ରୋଟାରୀ କ୍ଲବ ଅନୁଗୋଳ ରୟାଲର ଅଧିଷ୍ଠାନ ଉତ୍ସବ:ସମାଜ ସେବା ବିସ୍ତାରିତ କରିବାକୁ ଆହ୍ବାନ

ଅନୁଗୋଳ ଅଫିସ, ୩୦।୭ଅନୁଗୋଳ ରୋଟାରୀ କ୍ଲବ ରୟାଲର ଅଧିଷ୍ଠାନ ଉତ୍ସବ ସ୍ଥାନୀୟ ହୋଟେଲ କମଲେଶ କଣ୍ଟିନେଣ୍ଟାଲ ପରିସରରେ ଅନୁଷ୍ଠିତ ହୋଇଯାଇଛି। ପୂର୍ବତନ ସଭାପତି ପ୍ରଭାତ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ପୂର୍ବତନ ଜିଲା ଗଭର୍ନର ରବି ନାରାୟଣ ନନ୍ଦ, ସମ୍ମାନିତ ଅତିଥି ଭାବେ ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ଅତୁଲ୍ୟ କୁମାର ଚମ୍ପତିରାୟ, କ୍ଲବ ଉପଦେଷ୍ଟା ନିରୋଦ ନନ୍ଦ ପ୍ରମୁଖ ଯୋଗ ଦେଇ ଅନୁଷ୍ଠାନର ସମାଜସେବା କ୍ଷେତ୍ରକୁ ଅଧିକ ବିସ୍ତାରିତ କରିବାକୁ ଆହ୍ବାନ ଦେଇଥିଲେ। ସମ୍ପାଦକ ହରଗୋବିନ୍ଦ ମହାପାତ୍ର ବିଗତ ବର୍ଷର ଉନ୍ନୟନମୂଳକ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇଥିଲେ। ଏହି ଅବସରରେ ୨୦୧୯-୨୦ ବର୍ଷ ପାଇଁ ସଭାପତି ଭାବେ ବିଶ୍ୱଜିତ ପଟ୍ଟନାୟକ ଓ ସମ୍ପାଦକ ଭାବେ ରାଜେଶ ସରଲିଆ ଦାୟିତ୍ୱ ଗ୍ରହଣ କରିଥିଲେ। ଅନ୍ୟତମ ସମ୍ମାନିତ ଅତିଥି ଭାବେ ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ଅମୂଲ୍ୟ କୁମାର ଚମ୍ପତିରାୟ ସମାଜରେ ଉନ୍ନୟନ ମୂଳକ କାର୍ଯ୍ୟ ପାଇଁ ପ୍ରଶାସନ ପକ୍ଷରୁ ସଙ୍ଗଠନକୁ ସବୁ ପ୍ରକାର ସହାୟତା ଯୋଗାଇଦେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ସାମାଜିକ ଓ ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଶ୍ରୀକାନ୍ତ ମିଶ୍ର ଓ ପ୍ରଫେସର ଶାନ୍ତନୁ କୁମାର ସରଙ୍କୁ ସମ୍ମାନିତ କରାଯାଇଥିଲା। ଗତ ଦଶମ ପରୀକ୍ଷାରେ ସର୍ବୋଚ୍ଚ ନମ୍ବର ରଖିଥିବା ଶାଶ୍ୱତି ପ୍ରୀତିପର୍ଣ୍ଣା ଓ ସୁମିତ କୁମାରଙ୍କୁ ରକ୍ତଦାନ ଶିବିରରେ ଉଲ୍ଳେଖନୀୟ ଅବଦାନ ପାଇଁ କ୍ଲବ ପକ୍ଷରୁ ସମ୍ମାନିତ କରାଯାଇଥିଲା। ନାଲ୍‌କୋର ଲୋପାମୁଦ୍ରା କଅଁର, ଉର୍ମିଳା ଅଗ୍ରୱାଲ, ମମତା ଚୌଧୁରୀ, ଶିତଲ ଅଗ୍ରୱାଲଙ୍କୁ ନୂତନ ସଦସ୍ୟ ରୂପେ ଗ୍ରହଣ କରାଯାଇଥିଲା। ବାଣୀ ଦେବଙ୍କ ସମ୍ପାଦନାରେ ମୁଖପତ୍ର ଦି ରୟାଲ ଭିଜନ ଉନ୍ମୋଚିତ ହୋଇଥିଲା। ପ୍ରଭାତ କୁମାର ପଣ୍ଡା ସ୍ବାଗତ ଭାଷଣ ଓ ଉପସଭାପତି ଅଶୋକ ମାଣ୍ଡଠିଆ ଧନ୍ୟବାଦ ଦେଇଥିଲେ। ମଧୁ ଗୁପ୍ତା ଓ ଅମ୍ବିକା ପ୍ରସାଦ ସାହୁ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ବିଚ୍ଛନ୍ଦ ଚରଣ ପ୍ରଧାନ, ବିଶ୍ୱଜିତ ସାମଲ, ମାଇକେଲ ଜନ, ସୌମ୍ୟକାନ୍ତ ବିଶୋଇ, ଶଶାଙ୍କ ଶେଖର ସାହୁ, ମୁରାଲୀଲାଲ ଅଗ୍ରୱାଲ, ନାରାୟଣ ରଥ ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଗୋଆ ନାଇଟ କ୍ଲବ ଅଗ୍ନିକାଣ୍ଡ ପରେ ଓଡ଼ିଶାରେ କଡ଼ାକଡି ହେବ ଫାୟାର ସେଫ୍ଟି ଯାଞ୍ଚ: ନିର୍ଦ୍ଦେଶ ଦେଲେ ଡିଜି

ଭୁବନେଶ୍ୱର,୮।୧୨: ବର୍ଚ ବାଇ ରୋମିଓ ଲେନ୍‌ ଦ୍ୱରା ପରିଚାଳିତ ଗୋଆର ଏକ ନାଇଟ କ୍ଲବରେ ଭୟବହ ଅଗ୍ନିକାଣ୍ଡ ପରେ ରାଜଧାନୀ ଭୁବନେଶ୍ୱର ସମତେ ରାଜ୍ୟର ସମସ୍ତ...

ରାଜ୍ୟରେ ଡାକ୍ତର ମରୁଡ଼ି : ୫୨୪୮ ପଦବୀ ପୂରଣ ପାଇଁ…

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ଡାକ୍ତର ମରୁଡ଼ି ପଡ଼ିଛି। ୬୦% ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଖାଲି ପଡିଛି। ଏ ନେଇ ଗୃହରେ ଉତ୍ତର ରଖିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ...

ସାରା ରାଜ୍ୟକୁ ଥରାଉଛି ଶୀତ, ଜି.ଉଦୟଗିରି ସବୁଠୁ ଥଣ୍ଡା, ତାପମାତ୍ରା ରହିଛି…

ଭୁବନେଶ୍ୱର,୮ା୧୨: ରାଜ୍ୟରେ କିଛିଦିନ ହେବ ଶୀତ ଲହରି ଜାରି ରହିଛି। କନ୍ଧମାଳ ଜିଲାର ସବୁଜ ସୁନ୍ଦର ପାହାଡ଼ ପର୍ବତ ଘେରା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ୍‌...

ପଲିଥିନ୍‌ କାରଖାନାରେ ଲାଗିଲା ନିଆଁ

କଟକ,୮ା୧୨(କାର୍ତ୍ତିକ ସାହୁ): ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍‌ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri