ରୋଜ୍‌ଭ୍ୟାଲି ଚିଟ୍‌ଫଣ୍ଡ ମାମଲା: ହାଇକୋର୍ଟରେ ସିବିଆଇର ଚାର୍ଜଶିଟ୍‌ ଦାଖଲ

କଟକ ଅଫିସ, ୨୨ା୮: ରୋଜଭ୍ୟାଲି ଚିଟ୍‌ଫଣ୍ଡ ମାମଲାର ଶୁଣାଣି ବୁଧବାର ହାଇକୋର୍ଟରେ ହୋଇଥିଲା। ଏଥିରେ ସିବିଆଇ ଚାର୍ଜଶିଟ୍‌ ଦାଖଲ କରିଛି। ତେବେ ତଦନ୍ତରୁ କ’ଣ ମିଳିଛି ସେ ସମ୍ପର୍କରେ ସିବିଆଇ ହାଇକୋର୍ଟଙ୍କୁ କୌଣସି ସୂଚନା ଦେଇନାହିଁ। ଅନ୍ୟପକ୍ଷରେ ଗତ ୩ମାସ ଧରି ସିବିଆଇ ଯେଉଁ ତଦନ୍ତ କରିଛି ଓ ତଦନ୍ତରୁ କ’ଣ ପ୍ରମାଣ ପାଇଛି ତାହାକୁ ପ୍ରକାଶ କରିବା ଲାଗି ଅଭିଯୁକ୍ତ ଶ୍ରୀକାନ୍ତ ମୋହତାଙ୍କ ଓକିଲ ସୌରଚନ୍ଦ୍ର ମହାପାତ୍ର ଯୁକ୍ତି ବାଢ଼ିଥିଲେ। ବିଚାରପତି ଜଷ୍ଟିସ୍‌ ଏସ୍‌.କେ. ସାହୁ ଉକ୍ତ ମାମଲାର ଶୁଣାଣି କରି ତଦନ୍ତରେ ମିଳିଥିବା ନୂଆ ପ୍ରମାଣ ଦାଖଲ କରିବାକୁ ସିବିଆଇକୁ କହିଥିଲେ। ମାତ୍ର ସିବିଆଇ ଉକ୍ତ ପ୍ରମାଣ ଆଣି ନ ଥିଲା। ପରେ ଆସନ୍ତା ୨୮ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ବିଚାରପତି ଜଷ୍ଟିସ୍‌ ସାହୁ କହିଥିଲେ। ଉକ୍ତ ଦିନ ମାମଲାର ଶୁଣାଣି ବେଳେ ଏହି ପ୍ରମାଣ ଦାଖଲ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ। ଅନ୍ୟପକ୍ଷରେ ସ୍ବାସ୍ଥ୍ୟାବସ୍ଥା ଖରାପ ଥିବା ନେଇ ମୋହତାଙ୍କ ପକ୍ଷରୁ ଏକ ସତ୍ୟପାଠ ଦାଖଲ କରାଯାଇଥିଲା। ତେବେ ତାଙ୍କ ସ୍ବାସ୍ଥ୍ୟବସ୍ଥା ଯାଞ୍ଚ ପାଇଁ ଏସ୍‌ସିବି ମେଡିକାଲର ଏକ ଡାକ୍ତରୀ ବୋର୍ଡ ଗଠନ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୨୮ରେ ହେବାକୁ ଥିବା ଶୁଣାଣି ବେଳେ ଡାକ୍ତରୀ ବୋର୍ଡର ରିପୋର୍ଟ ମଧ୍ୟ ଦାଖଲ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ମାମଲାର ବିବରଣୀରୁ ପ୍ରକାଶ, ରୋଜଭ୍ୟାଲି ଚିଟ୍‌ଫଣ୍ଡର ମୁଖ୍ୟ ଗୌତମ କୁଣ୍ଡୁ ହୋଇଥିବାବେଳେ ମୋହତା ହେଉଛନ୍ତି ବଙ୍ଗଳା ଫିଲ୍ମର ପ୍ରଯୋଜକ। ରୋଜଭ୍ୟାଲି ଟିଭି ଚ୍ୟାନେଲ ଓ ମୋହତାଙ୍କ ସିନେମା ସଂସ୍ଥା ମଧ୍ୟରେ ୨୦୧୦ରେ ବ୍ୟବସାୟିକ ଚୁକ୍ତି ହୋଇଥିଲା। ଏ ବାବଦରେ ରୋଜଭ୍ୟାଲି ଜମାଖାତାରୁ ମୋହତାଙ୍କ ଆକାଉଣ୍ଟକୁ କୋଟି କୋଟି ଟଙ୍କା ପ୍ରଦାନ କରାଯାଇଥିଲା। ଚିଟ୍‌ଫଣ୍ଡ ଘଟଣାର ତଦନ୍ତ କରୁଥିବା ସିବିଆଇ ଏହି ଟଙ୍କା କାରବାର ସମ୍ପର୍କରେ ମୋହତାଙ୍କୁ ପଚାରିଥିବାବେଳେ ସେ ତାହାର ସନ୍ତୋଷଜନକ ଉତ୍ତର ଦେଇ ନ ଥିଲେ। ଫଳରେ ମୋହତାଙ୍କୁ ସିବିଆଇ କୋଲକାତାରୁ ଗିରଫ କରିଥିଲା। ପରେ ମୋହତା ଭୁବନେଶ୍ୱର ସ୍ବତନ୍ତ୍ର ଏସ୍‌ଜେଏମ୍‌ କୋର୍ଟରେ ଜାମିନ ଆବେଦନ କରିଥିଲେ। ମାତ୍ର ଅଦାଲତ ତାଙ୍କ ଜାମିନ ଆବେଦନକୁ ଖାରଜ କରିଦେବାରୁ ସେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri