ରୋଗୀଙ୍କ ଜୀବନ ସହ ଖେଳ: ଆମ୍ବୁଲାନ୍ସରେ ବର୍ଜ୍ୟବସ୍ତୁ ବୁହା

ତାଳଚେର,୮ା୮(ନି.ପ୍ର.)  ରୋଗୀଙ୍କ ଜୀବନ ରକ୍ଷାରେ ଆମ୍ବୁଲାନ୍ସର ଭୂମିକା ଗୁରୁତ୍ୱପୂର୍ଣ୍ଣ। ହେଲେ ଏନ୍‌ଟିପିସି ପରିଚାଳନାଧୀନ ତାଳଚେର ଥର୍ମାଲ (ଟିଟିପିଏସ୍‌) ହସ୍ପିଟାଲ କର୍ତ୍ତୃପକ୍ଷ ଆମ୍ବୁଲାନ୍ସରେ ବର୍ଜ୍ୟବସ୍ତୁ ପରିବହନ କରୁଛନ୍ତି। ଏପରି ଘଟଣା ଜଣାପଡ଼ିବା ପରେ ସାଧାରଣରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ସ୍ବେଚ୍ଛାସେବୀ ସଙ୍ଗଠନ ଦି ନ୍ୟୁ ହରାଇଜନ ପକ୍ଷରୁ ବୁଧବାର ବର୍ଜ୍ୟବସ୍ତୁ ନେଇ ଯାଉଥିବା ଆମ୍ବୁଲାନ୍ସକୁ ଅଟକାଇ ତାଳଚେର ଥାନା ଜିମାରେ ଦିଆଯିବା ସହ ଏ ନେଇ ଏକ ଏତଲା ମଧ୍ୟ ଦିଆଯାଇଛି।
ସଙ୍ଗଠନ ପକ୍ଷରୁ ଅଭିଯୋଗ କରାଯାଇଛି ଯେ, ଟିଟିପିଏସ୍‌ ଡାକ୍ତରଖାନାରେ ଥିବା ଏକ ଆମ୍ବୁଲାନ୍ସ (ନଂ. ଓଡି ୩୫-୭୩୦୬)ରେ ବର୍ଜ୍ୟବସ୍ତୁ (ବ୍ୟବହୃତ ସିରିଞ୍ଜ, ତୁଳା, ସାଲାଇନ ବୋତଲ, ଗଜ) ପରିବହନ କରାଯାଉଥିଲା। ଏହା ଜଣାପଡ଼ିବା ପରେ ସଙ୍ଗଠନର ସଦସ୍ୟମାନେ ଥର୍ମାଲ ଆନନ୍ଦବଜାର ଠାରେ ଗାଡ଼ିକୁ ଅଟକାଇ ଥିଲେ। ଡୋର୍‌ ଖୋଲିବା ପରେ ଗାଡି ଭିତରେ ଡଷ୍ଟବିନରେ ବର୍ଜ୍ୟବସ୍ତୁ ଭର୍ତ୍ତି ରହିଥିବା ଦେଖିବାକୁ ମିଳିଥିଲା। ଏହାକୁ କଣିହାଁ ଡାକ୍ତରଖାନା ପରିସରରେ ଥିବା ୱେଷ୍ଟ ମ୍ୟାନେଜମେଣ୍ଟକୁ ନିଆଯାଉଥିବା ଆମ୍ବୁଲାନ୍ସ ଚାଳକ କହିବା ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିଲା। ଗୁରୁତର ରୋଗୀଙ୍କୁ ଡାକ୍ତରଖାନା ନେବାକୁ ଆମ୍ବୁଲାନ୍ସ ମିଳୁ ନ ଥିବା ବେଳେ ଏଥିରେ ବର୍ଜ୍ୟବସ୍ତୁ ପରି ସଂକ୍ରମିତ ସାମଗ୍ରୀ ନିଆଯିବା ଅତ୍ୟନ୍ତ ଉଦ୍‌ବେଗର ବିଷୟ। ଏହାଦ୍ୱାରା ରୋଗୀଙ୍କ କ୍ଷେତ୍ରରେ ସଂକ୍ରମଣ ଆଶଙ୍କା ବୃଦ୍ଧି ପାଇବ। ସେମାନଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି ହେବ। ଏହା ଜାଣି ବି ଡାକ୍ତରଖାନା ପକ୍ଷରୁ ଏପରି କାର୍ଯ୍ୟ କରାଯାଇଥିବାରୁ ଗାଡ଼ିକୁ ଥାନା ଜିମା ଦିଆଯାଇଛି। ତୁରନ୍ତ ଡାକ୍ତରଖାନା କର୍ତ୍ତୃପକ୍ଷଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ସଙ୍ଗଠନ ପକ୍ଷରୁ ଦାବି କରାଯାଇଛି। ଅଭିଯୋଗ ପାଇବା ପରେ ତାଳଚେର ଥାନା ଆଇଆଇସି ସୌଭାଗ୍ୟ ଚନ୍ଦ୍ର ସ୍ବାଇଁ ତୁରନ୍ତ ଉପଜିଲାପାଳ ଓ ଏସ୍‌ଡିପିଙ୍କୁ ଘଟଣା ସମ୍ପର୍କରେ ଅବଗତ କରିଥିଲେ। ଏଥିସହ ହସ୍‌ପିଟାଲ କର୍ତ୍ତୃପକ୍ଷଙ୍କୁ ଥାନାକୁ ଡକାଇଥିଲେ। ଆଗାମୀ ଦିନରେ ଏପରି କାର୍ଯ୍ୟର ପୁନରାବୃତ୍ତି ହେବ ନାହିଁ ବୋଲି ଡାକ୍ତରଖାନା କର୍ତ୍ତୃପକ୍ଷ ପ୍ରତିଶ୍ରୁତି ଦେଇଥିବା ଆଇଆଇସି ସୂଚନା ଦେଇଛନ୍ତି। ଏ ସମ୍ପର୍କରେ ଟିଟିପିଏସ୍‌ ସିଏମ୍‌ଓ ରଞ୍ଜିତା ସାହୁ କହିଛନ୍ତି, ଆମ୍ବୁଲାନ୍ସରେ ବର୍ଜ୍ୟବସ୍ତୁ ନିଆଯାଉ ଥିଲା। ଗାଡି ନ ଥିବାରୁ କେବେ କେବେ ଆମ୍ବୁଲାନ୍ସକୁ ଏଥିପାଇଁ ବ୍ୟବହାର କରାଯାଇଥାଏ। ଟିଟିପିଏସ୍‌ ଡିଜିଏମ୍‌ ସମୀତ ଦେ କହିଛନ୍ତି, ଆମ୍ବୁଲାନ୍ସ ଥାନାରେ କ’ଣ ପାଇଁ ଅଛି ତାହା ଜାଣିନାହିଁ। ସିଏମ୍‌ଓଙ୍କୁ ପଚାରିବା ପରେ ଜଣାପଡିବ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

କାନପୁରରେ ବାରମ୍ବାର ଖସୁଛି ଅତଡ଼ା: ସ୍ଥିତି ଅନୁଧ୍ୟାନ କଲେ ଅଧିକାରୀ

ଛେନାପଦୀ/ହାଟଡିହୀ,୧୨l୯(ନିରାକାର ପରିଡା/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ପଞ୍ଚାୟତ କାନପୁର ଗ୍ରାମର ଦକ୍ଷିଣ ପାର୍ଶ୍ୱ ସାଳନ୍ଦୀ ନଦୀ ଦ୍ୱାରା ବାରମ୍ବାର ଅତଡ଼ା ଖସି କାନପୁର…

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ ଘଟିଲା…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

୨ ଦିନ ହେଲା ବସ୍‌ଷ୍ଟାଣ୍ଡ ବାସିନ୍ଦା ଜଳବନ୍ଦୀ, ନିଦ୍ରାରେ ପ୍ରଶାସନ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବସ୍‌ଷ୍ଟାଣ୍ଡ ବାସିନ୍ଦା ୨ ଦିନ ହେଲା ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି। ଦିଗପହଣ୍ଡି ସହର ଜିଲାର ଏକ ପ୍ରମୁଖ…

ଗ୍ରାମ ସଭାପତିଙ୍କୁ ହତ୍ୟା ମାମଲା: ଆଜୀବନ କାରାଦଣ୍ଡ ଭୋଗିବେ ଦ୍ୱିତୀୟ ଅଭିଯୁକ୍ତ

ଭଞ୍ଜନଗର,୧୨ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦଣ୍ଡିପଦର ଗ୍ରାମରେ ୨୦୧୬ରେ ଗ୍ରାମ ସଭାପତି ପରୀକ୍ଷିତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଉକ୍ତ ମାମଲାର ରାୟ ଶୁକ୍ରବାର ପ୍ରକାଶ…

ନିଖୋଜ ଥିଲେ, କେନାଲରୁ ମିଳିଲା ମହିଳାଙ୍କ ମୃତଦେହ

କୋକସରା,୧୨।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ପିତବାସପୁର କେନାଲ ବ୍ରିଜ ନିକଟରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତା ମହିଳା ଜଣକ…

ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି ଚାଖିବେ ବିଶ୍ୱ ପ୍ରତିନିଧି, ବଢ଼ିଲା ଓଡ଼ିଶାର ଗୌରବ

କୋରାପୁଟ,୧୨ା୯(ଅମିତାଭ ବେହେରା): କୋରାପୁଟର ପାହାଡ଼ିଆ ଅଞ୍ଚଳରେ ଆଦିବାସୀ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ସୁଗନ୍ଧିତ କଫି ଏବେ ବିଶ୍ୱ ମଞ୍ଚରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ୧୮ତମ ବ୍ରିକ୍ସ ଶିଖର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?