ରେଳ ଯାତ୍ରୀ ବୀମା: ୨ ବର୍ଷରେ ୪୬ କୋଟି ପ୍ରିମିୟମ ସଂଗ୍ରହ

ନୂଆଦିଲ୍ଲୀ,୨୨ା୭: ରେଲଓ୍ବେ ଯାତ୍ରୀ ବୀମା ଯୋଜନା ଅଧୀନରେ ଗତ ଦୁଇବର୍ଷରେ ଘରୋଇ ବୀମା କମ୍ପାନୀ ପ୍ରାୟ ୪୬ କୋଟି ଟଙ୍କାର ପ୍ରିମିୟମ ଅର୍ଜନ କରିଛନ୍ତି। ଏହି ଅବଧିରେ ସେମାନେ ୭ କୋଟି ବୀମା ଦାବି ସମାଧାନ କରିଛନ୍ତି ବୋଲି ଆର୍‌ଟିଆଇ ସୂଚନାରୁ ଜଣାପଡିଛି। ରେଲଓ୍ବେ ମନ୍ତ୍ରଣାଳୟ ଅଧୀନରେ ଥିବା ଆଇଆର୍‌ସିଟିସି ବିକଳ୍ପ ଯାତ୍ରୀ ବୀମା ଯୋଜନା ଲାଗି ଶ୍ରୀରାମ୍‌ ଜେନେରାଲ ଇନସ୍ୟୁରାନ୍ସ କମ୍ପାନୀ ଲିମିଟେଡ, ଆଇସିଆଇସିଆଇ ଲୋମ୍ବାର୍ଡ ଜେନେରାଲ ଇନସ୍ୟୁରାନ୍ସ କମ୍ପାନୀ ଲିମିଟେଡ୍‌ ଏବଂ ରୟାଲ ସୁନ୍ଦରମ୍‌ ଜେନେରାଲ ଇନସ୍ୟୁରାନ୍ସ କମ୍ପାନୀ ଲିମିଟେଡ ସହ ଚୁକ୍ତି ସ୍ବାକ୍ଷର କରିଛି। ୨୦୧୬ ସେପ୍ଟେମ୍ବରରେ ଏହି ଯୋଜନାକୁ ଆରମ୍ଭ କରାଯାଇଥିଲା। ଆରମ୍ଭରେ ଏହାର ପ୍ରିମିୟମ ପ୍ରତି ଯାତ୍ରୀ ୦.୯୨ ଟଙ୍କା ଥିଲା। ରେଲଓ୍ବେ ୨୦୧୮ ଅଗଷ୍ଟ ୩୧ ତାରିଖ ଯାଏ ନିଜେ ବୀମା ପ୍ରିମିୟମ ବହନ କରୁଥିଲା। ଏହାପରେ ଯାତ୍ରୀଙ୍କ ଠାରୁ ପ୍ରିମିୟମ ଅସୁଲ କରାଯାଉଛି। ଏହି ସମୟରେ ପ୍ରିମିୟମକୁ ୦.୪୯ ଟଙ୍କା ପ୍ରତି ଯାତ୍ରୀକୁ ହ୍ରାସ କରାଯାଇଥିଲା। ଆଇଆର୍‌ସିଟିସି ଓ୍ବେବସାଇଟରୁ ଟିକେଟ ବୁକ୍‌ କରିବା ବେଳେ କନ୍‌ଫର୍ମ ଅଥବା ଆର୍‌ଏସି ଟିକେଟ କ୍ଷେତ୍ରରେ ବୀମା ସୁବିଧା ଯୋଗାଇ ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜାରରେ ମହିନ୍ଦ୍ରା ବୋଲେରୋ ନିଓ ପ୍ଲସ୍‌

ଭୁବନେଶ୍ୱର,୨୦।୪: ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଲିମିଟେଡ୍‌ର ନୂତନ ମଡେଲ ‘ବୋଲେରୋ ନିଓ ପ୍ଲସ୍‌’ର ସର୍ବଭାରତୀୟ ଉନ୍ମୋଚନ ସହ ବଜାର ପ୍ରବେଶ ହୋଇଯାଇଛି। ଏପରିକି ୯ସିଟର ବିଶିଷ୍ଠ...

ଅଶୋଧିତ ତୈଳ ଦର ୯୦ ଡଲାର ପାର

ଭୁବନେଶ୍ୱର,୨୦।୪: କ୍ରମାଗତ ଭାବେ ଅନ୍ତଃରାଷ୍ଟ୍ରୀୟ ବଜାରରେ ଅଶୋଧିତ ତୈଳ ଦର ବୃଦ୍ଧି ପାଇ ଚାଲିଛି। ଏପରିକି ଶୁକ୍ରବାର ଅଶୋଧିତ ତୈଳ ଦର ପ୍ରାୟ ୪% ବଢ଼ି...

କାନାରା ବ୍ୟାଙ୍କର ନୂତନ ଉତ୍ପାଦ

ଭୁବନେଶ୍ୱର,୨୦।୪ (ଅଭୟ ଦାଶ): କାନାରା ବ୍ୟାଙ୍କର ନୂତନ ଉତ୍ପାଦ ‘କାନାରା-ଆଞ୍ଜେଲ, ହିଲ୍‌, ମାଇଁ ମନୀ, ରେଡି କ୍ୟାଶ୍‌ ଏବଂ ୟୁପିଆଇ୧୨୩ ପେ ଏଏସ୍‌ଆଇ’ର ଆନୁଷ୍ଠାନିକ ଉନ୍ମୋଚନ...

ଖାଦ୍ୟ ମୁଦ୍ରାସ୍ଫୀତି ବଡ଼ ବିପଦ

ଭୁବନେଶ୍ୱର,୨୦।୪(ଅନୁରାଧା ମହାରଣା): ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)ର ମୁଦ୍ରା ନୀତି କମିଟି(ଏମ୍‌ପିସି)ର ସଦସ୍ୟମାନେ ଖାଦ୍ୟ ମୁଦ୍ରାସ୍ଫୀତିକୁ ଏକ ବଡ଼ ବିପଦ ବୋଲି କହିଛନ୍ତି। ୨୦୨୪ ଏପ୍ରିଲର...

ଦି ଡ୍ରିମ୍‌ ଜିମ୍‌ର ନୂତନ ସେଣ୍ଟର

ଭୁବନେଶ୍ୱର,୨୧।୪: ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନ ମଧ୍ୟରେ ସୁସ୍ଥ ଶରୀର ଓ ସ୍ବାସ୍ଥ୍ୟବାନ୍‌ ହେବା ପାଇଁ ସବୁ ବର୍ଗର ଲୋକ ଆଗ୍ରହ ପ୍ରକାଶ କରୁଛନ୍ତି। ଏହାକୁ ନଜରରେ...

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri