ରୋଗୀଙ୍କ ସମ୍ପର୍କୀୟଙ୍କୁ ବାଉନ୍‌ସରଙ୍କ ଆକ୍ରମଣ

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ) : ହସ୍ପିଟାଲ ପରିସରରେ ବାଉନ୍‌ସରଙ୍କ ଉପତ୍ାତ ଦିନକୁ ଦିନ ବଢ଼ିବାରେ ଲାଗିଛି। ରବିବାର ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଘରୋଇ ହସ୍ପିଟାଲରେ ରୋଗୀଙ୍କ ସମ୍ପର୍କୀୟଙ୍କୁ ବାଉନ୍‌ସର ଆକ୍ରମଣ କରିଥିଲେ। ଏହାକୁ ନେଇ ହସ୍ପିଟାଲ ପରିସରରେ ପ୍ରବଳ ଉତ୍ତେଜନା ସୃଷ୍ଟି ହୋଇଥିଲା। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ପରିସ୍ଥିତିକୁ ନିୟନ୍ତ୍ରଣ କରିଥିଲା। ଏ ନେଇ ଥାନାରେ ଅଭିଯୋଗ ହେବା ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ସୂଚନା ମୁତାବକ ଆଇଆରସି ଭିଲେଜରେ ରହୁଥିବା ସର୍ବେଶ୍ୱର ସାମଲ ପୁଅ ଅସିତଙ୍କ ପେଟରେ ଥିବା ଷ୍ଟୋନ ଅପରେଶନ ପାଇଁ ଉକ୍ତ ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ରବିବାର ଅପରେଶନ ହେବାକୁ ଥିବା ବେଳେ ଡାକ୍ତରଙ୍କ ସହ ପରାମର୍ଶ ପାଇଁ ସର୍ବେଶ୍ୱରଙ୍କୁ ଉପରକୁ ଯିବାକୁ ବାଉନ୍‌ସର ଦେଇ ନ ଥିଲେ। ଏହାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ଆରମ୍ଭ ହୋଇଥିଲା। ଏ ନେଇ ସର୍ବେଶ୍ୱରଙ୍କ ସମ୍ପର୍କୀୟମାନେ ପହଞ୍ଚତ୍ୟିବାରୁ ଉଭୟଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା। ଏଥିରେ ସର୍ବେଶ୍ୱରଙ୍କ ସମ୍ପର୍କୀୟ ମନୋଜ କୁମାର ସାମଲଙ୍କ ମୁଣ୍ଡଫାଟି ଗଭୀର କ୍ଷତ ସୃଷ୍ଟି ହୋଇଥିଲା। ଏ ନେଇ ସର୍ବେଶ୍ୱରଙ୍କ ଅଭିଯୋଗ କ୍ରମେ ପୋଲିସ ହସ୍ପିଟାଲ ପରିସରର ସିସିଟିଭି ଫୁଟେଜକୁ ଯାଞ୍ଚ କରିଥିଲା। ଆକ୍ରମଣ କରିଥିବା ଅଭିଯୁକ୍ତ ବାଉନ୍‌ସରମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ପ୍ରତିଶ୍ରୁତି ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

ରାଜ୍ୟରେ ଆଣ୍ଟି ଟିବି ଔଷଧ ଅଭାବ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ): ଜାତୀୟ ଯକ୍ଷ୍ମା ବିଲୋପ କାର୍ଯ୍ୟକ୍ରମ(ଏନ୍‌ଟିଇପି) ହେଉଛି ଏକ ଫ୍ଲାଗ୍‌ଶିପ କାର୍ଯ୍ୟକ୍ରମ। ଏଥିରେ ଯକ୍ଷ୍ମା ବା ଟିବି ରୋଗର ଶୀଘ୍ର ଚିହ୍ନଟ, ଚିକିତ୍ସା...

ବିଜେଡିର ୩୪ ମହିଳା ପ୍ରାର୍ଥୀଙ୍କ ମଧ୍ୟରୁ ୧୨ ବିଧାୟକଙ୍କ ସ୍ତ୍ରୀ

ଭୁବନେଶ୍ୱର,୨୪ା୪(ଅନିଲ ଦାସ):ବିଜୁ ଜନତା ଦଳ ସପ୍ତମ ପର୍ଯ୍ୟାୟ ସୁଦ୍ଧା ୧୪୧ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସେମାନଙ୍କ ମଧ୍ୟରେ ୩୪ ଜଣ ମହିଳାଙ୍କୁ ଦଳ...

ମିଶନ ଶକ୍ତିକୁ ବନ୍ଦ ପାଇଁ ଷଡ଼ଯନ୍ତ୍ର କରୁଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୨୪ା୪(ଅନିଲ ଦାସ): ରାଜ୍ୟର ୭୦ ଲକ୍ଷ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଓ ୬ ଲକ୍ଷ ମିଶନ ଶକ୍ତି ଏସ୍‌ଏଚ୍‌ଜି ସାରା ଓଡ଼ିଶାର ଅନେକ ଲକ୍ଷ...

ଏପର୍ଯ୍ୟନ୍ତ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିପାରୁନାହାନ୍ତି ରାଜ୍ୟର ୩ ପ୍ରମୁଖ ଦଳ:ଜାଣନ୍ତୁ କାହାର କେତେ ଆସନ ବାକି ଅଛି

ଭୁବନେଶ୍ୱର,୨୪।୪(ସୁନିତ୍‌ ମିଶ୍ର):ରାଜ୍ୟରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ବୁଧବାର ପ୍ରାର୍ଥତ୍ପତ୍ର ଦାଖଲର ଶେଷ ଦିନ ରହିଛି। ହେଲେ ଏପର୍ଯ୍ୟନ୍ତ ରାଜ୍ୟର ୩ ପ୍ରମୁଖ...

ଭାଜପା ଟି-ଶାର୍ଟରେ ନାହିଁ ମନମୋହନଙ୍କ ଫଟୋ

କାଏମା,୨୪ା୪(ଶିବପ୍ରସାଦ ମହାନ୍ତି):ଯାଜପୁର ଜିଲାର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ମଙ୍ଗଳବାର ଆହୂତ ଏକ ବାଇକ୍‌ ଶୋଭାଯାତ୍ରାରେ କର୍ମୀମାନେ ପିନ୍ଧିଥିବା ଟି-ସାର୍ଟରେ ଭାଜପା ଉଚ୍ଚ ନେତୃବର୍ଗଙ୍କୁ ଉପେକ୍ଷା କରାଯାଇଥିବା...

ନବୀନଙ୍କ ଲୁଙ୍ଗିକୁ ନେଇ ରାଜନୀତିରେ ଝଡ଼, ଧର୍ମେନ୍ଦ୍ର କହିଲେ…

ଭୁବନେଶ୍ୱର,୨୩।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri