ରୋଗୀଙ୍କ ପର୍ସ, ମୋବାଇଲ୍‌, ଫେରାଇ ଆମ୍ବୁଲାନ୍ସ କର୍ମଚାରୀ ପ୍ରଶଂସିତ

ଭୁବନେଶ୍ୱର,୧୬।୩(ବ୍ୟୁରୋ)କେତେଜଣ ଲୋକ ଅଛନ୍ତି, ଯେଉଁମାନେ ମାନବିକତାକୁ ସର୍ବାଗ୍ରେ ରଖିଥାନ୍ତି। ଏକ ୧୦୮ ଆମ୍ବୁଲାନ୍ସର ୩ଜଣ କର୍ମଚାରୀ ମଧ୍ୟ ମାନବିକତା ଦେଖାଇ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି। ସେମାନେ ଜଣେ ରୋଗୀଙ୍କ ପର୍ସ ଓ ମୋବାଇଲ ଫୋନ ଫେରାଇ ପ୍ରଶଂସା ସାଉଁଟିଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ, କେନ୍ଦ୍ରାପଡ଼ା ଜିଲା ଅଧୀନ ମହାକାଳପଡ଼ା ବ୍ଲକର ନାଳଡିଆଠାରେ ଗତମାସ ୧୯ ତାରିଖରେ ପ୍ରିୟରଞ୍ଜନ ଲେଙ୍କା ନାମକ ଜଣେ ୨୬ ବର୍ଷୀୟ ଯୁବକ ଦୁର୍ଘଟଣାଗ୍ରସ୍ତ ହୋଇଥିଲେ। ଖବରପାଇ ଆମ୍ବୁଲାନ୍ସ ଚାଳକ ବିଭୂତି, ଭୂଷଣ ସ୍ବାଇଁ, ଇଏମ୍‌ଟି ଏସ୍‌କେ ସନ୍ତୋଷ କୁମାର ଏବଂ ସହାୟକ ଆଲୋକ କୁମାର ମଲିକ ୧୦୮ ଆମ୍ବୁଲାନ୍ସ ନେଇ ଘଟଣାସ୍ଥଳରେ ପହଞ୍ଚିଥିଲେ। ପ୍ରିୟରଞ୍ଜନ ଅଚେତ ଥିବାବେଳେ ଦୁର୍ଘଟଣାସ୍ଥଳରେ କୌଣସି ପରିବାର ସଦସ୍ୟ ଉପସ୍ଥିତ ନଥିଲେ। ଆମ୍ବୁଲାନ୍ସ କର୍ମଚାରୀମାନେ ସେଠାରୁ ପ୍ରିୟରଞ୍ଜନଙ୍କ ପର୍ସ ଓ ମୋବାଇଲ ଫୋନ ପାଇଥିଲେ। ଉକ୍ତ ଫୋନ ମାଧ୍ୟମରେ ସେମାନେ ପ୍ରିୟରଞ୍ଜନଙ୍କ ପରିବାର ସହ ଯୋଗାଯୋଗ କରିଥିଲେ ଏବଂ ତାଙ୍କୁ ତୁରନ୍ତ ପାଟକୁରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଡକାଇଥିଲେ। ଘରଠାରୁ ଏହି ସ୍ବାସ୍ଥ୍ୟକେନ୍ଦ୍ରର ଦୂରତା କମ୍‌ ହୋଇଥିବାରୁ ରୋଗୀଙ୍କୁ ସେହିଠାରେ ହିଁ ରଖାଯାଇଥିଲା। ଏହାପରେ ରୋଗୀଙ୍କର ପରିବାର ସଦସ୍ୟମାନେ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚତ୍ବା ପରେ ଆମ୍ବୁଲାନ୍ସ ଚାଳକ ବିଭୂତି ଭୂଷଣ ସ୍ବାଇଁ ଘଟଣାସ୍ଥଳରୁ ପାଇଥିବା ପର୍ସ ଓ ମୋବାଇଲକୁ ସେମାନଙ୍କୁ ହସ୍ତାନ୍ତର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri