ରୋଡ୍‌ ଶୋ’ ସମୟରେ ଦୁର୍ଘଟଣା, ଜଣେ ମୃତ

ବ୍ରହ୍ମଗିରି, ୨୦ା୪(ଡି.ଏନ୍‌.ଏ.): ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରୋଡ ଶୋ’ ସମୟରେ ଏକ ସଡ଼କ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଛି। ସେ ହେଲେ ବ୍ରହ୍ମଗିରି ଥାନା ସାତପଡ଼ା ଫାଣ୍ଡି ଅନ୍ତର୍ବତ ଗଙ୍ଗାଧରପୁର ଗ୍ରାମର କାହ୍ନୁଚରଣ ଜାଲି(୪୧)। ମିଳିଥିବା ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀଙ୍କ ରୋଡ ଶୋ’ରେ କାହ୍ନୁ ସାମିଲ ହୋଇ ବାଇକ୍‌ରେ ଯାଉଥିଲେ। ଏହି ସମୟରେ ତାଙ୍କ ବାଇକ୍‌ ଚକା ପଙ୍କଚର୍‌ ହେବାରୁ ସେ ଅଟକି ମରାମତି କରିଥିଲେ। ସେତେବେଳକୁ ରାଲି ଆଗକୁ ବଢ଼ି ଯାଇଥିଲା। ପୁଣି ସେଥିରେ ଯୋଗଦେବା ପାଇଁ  କାହ୍ନୁ ଦ୍ରୁତଗତିରେ ଯାଉଥିବାବେଳେ  ଗୋରାପୁର ଛକ ନିକଟରେ ଏକ ଗଛରେ ପିଟି ହୋଇ ଗୁରୁତର ହୋଇପଡିଥିଲେ। ହେଲେ ରାସ୍ତା ଜାମ୍‌ ଥିବାରୁ ତାଙ୍କୁ ପୁରୀ ମୁଖ୍ୟ ଚିକିତ୍ସାଳୟକୁ ନିଆଯିବାରେ ବିଳମ୍ବ ହୋଇଥିଲା। କାହ୍ନୁ ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚତ୍ବା ପରେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

ଖୁବ୍‌ଶୀଘ୍ର ନୋ ପାର୍କିଂ ଜୋନ୍‌ ଚିହ୍ନଟ କରିବ ବିଏମ୍‌ସି

ଭୁବନେଶ୍ୱର, ୨୭।୪ (ବନ୍ଦନା ସେଠୀ): ସହରସାରା ଏବେ ବେଆଇନ ପାର୍କିଂ। ଗଳିକନ୍ଦିଠାରୁ ଆରମ୍ଭ କରି ରାଜରାସ୍ତା ପର୍ଯ୍ୟନ୍ତ ଯିଏ ଯେଉଁଠି ପାରୁଛି ଗାଡ଼ି ରଖି ଦେଉଛି।...

ସୀମାରେ ଯାଞ୍ଚ: ପିକ୍‌ଅପ୍‌ ଭ୍ୟାନରୁ ୩.୬୯ଲକ୍ଷ ଜବତ

ନୂଆପଡ଼ା,୨୭ା୪ (ମକାରୁ ବେମାଲ): ସାଧାରଣ ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବା ଲକ୍ଷ୍ୟ ନେଇ ପୋଲିସ ପ୍ରଶାସନ, ଅବକାରୀ ଓ ବନ ବିଭାଗ ପକ୍ଷରୁ ଆନ୍ତଃ...

୩୯ ଲୋକ ସଭା, ୨୨୬ ବିଧାନସଭା ପ୍ରାର୍ଥୀଙ୍କ ନାମାଙ୍କନ

ଭୁବନେଶ୍ୱର,୨୭ା୪(ଅନିଲ ଦାସ): ରାଜ୍ୟରେ ମେ’ ୧୩ରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ଲୋକ ସଭା...

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri