ରୋଗୀଙ୍କ ପାଇଁ ହେବ ସ୍ବତନ୍ତ୍ର ପ୍ରତୀକ୍ଷା ଗୃହ

ଛତ୍ରପୁର,୭ା୮(ଡି.ଏନ.ଏ.) -ପ୍ରତ୍ୟେକ ଡାକ୍ତରଖାନାରେ ରୋଗୀଙ୍କ ପାଇଁ ସ୍ବତନ୍ତ୍ର ପ୍ରତୀକ୍ଷା ଗୃହ ନିର୍ମାଣ କରାଯିବ। ଗୃହ ସଂଲଗ୍ନ ଶୌଚାଳୟ ରହିବ। ବିଶୁଦ୍ଧ ପାନୀୟ ଜଳ ବ୍ୟବସ୍ଥା ହେବ। ଏଥିରେ ଆବଶ୍ୟକ ପଙ୍ଖା ଓ ଟେଲିଭିଜନ ବ୍ୟବସ୍ଥା କରାଯିବା ସହ ରୋଗୀଙ୍କୁ ନେଇ ଆସୁଥିବା ସେମାନଙ୍କ ସମ୍ପର୍କୀୟଙ୍କ ପାଇଁ ମଧ୍ୟ ବିଶ୍ରାମ ଗୃହ ହେବ। ସେଠାରେ ମଧ୍ୟ ସବୁ ସୁବିଧା ଉପଲବ୍ଧ ହେବ। ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ମଙ୍ଗଳବାର ଅନୁଷ୍ଠିତ ଜିଲା ସ୍ବାସ୍ଥ୍ୟ ବିଭାଗ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏହା ପ୍ରକାଶ କରିଛନ୍ତି। ସ୍ବାସ୍ଥ୍ୟକେନ୍ଦ୍ର ପରିଷ୍କାର, ପରିଚ୍ଛନ୍ନତା ଉପରେ ଜିଲାପାଳ ସର୍ବାଧିକ ଗୁରୁତ୍ୱାରୋପ କରିଛନ୍ତି। ପ୍ରତ୍ୟେକ ସ୍ବାସ୍ଥ୍ୟକେନ୍ଦ୍ରରେ ବର୍ଜ୍ୟବସ୍ତୁ ପାଇଁ ଅଲଗା ଅଲଗା ଧାରକପାତ୍ର ରହିବ। ଲୋକମାନେ ଏଥିରେ ବର୍ଜ୍ୟବସ୍ତୁ ପକାଇବା ପାଇଁ ସଚେତନ କରାଯିବ। ଡାକ୍ତରଖାନା ପରିସରରେ ଥିତ୍ବା ଖାଲି ସ୍ଥାନରେ ଫୁଲଗଛ ଲଗାଯିବ। ସ୍ବାସ୍ଥ୍ୟ ବିଭାଗର ନିର୍ମାଣାଧୀନ ଗୃହ ନିରୂପିତ ସମୟ ମଧ୍ୟରେ ସମ୍ପୂର୍ଣ୍ଣ କରିବାକୁ କୁହାଯାଇଛିା ପ୍ରତ୍ୟେକ ସ୍ବାସ୍ଥ୍ୟକେନ୍ଦ୍ରର ଅଟ୍ଟାଳିକା ଗୁଡିକରେ ବର୍ଷା ଜଳ ସଂରକ୍ଷଣ ବ୍ୟବସ୍ଥା ରହିବ। ବଡ ଅଟ୍ଟାଳିକାଗୁଡିକୁ ସେଣ୍ଟ୍ରାଲ ଏୟାର କଣ୍ଡିସନ କରାଯିବ। ଏଥିରେ ସହଯୋଗ କରିବା ପାଇଁ ଜିଲାରେ ଥିବା ଔଦ୍ୟଗିକ ସଂସ୍ଥାମାନେ ସେମାନଙ୍କର ପାରିପାର୍ଶ୍ୱିକ ଉନ୍ନୟନ ପାଣ୍ଠି ବିନିଯୋଗ କରିବେ। ଜିଲା ମୁଖ୍ୟ ଚିକିସତ୍ା ଅଧିକାରୀ ଏବଂ ସ୍ବାସ୍ଥ୍ୟ ବିଭାଗ ପ୍ରଶାସନ ଦାୟିତ୍ୱରେ ଥିବା ଅନ୍ୟାନ୍ୟ ଅଧିକାରୀ ନିୟମିତ ବ୍ୟବଧାନରେ ଡାକ୍ତରଖାନା ଗୁଡିକୁ ପରିଦର୍ଶନ କରିବେ। ବ୍ରହ୍ମପୁରସ୍ଥିତ ଜିଲା ମୁଖ୍ୟ ଚିକିସତ୍ାଳୟରେ ଔଷଧ ଗୋଦାମ ଘର ପ୍ରତିଷ୍ଠା କରିବା ପାଇଁ ଆନୁଷଙ୍ଗିକ ବ୍ୟବସ୍ଥା କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ହିଞ୍ଜିଳି ଠାରେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପରିବର୍ଦ୍ଧିତ କରାଯାଇ ନିର୍ମାଣ କରାଯାଉଥିବା ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ର କାର୍ଯ୍ୟ ନିର୍ଦ୍ଧାରିତ ସମୟ ମଧ୍ୟରେ ଶେଷ କରିବାକୁ ଜିଲାପାଳ ଗୁରୁତ୍ୱାରୋପ କରିଥିଲେ। ବୈଠକରେ ଜିଲା ମୁଖ୍ୟ ଚିକିସତ୍ା ଅଧିକାରୀ ଡା. ବିଜୟ କୁମାର ପାଣିଗ୍ରାହୀ, ଡିପିଏମ୍‌ ଶ୍ୟାମ ସୁନ୍ଦର ତ୍ରିପାଠୀଙ୍କ ସମେତ ଅନ୍ୟାନ୍ୟ ଅଧିକାରୀମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri