Posted inଜାତୀୟ

ରେଳ ଷ୍ଟେଶନରେ ମାଟି କପରେ ବିକ୍ରି ହେବ ଚା’: ଘୋଷଣା କଲେ ରେଳ ମନ୍ତ୍ରୀ

ନୂଆଦିଲ୍ଲୀ,୨୯।୧୧-ବର୍ତ୍ତମାନ ସାରା ଦେଶରେ ରହିଥିବା ୪୦୦ ରେଳ ଷ୍ଟେଶନରେ ମାଟି ପାତ୍ରରେ ଚା ବିକ୍ରି ବ୍ୟବସ୍ଥା କରାଯାଇଛି। ଆଗାମୀ ଦିନରେ ସବୁ ଷ୍ଟେଶନରେ ଏଭଳି ସୁବିଧା କରିବା ଉପରେ ସରକାର ବର୍ତ୍ତମାନ ଯୋଜନା କରୁଛନ୍ତି। ରାଜସ୍ଥାନରେ ରେଲଓ୍ବେର ଏକ ପ୍ରକଳ୍ପ ଉଦଘାଟନ କରି ରେଳମନ୍ତ୍ରୀ ପୀୟୂଷ ଗୋୟଲ ଏହା କହିଛନ୍ତି। ମାଟିପାତ୍ର ଚା ବିକ୍ରି ହେବା ଯୋଗୁ ଏହା ପରିବେଶ ଉପଯୋଗୀ ହୋଇପାରିଛି। ଏହା ପ୍ଲାଷ୍ଟିକ ବ୍ୟବହାର କମାଇଥିବା ସେ ମତ ଦେଇଛନ୍ତି। ପ୍ଲାଷ୍ଟିକ ମୁକ୍ତ ଭାରତ ଗଠନ ଦିଗରେ ଏଭଳି ପଦକ୍ଷେପ କାର୍ଯ୍ୟକାରୀ କରାଯାଉଛି। ଏହାକୁ ବିଚାର କରି ସାରା ଦେଶରେ ରହିଥିବା ରେଳ ଷ୍ଟେଶନଗୁଡିକରେ ମାଟି ପାତ୍ରରେ ଚା ବିକ୍ରି ନେଇ ଯୋଜନା ରଖାଯାଇଥିବା ସେ ସ୍ପଷ୍ଟ କରିଛନ୍ତି। ସେ ପୁଣି କହିଛନ୍ତି ଯେ, ରେଲଓ୍ବେର ବିକାଶ ଲାଗି ସରକାର ବିଭିନ୍ନ ଯୋଜନା ହାତକୁ ନେଉଛନ୍ତି। ସାରା ଦେଶରେ ରେଳ ଲାଇନ ବିଦ୍ୟୁତୀକରଣ ହେଲେ ପରିବେଶ ସୁରକ୍ଷା ଏବଂ ଇନ୍ଧନ, ଅର୍ଥ ଏବଂ ସଞ୍ଚୟ ଦିଗରେ ଏହା ଯୋଗଦାନ ରଖିବ। କୃଷିଜାତ ସାମଗ୍ରୀର ପରିବହନ ଦିଗରେ ମଧ୍ୟ ରେଲଓ୍ବେର କାର୍ଯ୍ୟ ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୧ ରାଜ୍ୟର ୧୦୨ ଆସନ ପାଇଁ ଆରମ୍ଭ ହେଲା ମତଦାନ, ମୋଦି କହିଲେ ଗଣତନ୍ତ୍ରର ସବୁଠାରୁ ବଡ ଉତ୍ସବ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ସକାଳୁ ମତଦାନ ଆରମ୍ଭ ହୋଇଛି। ଏହା ସହିତ ବିଶ୍ୱର ବୃହତ୍ତମ ଗଣତନ୍ତ୍ରରେ ନିର୍ବାଚନ ମହା ଉତ୍ସବ...

ଇଭିଏମ୍‌ ମକ୍‌ ପୋଲ୍‌: ଭାଜପାକୁ ଯାଇଛି ଅତିରିକ୍ତ ଭୋଟ

ନୂଆଦିଲ୍ଲୀ,୧୯ା୪(ପି.ଟି.):ଦେଶରେ ଲୋକ ସଭା ନିର୍ବାଚନ ଚାଲିଥିବାବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ୍‌ରେ ଜାଲିଆତି ଅଭିଯୋଗକୁ ନେଇ ବିବାଦ ଲାଗିରହିଛି। ସେଥିପାଇଁ ଭୋଟର ଭେରିଫାଏବଲ୍‌ ପେପର ଅଡିଟ୍‌ ଟ୍ରେଲ୍‌...

ଆଜି ପ୍ରଥମ ପର୍ଯ୍ୟାୟ ଭୋଟ:ଏହିସବୁ ହେଭିଓ୍ବେଟ୍‌ଙ୍କ ହେବ ଭାଗ୍ୟ ନିର୍ଦ୍ଧାରଣ

ନୂଆଦିଲ୍ଲୀ,୧9ା୪(ପି.ଟି.):ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ୨୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ ଆସନରେ ମତଦାନ ହେବାକୁ ଯାଉଛି। ଏହି ପର୍ଯ୍ୟାୟର ପ୍ରମୁଖ...

ରାମନବମୀରେ ଭାଜପା ହିଂସାକୁ ଉସୁକାଇଥିଲା: ମମତା

କୋଲକାତା,୧୮ା୪: ପଶ୍ଚିମବଙ୍ଗରେ ରାମନବମୀ ପାଳନ ବେଳେ ଭାଜପା ହିଂସାକୁ ଉସୁକାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଅଭିଯୋଗ କରିଛନ୍ତି। ମୁର୍ଶିଦାବାଦ ଜିଲାରେ ଯେଉଁ ହିଂସାକାଣ୍ଡ...

ଏପ୍ରିଲ ୨୨ରୁ ସ୍କୁଲ ଛୁଟି

କୋଲକାତା,୧୮।୪: ରାଜ୍ୟରେ ଅତ୍ୟଧିକ ଉତ୍ତାପ ପରିସ୍ଥିତିକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ସରକାର ୨୨ ଏପ୍ରିଲରୁ ସରକାରୀ ଏବଂ ସରକାରୀ ସହାୟତା ପ୍ରାପ୍ତ ବିଦ୍ୟାଳୟରେ ଗ୍ରୀଷ୍ମ ଛୁଟି...

ଭୋଟିଂର ୪୮ ଘଣ୍ଟା ପୂର୍ବରୁ ବନ୍ଦ ହୋଇଯାଏ ପ୍ରଚାର, ଏହି ସାଇଲେନ୍ସ ପିରିୟଡରେ କ’ଣ କରନ୍ତି ପ୍ରାର୍ଥୀ ଜାଣନ୍ତୁ

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ୧୯ ଏପ୍ରିଲରୁ ଆରମ୍ଭ ହେବ। ଏହା ଅଧୀନରେ ଦେଶର ୨୧ ଟି ରାଜ୍ୟ...

ନିର୍ବାଚନ ପୂର୍ବରୁ ଏଏପିକୁ ଝଟକା, ଗିରଫ ହେଲେ ବିଧାୟକ ଅମାନତୁଲ୍ଲାହ ଖାନ

ନୂଆଦିଲ୍ଲୀ,୧୮।୪: ଆମ ଆଦମୀ ପାର୍ଟିର ବିଧାୟକ ଅମାନତୁଲ୍ଲାହ ଖାନଙ୍କୁ ଗୁରୁବାର ଇଡି ଗିରଫ କରିଛି। ୱାକଫ ବୋର୍ଡ ନିଯୁକ୍ତି ସ୍କାମରେ ତାଙ୍କୁ ପିଏମଏଲଏ ଅଧୀନରେ ଗିରଫ...

ଇରାନ କବଜାରେ ଥିବା ଜାହାଜରୁ ଭାରତ ଫେରିଲେ ପ୍ରଥମ କ୍ରୁ ମେମ୍ବର

ନୂଆଦିଲ୍ଲୀ,୧୮।୪: କେରଳ ତ୍ରିଶୁରର ବାସିନ୍ଦା ମହିଳାକ୍ୟାଡେଟ ଆନ ଟେସା ଜୋସେଫ, କାର୍ଗୋ ଜାହାଜ MSC Aries ରେ ଥିବା ଭାରତୀୟ କ୍ରୁଙ୍କ ଅଂଶ ଭାବରେ ଗୁରୁବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri