ରେଳ ବିଭାଗ ସାଇଟ୍‌କୁ ହ୍ୟାକ୍‌ କରି ଟିକେଟ ବିକ୍ରି ଧରାପଡ଼ିଲା: ବାଲିଆପାଳରୁ କ୍ୟାଫେ ମାଲିକ ଗିରଫ

ବାଲିଆପାଳ, ୩।୧୧(ସ୍ବ.ପ୍ର.)-ବାଲେଶ୍ୱର ଜିଲା ବାଲିଆପାଳର ଏକ ଇଣ୍ଟରନେଟ୍‌ କ୍ୟାଫେ୍‌ ଉପରେ ରେଳବାଇ ପୋଲିସ ରବିବାର ପୂର୍ବାହ୍ନରେ ଚଢ଼ାଉ କରି ଏହାର ମାଲିକ ଗୁରୁ ପ୍ରସାଦ ଦାସଙ୍କୁ ଗିରଫ କରିଛି। ସେଠାରେ ରେଳ ବିଭାଗର ସାଇଟ୍‌କୁ ହ୍ୟାକ୍‌ କରି ବିଭିନ୍ନ ଟ୍ରେନର ଟିକେଟ କାଟି ବେଆଇନ ଭାବେ ଚଢାଦରରେ ବିକ୍ରି କରାଯାଉଥିଲା। ଏ ସଂକ୍ରାନ୍ତ ସୂଚନାକୁ ଆଧାର କରି ରେଳବାଇ ଖଡ଼ଗପୁର ଡିଭିଜନ ଟାସ୍କଫୋର୍ସ ଅଧିକାରୀ କେ. ସମଜଦାର, ବାଲେଶ୍ୱର ରେଳ ବିଭାଗ ପୋଲିସ ଜେ.କେ. ମହାପାତ୍ର ସ୍ଥାନୀୟ ପୋଲିସ ସହାୟତାରେ ଚଢ଼ାଉ କରି ଯାଞ୍ଚ କରିଥିଲେ। ଚଢାଉ ବେଳେ ସେଠାରୁ କମ୍ପ୍ୟୁଟର ଏବଂ ପ୍ରିଣ୍ଟର ଆଦି ଜବତ ହୋଇଛି। ଗିରଫ କ୍ୟାଫେ ମାଲିକ ଗୁରୁ ପ୍ରସାଦଙ୍କୁ ପ୍ରଥମେ ବାଲିଆପାଳ ଥାନା ଏବଂ ପରେ ବାଲେଶ୍ୱର ରେଳବାଇ ଥାନାକୁ ନିଆଯାଇ ପଚରାଉଚୁରା କରାଯାଉଥିବା ରେଳବାଇ ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନର ନାକତଳେ ଖୋଲାଖୋଲି ଭାବେ ଶ୍ରମିକ ଚାଲାଣ, ସବୁ ଜାଣି ଶ୍ରମ ବିଭାଗ ଚୁପ୍‌

ଥୁଆମୂଳ ରାମପୁର,୯ା୯(ଦୁର୍ଗା କୀର୍ତ୍ତି): ଗ୍ରାମାଞ୍ଚଳରେ ଶ୍ରମିକଙ୍କୁ ସୋହାଗୀ ନିଯୁକ୍ତି ଏବଂ ମନରେଗା ଯୋଜନାରେ ବେକାର ଯୁବକ ଉପକୃତ ହେଉଥିବା ନେଇ ସରକାରୀ ଦାବିର ସତ୍ୟତା ଏବେ ପଦାରେ…

ତୁରୁମୁଙ୍ଗା ଜାତୀୟ ରାଜପଥ କଡ଼ରୁ ହଟିଲା ଜବରଦଖଲ: ଚାଲିଲା ଜେସିବି, ଥଇଥାନ ଦାବି କଲେ ବ୍ୟବସାୟୀ

ପାଟଣା,୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ର ତୁରୁମୁଙ୍ଗା ବଜାର ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ କଡ଼ରୁ ବୁଧବାର ବ୍ୟାପକ ଜବରଦଖଲ ଉଚ୍ଛେଦ…

ଘର ପଛ ଅଣ୍ଡରଗ୍ରାଉଣ୍ଡ୍‌ ସିକ୍ରେଟ୍‌ ଚାମ୍ବରରୁ ଚାଲିଥିଲା କଫ୍‌ ସିରପ୍‌ କାରବାର: ୮୧୩ ବୋତଲ ଜବତ, ମହିଳା ଗିରଫ, ସ୍ୱାମୀ ଫେରାର

ବରଗଡ଼,୯ା୯(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପୋଲିସ୍‌ ନିଶା କାରବାର ବିରୋଧରେ ନିଜର ଧରପଗଡ଼ ଅଭିଯାନକୁ ଅଧିକ ଜୋରଦାର କରିଛି। ବୁଧବାର ଭଟଲି ଥାନା ପୋଲିସ୍‌ ବଡ଼ମାଳ ଗ୍ରାମରେ…

ଦାଦନ ସମସ୍ୟା ଦୂର ସହ ଯୁବପିଢ଼ିଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ଆଲୋଚନା

ଦାରିଙ୍ଗବାଡ଼ି,୯ା୯(ଅରୁଣ ସାହୁ): କନ୍ଧମାଳ ଜିଲାରୁ ଦାଦନ ସମସ୍ୟା ଦୂର କରିବା ସହ ସ୍ଥାନୀୟ ଅଞ୍ଚଳରେ ରୋଜଗାର ସୃଷ୍ଟି କରି ଯୁବପିଢ଼ିଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ଦାରିଙ୍ଗବାଡ଼ି ଜାଗୃତି…

ଗଣେଶ ପୂଜାକୁ ନେଇ ପୋଲିସର କଡ଼ା ଆଭିମୁଖ୍ୟ: ଡିଜେ ଶୋଭାଯାତ୍ରା ସମ୍ପୂର୍ଣ୍ଣ ନିଷେଧ

ଗଞ୍ଜାମ,୯ା୯(ବିଦ୍ୟାଧର ସାହୁ): ଚଳିତ ମାସ ୧୪ରେ ପାଳିତ ହେବ ଅଗ୍ର୍ୟ ପୂଜ୍ୟ ମହାବିନାୟକ ଗଣେଶ ପୂଜା l ଚଳିତ ବର୍ଷ ଗଣେଶ ପୂଜା ନିମନ୍ତେ କଡା ଆଭିମୁଖ୍ୟ…

କଳାହାଣ୍ଡିରେ ନୂଆ ଡିଆଇପିଆର୍‌ଓଙ୍କ ଯୋଗଦାନ

ଭବାନୀପାଟଣା,୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ନୂତନ ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆର୍‌ଓ) ଭାବେ ମନୋଜ କୁମାର ବେହେରା ଯୋଗଦେଇଛନ୍ତି। ଭବାନୀପାଟଣାସ୍ଥିତ ଡିଆଇପିଆରଙ୍କ କାର୍ଯ୍ୟାଳୟରେ ଭାରପ୍ରାପ୍ତ…

ରାସ୍ତାତଳକୁ ଖସିଲା ବସ୍‌, ଯାତ୍ରୀମାନେ ଭୟରେ ଚିତ୍କାର କରିବାରୁ…

ପଟ୍ଟାମୁଣ୍ଡାଇ,୯ା୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ-ରାଜନଗର ତଳ ରାସ୍ତା ନିକଟସ୍ଥ ଦୋଶିଆ କେନାଲ ରାସ୍ତାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୪୨ ଜଣ ଯାତ୍ରୀଙ୍କୁ ନେଇ ଦ୍ରୁତଗତିରେ…

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ୩ ଜୀବନ

ଗୁଣପୁର,୯ା୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ରାଗୟଡ଼ା ଜିଲା ପଦ୍ମପୁର ଥାନା ଗୁଲୁଗୁଡ଼ାର ତାରପାଗୁଡ଼ାରେ ଘଟିଛି ଅଘଟଣ। ପାଇଖାନା ଟାଙ୍କିକୁ ଜଣଙ୍କ ପରେ ଜଣେ ଓହ୍ଲାଇ ତିନି ଜଣ ଶାସରୁଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri