ରେଳ ଷ୍ଟେଶନରେ ଯାତ୍ରୀ ପାଇବେ ସ୍ବାସ୍ଥ୍ୟକର ଖାଦ୍ୟ

ଭୁବନେଶ୍ୱର, ୪ା୧୨(ବ୍ୟୁରୋ): ଏଣିକି ରେଳ ଷ୍ଟେଶନରେ ଯାତ୍ରୀଙ୍କୁ ମିଳିବ ସୁରକ୍ଷିତ ତଥା ସ୍ବାସ୍ଥ୍ୟକର ଖାଦ୍ୟ। ଏହା ଉପରେ ଏବେ ଭାରତୀୟ ରେଳପଥ ଗୁରୁତ୍ୱ ଦେଇଛି। ଏନେଇ ‘ଇଟ୍‌ ରାଇଟ୍‌ ଷ୍ଟେଶନ’ ନାମରେ ନୂଆ ଅଭିଯାନ ଆରମ୍ଭ ହୋଇଛି। ଏଥିରେ ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (ଏଫ୍‌ଏସ୍‌ଏସ୍‌ଏଆଇ) ରେଳ ଷ୍ଟେଶନଗୁଡ଼ିକରେ ବିକ୍ରି ହେଉଥିବା ଖାଦ୍ୟର ମାନ ପରୀକ୍ଷଣ କରି ‘ଇଟ୍‌ ରାଇଟ୍‌ ଷ୍ଟେଶନ’ ସାର୍ଟିଫିକେଟ ଦେଉଛି। ଖାଦ୍ୟ ପ୍ରସ୍ତୁତି, ବିକ୍ରି, ସ୍ବଚ୍ଛତା, ବର୍ଜ୍ୟ ପରିଚାଳନା, ଆଞ୍ଚଳିକ ଖାଦ୍ୟ ସାମଗ୍ରୀର ପ୍ରୋତ୍ସାହନ ଆଦିକୁ ମାନଦଣ୍ଡ ରୂପେ ନିଆଯାଉଛି। ଏଥିପାଇଁ ଏଫ୍‌ଏସ୍‌ଏସ୍‌ଆଇ ପକ୍ଷରୁ ପ୍ରଥମେ ତାଲିମ୍‌ ଦିଆଯାଉଛି। ନିର୍ଦ୍ଧାରିତ ସମୟ ବ୍ୟବଧାନରେ ଯାଞ୍ଚ ଓ ପରୀକ୍ଷା କରାଯାଇ ତାରକା ରେଟିଂ ସହ ସାର୍ଟିଫିକେଟ୍‌ ପ୍ରଦାନ କରାଯାଉଛି। ମଙ୍ଗଳବାର ଦକ୍ଷିଣ ରେଳପଥର ମୁମ୍ବାଇ ସେଣ୍ଟ୍ରାଲ ରେଳ ଷ୍ଟେଶନ ଏହି ସାର୍ଟିଫିକେଟ୍‌ ହାସଲ କରିଛି। ପରବର୍ତ୍ତୀ ସମୟରେ ଦେଶର ପ୍ରମୁଖ ରେଳ ଷ୍ଟେଶନଗୁଡ଼ିକ ଏହି ପ୍ରକ୍ରିୟାରେ ସାମିଲ ହେବେ। ଷ୍ଟେଶନରେ ଯାତ୍ରୀ ଖାଉଥିବା ଖାଦ୍ୟ ସ୍ବାସ୍ଥ୍ୟକର ବୋଲି ପ୍ରମାଣିତ କରିବା ହେଉଛି ଏହି ଅଭିଯାନର ମୂଳ ଲକ୍ଷ୍ୟ ବୋଲି ରେଳମନ୍ତ୍ରୀ ପୀୟୂଷ ଗୋୟଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଣି ନିଲାମକୁ ନେଇ ତେଜୁଛି ବିରୋଧ, ଆନ୍ଦୋଳନ ଚେତାବନୀ ଦେଇ ଅଞ୍ଚଳବାସୀ କହିଲେ…

ଥୁଆମୂଳ ରାମପୁର,୭।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ବନ୍ୟପ୍ରାଣୀ ଅଭୟାରଣ୍ୟ ଅନ୍ତର୍ଗତ ଖଣ୍ଡୁଆଳମାଳି ପାହାଡ଼ କର୍ଲାପାଟ ବକ୍ସାଇଟ ବ୍ଲକକୁ ନେଇ ବିରୋଧ ତେଜୁଛି। ଆନୁମାନିକ ୨୪.୮…

PCB ଛାଡିବା ପରେ ପାକିସ୍ତାନ କ୍ରିକେଟର ଚିଠା ଖୋଲିଲେ ମିସବା, ହେଲାଣି ଚର୍ଚ୍ଚା

ଇସଲାମାବାଦ,୭।୯: ପାକିସ୍ତାନ କ୍ରିକେଟରେ କ’ଣ ଘଟୁଛି? ଦଳ ଏବଂ ଚୟନ କମିଟି ପରିବର୍ତ୍ତନ କରିବା ଦ୍ୱାରା ପାକିସ୍ତାନ କ୍ରିକେଟ ଦଳର ବର୍ତ୍ତମାନ ଏବଂ ଭବିଷ୍ୟତ ପରିବର୍ତ୍ତନ ହେବ…

ଓଜନ କମାଇବାର ସହଜ ଉପାୟ

ଆମ ଶରୀରର ଓଜନ ସନ୍ତୁଳିତ ରହିବା ନିହାତି ଦରକାର। ହେଲେ ଏହାର ଏକ ସରଳ ଉପାୟ ରହିଛି। ଏହାକୁ ଜଣେ ଅତି ସହଜରେ ଆପଣେଇ ପାରିବ। ତାହା…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି…

ଗୋ’ ଚାଲାଣବେଳେ ଫାଟିଲା ପିକ୍‌ଅପ୍‌ ଟାୟାର, ୩ ବଳଦ ମୃତ

ଜଗନ୍ନାଥପ୍ରସାଦ,୭ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ରବିବାର ମଧ୍ୟରାତ୍ରିରେ ବେଆଇନ ଗୋ-ଚାଲାଣ ବେଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଜିରାବାଡ଼ି ଗ୍ରାମ ନିକଟରେ…

ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ICC ଏକ ଯୋଜନା ପ୍ରସ୍ତୁତ କରିଛି

ନୂଆଦିଲ୍ଲୀ,୭।୯: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୀର୍ଘ ସମୟ ଧରି କୌଣସି ଦ୍ୱିପାକ୍ଷିକ କିମ୍ବା ତ୍ରି-ସିରିଜ ଖେଳାଯାଇ ନାହିଁ। ଭାରତ ଏପରି କାର୍ଯ୍ୟକ୍ରମକୁ ନିରନ୍ତର ମନା କରିଆସିଛି,…

୭ ଦିନରେ ସାଇନ୍‌ବୋର୍ଡ ବନାନ ସଂଶୋଧନ କରିବାକୁ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ଓଡ଼ିଆ ଉଚ୍ଚାରଣ ସହ ସମନ୍ବୟ ରଖି ସଂଶୋଧିତ ହୋଇଥିବା ବିଭିନ୍ନ ସ୍ଥାନ ନାମର ଇଂଲିଶ ବନାନକୁ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନରେ ସମାନ…

ବୃହତ୍ତମ ‘ଟି-ରେକ୍ସ’ ଡାଇନୋସର ମୃତ୍ୟୁ ରହସ୍ୟରୁ ହଟିଲା ପରଦା

ସାସ୍କାଚେୱାନ(କାନାଡା),୭ା୯: ପ୍ରାୟ ୬ କୋଟି ୬୦ ଲକ୍ଷ ବର୍ଷ ପୂର୍ବେ ପୃଥିବୀ ପୃଷ୍ଠରୁ ବିଲୁପ୍ତ ହୋଇଯାଇଥିବା ବିଶ୍ୱର ସବୁଠାରୁ ବୃହତ୍ତମ ‘ଟାଇରାନୋସରସ୍‌ ରେକ୍ସ’ (ଟି-ରେକ୍ସ) ଡାଇନୋସର ‘ସ୍କଟି’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri