ରୋଗୀଙ୍କ ପାଇଁ ହେବ ସ୍ବତନ୍ତ୍ର ପ୍ରତୀକ୍ଷା ଗୃହ

ଛତ୍ରପୁର,୭ା୮(ଡି.ଏନ.ଏ.) -ପ୍ରତ୍ୟେକ ଡାକ୍ତରଖାନାରେ ରୋଗୀଙ୍କ ପାଇଁ ସ୍ବତନ୍ତ୍ର ପ୍ରତୀକ୍ଷା ଗୃହ ନିର୍ମାଣ କରାଯିବ। ଗୃହ ସଂଲଗ୍ନ ଶୌଚାଳୟ ରହିବ। ବିଶୁଦ୍ଧ ପାନୀୟ ଜଳ ବ୍ୟବସ୍ଥା ହେବ। ଏଥିରେ ଆବଶ୍ୟକ ପଙ୍ଖା ଓ ଟେଲିଭିଜନ ବ୍ୟବସ୍ଥା କରାଯିବା ସହ ରୋଗୀଙ୍କୁ ନେଇ ଆସୁଥିବା ସେମାନଙ୍କ ସମ୍ପର୍କୀୟଙ୍କ ପାଇଁ ମଧ୍ୟ ବିଶ୍ରାମ ଗୃହ ହେବ। ସେଠାରେ ମଧ୍ୟ ସବୁ ସୁବିଧା ଉପଲବ୍ଧ ହେବ। ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ମଙ୍ଗଳବାର ଅନୁଷ୍ଠିତ ଜିଲା ସ୍ବାସ୍ଥ୍ୟ ବିଭାଗ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏହା ପ୍ରକାଶ କରିଛନ୍ତି। ସ୍ବାସ୍ଥ୍ୟକେନ୍ଦ୍ର ପରିଷ୍କାର, ପରିଚ୍ଛନ୍ନତା ଉପରେ ଜିଲାପାଳ ସର୍ବାଧିକ ଗୁରୁତ୍ୱାରୋପ କରିଛନ୍ତି। ପ୍ରତ୍ୟେକ ସ୍ବାସ୍ଥ୍ୟକେନ୍ଦ୍ରରେ ବର୍ଜ୍ୟବସ୍ତୁ ପାଇଁ ଅଲଗା ଅଲଗା ଧାରକପାତ୍ର ରହିବ। ଲୋକମାନେ ଏଥିରେ ବର୍ଜ୍ୟବସ୍ତୁ ପକାଇବା ପାଇଁ ସଚେତନ କରାଯିବ। ଡାକ୍ତରଖାନା ପରିସରରେ ଥିତ୍ବା ଖାଲି ସ୍ଥାନରେ ଫୁଲଗଛ ଲଗାଯିବ। ସ୍ବାସ୍ଥ୍ୟ ବିଭାଗର ନିର୍ମାଣାଧୀନ ଗୃହ ନିରୂପିତ ସମୟ ମଧ୍ୟରେ ସମ୍ପୂର୍ଣ୍ଣ କରିବାକୁ କୁହାଯାଇଛିା ପ୍ରତ୍ୟେକ ସ୍ବାସ୍ଥ୍ୟକେନ୍ଦ୍ରର ଅଟ୍ଟାଳିକା ଗୁଡିକରେ ବର୍ଷା ଜଳ ସଂରକ୍ଷଣ ବ୍ୟବସ୍ଥା ରହିବ। ବଡ ଅଟ୍ଟାଳିକାଗୁଡିକୁ ସେଣ୍ଟ୍ରାଲ ଏୟାର କଣ୍ଡିସନ କରାଯିବ। ଏଥିରେ ସହଯୋଗ କରିବା ପାଇଁ ଜିଲାରେ ଥିବା ଔଦ୍ୟଗିକ ସଂସ୍ଥାମାନେ ସେମାନଙ୍କର ପାରିପାର୍ଶ୍ୱିକ ଉନ୍ନୟନ ପାଣ୍ଠି ବିନିଯୋଗ କରିବେ। ଜିଲା ମୁଖ୍ୟ ଚିକିସତ୍ା ଅଧିକାରୀ ଏବଂ ସ୍ବାସ୍ଥ୍ୟ ବିଭାଗ ପ୍ରଶାସନ ଦାୟିତ୍ୱରେ ଥିବା ଅନ୍ୟାନ୍ୟ ଅଧିକାରୀ ନିୟମିତ ବ୍ୟବଧାନରେ ଡାକ୍ତରଖାନା ଗୁଡିକୁ ପରିଦର୍ଶନ କରିବେ। ବ୍ରହ୍ମପୁରସ୍ଥିତ ଜିଲା ମୁଖ୍ୟ ଚିକିସତ୍ାଳୟରେ ଔଷଧ ଗୋଦାମ ଘର ପ୍ରତିଷ୍ଠା କରିବା ପାଇଁ ଆନୁଷଙ୍ଗିକ ବ୍ୟବସ୍ଥା କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ହିଞ୍ଜିଳି ଠାରେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପରିବର୍ଦ୍ଧିତ କରାଯାଇ ନିର୍ମାଣ କରାଯାଉଥିବା ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ର କାର୍ଯ୍ୟ ନିର୍ଦ୍ଧାରିତ ସମୟ ମଧ୍ୟରେ ଶେଷ କରିବାକୁ ଜିଲାପାଳ ଗୁରୁତ୍ୱାରୋପ କରିଥିଲେ। ବୈଠକରେ ଜିଲା ମୁଖ୍ୟ ଚିକିସତ୍ା ଅଧିକାରୀ ଡା. ବିଜୟ କୁମାର ପାଣିଗ୍ରାହୀ, ଡିପିଏମ୍‌ ଶ୍ୟାମ ସୁନ୍ଦର ତ୍ରିପାଠୀଙ୍କ ସମେତ ଅନ୍ୟାନ୍ୟ ଅଧିକାରୀମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍‌ରେ ତଥ୍ୟ ପ୍ରଦାନ କଲେ ନଗରପାଳ

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri