦି ୧୨ ପଞ୍ଚାୟତର ଜନସାଧାରଣ ଏହି ରାସ୍ତା ଉପରେ ନିର୍ଭର କରି ଚଳାଚଳ କରିଥାନ୍ତି । ଏଥିଲାଗି ଅଞ୍ଚଳବାସୀ ବହୁବାର କେନ୍ଦୁଝର ଜିଲା ପ୍ରଶାସନ ଓ ରେଳବିଭାଗ ନିକଟରେ ଅଭିଯୋଗ କରି ଆସୁୁଥିଲେ ମଧ୍ୟ ଏହାର କିଛି ପ୍ରତିକାର ହେଉ ନ ଥିବା ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଛି ଘଣ୍ଟାରେ ସ୍ଥଳଭାଗ ଛୁଇଁବ ଗଭୀର ଅବପାତ; ଏହି ସ୍ଥାନରେ ହେବ ଲ୍ୟାଣ୍ଡଫଲ୍! ୫୦ରୁ ୬୦ କିମି ବେଗରେ ବୋହିବ ପବନ

ଭୁବନେଶ୍ବର,୨୩ା୯: ସ୍ଥଳଭାଗ ଆଡକୁ ମାଡ଼ିଆସୁଛି ଗଭୀର ଅବପାତ । ଗତ ୬ ଘଣ୍ଟା ଧରି ୭କିମି ବେଗରେ ସ୍ଥଳଭାଗ ମୁହାଁ ହେଉଛି । ଏପଟେ ବର୍ଷାର ପରିମାଣ…

ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ଲଘୁଚାପ ବର୍ଷାରେ ସୃଷ୍ଟି ହେଲା ବନ୍ୟା ଆଶଙ୍କା: ଭଞ୍ଜନଗରରେ ସ୍ଥାନାନ୍ତର ପ୍ରକ୍ରିୟା ଜୋରଦାର, ସ୍ଥିତି ଉପରେ ନଜର ରଖିଛନ୍ତି ବିଧାୟକ

ଭଞ୍ଜନଗର, ୨୩।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ବୁଧବାର ସନ୍ଧ୍ୟା ପର୍ଯ୍ୟନ୍ତ ତୁହାକୁ ତୁହା ଲଗାଣ ବର୍ଷା ଜାରି ରହିଛି। ଫଳରେ…

ଲଗାଣ ବର୍ଷାରେ ବେହାଲ ଦିଗପହଣ୍ଡି: ମୁଖ୍ୟ ରାସ୍ତାରେ ୨ ଫୁଟର ପାଣି, ଦୋକାନ-ବ୍ୟାଙ୍କରେ ନର୍ଦ୍ଦମା ଜଳ, ଜଳବନ୍ଦୀ ବସଷ୍ଟାଣ୍ଡ ବାସିନ୍ଦା

ଦିଗପହଣ୍ଡି,୨୩।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘନୀଭୂତ ଲଘୁଚାପ ପ୍ରଭାବରେ ତୁହାକୁ ତୁହା ଲଗାଣ ବର୍ଷା ଯୋଗୁ ବୁଧବାର ଦିଗପହଣ୍ଡି ସହର ସମ୍ପୂର୍ଣ୍ଣ ଉବୁଟୁବୁ ହୋଇପଡ଼ିଛି।…

ହାଟଡ଼ିହିରେ ମଣ୍ଡଳସ୍ତରୀୟ ହିନ୍ଦୀ ଦିବସ ପାଳିତ: ପ୍ରତିଯୋଗିତାରେ ବିଜେତା ଛାତ୍ରୀଛାତ୍ର ଜିଲା…

ହାଟଡିହୀ/ଛେନାପଦୀ,୨୩।୯(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଉଚ୍ଚ ବିଦ୍ୟାଳୟରେ ମଣ୍ଡଳସ୍ତରୀୟ ହିନ୍ଦୀ ଦିବସ ପାଳିତ ହୋଇଯାଇଛି । ହିନ୍ଦୀ ଶିକ୍ଷୟତ୍ରୀ ମିତାରାଣୀ ବିଶ୍ୱାଳଙ୍କ…

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା…

IMD ଡିଜିଙ୍କ ବଡ଼ ସୂଚନା; ଆହୁରି ୨ ଦିନ ଛେଚିବ ବର୍ଷା, ଆଜି ରାତିରେ ଦକ୍ଷିଣ ଓଡ଼ିଶାରେ ହେବ….

ଭୁବନେଶ୍ବର,୨୩ା୯: ଗଭୀର ଅବପାତର ଗତି ନେଇ ବଡ଼ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଗଭୀର ଅବପାତର ଗତି ମନ୍ଥର ରହିଛି, ସେଥିପାଇଁ ବର୍ଷାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?