ରେଳ ଲାଇନ୍‌ରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଯୋଡ଼ା,୨୪।୧୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ନମିରା ଗ୍ରାମ ନିକଟ ରେଳ ଲାଇନ୍‌ରୁ ଜଣେ ଯୁବକଙ୍କ ମୃତଦେହ ଶନିବାର ଉଦ୍ଧାର କରାଯାଇଛି। ସେ ହେଲେ ନମିରା ଗ୍ରାମ ମୁଣ୍ଡା ସାହିର ବିଦୁ ମୁଣ୍ଡା(୩୦)।
ବାମେବାରୀ ଥାନା ଭାରପ୍ରାପ୍ତ ଅଧିକାରୀ ପରେଶ କୁମାର ମହାନ୍ତିଙ୍କଠାରୁ ମିଳିଥିବା ସୂଚନାନୁଯାୟୀ, ଉକ୍ତ ସ୍ଥାନକୁ ଯାଇ ବିଦୁ ଟ୍ରେନ୍‌ ଆଗକୁ ଡେଇଁ ଆମତ୍ହତ୍ୟା କରିବାକୁ ଉଦ୍ୟମ କରୁଥିବା ବେଳେ ସ୍ଥାନୀୟ ଅଞ୍ଚଳର କିଛି ବ୍ୟକ୍ତି ତାଙ୍କୁ ଅଟକାଇ ଥିଲେ । ମାତ୍ର ଏହାର କିଛି ସମୟ ପରେ ସେ ଟ୍ରେନ୍‌ ଆଗକୁ ଡେଇଁ ପଡିଥିଲେ। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା । ଖବର ପାଇ ବାମେବାରୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ଏକ ଅପମୃତ୍ୟୁ ମାମଲା ରୁଜୁ କରିଥିବା ଥାନା ଅଧିକାରୀ ପରେଶ କୁମାର ମହାନ୍ତି କହିଛନ୍ତି।