Posted inଜାତୀୟ

ରେଳ ଷ୍ଟେଶନରେ ମାଟି କପରେ ବିକ୍ରି ହେବ ଚା’: ଘୋଷଣା କଲେ ରେଳ ମନ୍ତ୍ରୀ

ନୂଆଦିଲ୍ଲୀ,୨୯।୧୧-ବର୍ତ୍ତମାନ ସାରା ଦେଶରେ ରହିଥିବା ୪୦୦ ରେଳ ଷ୍ଟେଶନରେ ମାଟି ପାତ୍ରରେ ଚା ବିକ୍ରି ବ୍ୟବସ୍ଥା କରାଯାଇଛି। ଆଗାମୀ ଦିନରେ ସବୁ ଷ୍ଟେଶନରେ ଏଭଳି ସୁବିଧା କରିବା ଉପରେ ସରକାର ବର୍ତ୍ତମାନ ଯୋଜନା କରୁଛନ୍ତି। ରାଜସ୍ଥାନରେ ରେଲଓ୍ବେର ଏକ ପ୍ରକଳ୍ପ ଉଦଘାଟନ କରି ରେଳମନ୍ତ୍ରୀ ପୀୟୂଷ ଗୋୟଲ ଏହା କହିଛନ୍ତି। ମାଟିପାତ୍ର ଚା ବିକ୍ରି ହେବା ଯୋଗୁ ଏହା ପରିବେଶ ଉପଯୋଗୀ ହୋଇପାରିଛି। ଏହା ପ୍ଲାଷ୍ଟିକ ବ୍ୟବହାର କମାଇଥିବା ସେ ମତ ଦେଇଛନ୍ତି। ପ୍ଲାଷ୍ଟିକ ମୁକ୍ତ ଭାରତ ଗଠନ ଦିଗରେ ଏଭଳି ପଦକ୍ଷେପ କାର୍ଯ୍ୟକାରୀ କରାଯାଉଛି। ଏହାକୁ ବିଚାର କରି ସାରା ଦେଶରେ ରହିଥିବା ରେଳ ଷ୍ଟେଶନଗୁଡିକରେ ମାଟି ପାତ୍ରରେ ଚା ବିକ୍ରି ନେଇ ଯୋଜନା ରଖାଯାଇଥିବା ସେ ସ୍ପଷ୍ଟ କରିଛନ୍ତି। ସେ ପୁଣି କହିଛନ୍ତି ଯେ, ରେଲଓ୍ବେର ବିକାଶ ଲାଗି ସରକାର ବିଭିନ୍ନ ଯୋଜନା ହାତକୁ ନେଉଛନ୍ତି। ସାରା ଦେଶରେ ରେଳ ଲାଇନ ବିଦ୍ୟୁତୀକରଣ ହେଲେ ପରିବେଶ ସୁରକ୍ଷା ଏବଂ ଇନ୍ଧନ, ଅର୍ଥ ଏବଂ ସଞ୍ଚୟ ଦିଗରେ ଏହା ଯୋଗଦାନ ରଖିବ। କୃଷିଜାତ ସାମଗ୍ରୀର ପରିବହନ ଦିଗରେ ମଧ୍ୟ ରେଲଓ୍ବେର କାର୍ଯ୍ୟ ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri