ରୋଗୀ ନେବା ପାଇଁ ୧୦୮ ଆମ୍ବୁଲାନ୍ସ କର୍ମଚାରୀ ଦାବି କଲେ ଅର୍ଥ, ଭିଡିଓ ଭାଇରାଲ

ଜଳେଶ୍ୱର,୨୪।୧୦(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ମୁଖ୍ୟ ଚିକିତ୍ସାଳୟର ଭୋଗରାଇ ଅଞ୍ଚଳର ଜଣେ ରୋଗୀଙ୍କୁ ଡାକ୍ତର କଟକ ସ୍ଥାନାନ୍ତର କରିଥିବା ବେଳେ ୧୦୮ ଆମ୍ବୁଲାନ୍ସ ଡ୍ରାଇଭର ଓ ରୋଗୀଙ୍କ ସମ୍ପର୍କୀୟଙ୍କ ସହ କଥାବାର୍ତ୍ତାର ଭିଡିଓ ଭାଇରାଲ ହୋଇଛି। ପ୍ରଥମେ ଡ୍ରାଇଭର ଜଣକ ୧ ହଜାର ଟଙ୍କା ମାଗିଥିଲେ। ରୋଗୀଙ୍କ ସମ୍ପର୍କୀୟ ୫ ଶହ ଟଙ୍କା ଦେବେ ବୋଲି ରାଜି ହେବାରୁ ଆମ୍ବୁଲାନ୍ସର ଡ୍ରାଇଭର ଜଣକ ଗାଡ଼ି ଗଡିବ ନାହିଁ ବୋଲି ରୋକ୍‌ଠୋକ୍‌ ମନା କରି ଦେଇଥିଲେ। ତେଣୁ ସମ୍ପର୍କୀୟ ଜଣକ ବାଧ୍ୟ ହୋଇ ୬୦୦ ଟଙ୍କା ଦେଇଥିଲେ।
ସୂଚନାଯୋଗ୍ୟ, ଭୋଗରାଇ ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ଭଉଣୀଙ୍କ ଦେହ ଅସୁସ୍ଥ ହେବାରୁ ପ୍ରଥମେ ଜଳେଶ୍ୱରର ଏକ ହସ୍ପିଟାଲ ପରେ ବାଲେଶ୍ବର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ବାଲେଶ୍ବରରୁ କଟକ ନେବା ପାଇଁ ପରିବାର ଲୋକେ ୧୦୮କୁ ଯୋଗାଯୋଗ କରିଥିଲେ। ଏହି ଗାଡ଼ିରେ ନେବା ସମୟରେ ଏଭଳି ଘଟିଥିବା ରୋଗୀଙ୍କ ସମ୍ପର୍କୀୟଙ୍କୁ ପଚାରିବାରୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri