Posted inଖେଳ

ରୋନାଲ୍ଡୋଙ୍କ ବଦାନ୍ୟତା

ଲିସବନ,୨୫।୩(ଏଏଫ୍‌ପି)- ଫୁଟବଲ ଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ଓ ତାଙ୍କ ଏଜେଣ୍ଟ ଜର୍ଜ ମେଣ୍ଡେସ ପର୍ତ୍ତୁଗୀଜ ମେଡିକାଲକୁ ୩ ଇନ୍‌ଟେନସିଭ କେୟାର ୟୁନିଟ୍‌ ପ୍ରଦାନ କରିବେ। ଏହା ଦେଶରେ କରୋନା ପୀଡ଼ିତଙ୍କୁ ସାହାଯ୍ୟ କରିପାରିବ। ଏ ନେଇ ସ୍ଥାନୀୟ ସ୍ବାସ୍ଥ୍ୟ ବିଭାଗ କର୍ମକର୍ତ୍ତା ପ୍ରକାଶ କରିଛନ୍ତି। ଦୁହେଁ ଅତିକମ୍‌ରେ ଦୁଇଟି ଇନଟେନି୍ସଭ କେୟାର ୟୁନିଟ୍‌ ନର୍ଦର୍ନ ଲିସବନସ୍ଥିତ ୟୁନିଭର୍ସିଟି ହସ୍ପିଟାଲ ସେଣ୍ଟରକୁ ପ୍ରଦାନ କରିବେ, ଯେଉଁଥିରେ ୧୦ଟି ବେଡ୍‌ ରହିବ। ପୂର୍ବରୁ ମେଡିକାଲରେ ୭୭ ବେଡ୍‌ ଥିଲା। ମେଣ୍ଡେସ ଓ ରୋନାଲ୍ଡୋ ସାଣ୍ଟୋ ଆଣ୍ଟୋନିଓ ମେଡିକାଲକୁ ମଧ୍ୟ ଗୋଟିଏ ୟୁନିଟ୍‌ ପ୍ରଦାନ କରିବେ। ଉକ୍ତ ୟୁନିଟ୍‌ରେ ସେମାନଙ୍କ ନାମ ରହିବ। ଯଦି ଆବଶ୍ୟକ ପଡ଼େ ରୋନାଲ୍ଡୋ ମାଡେରା ମେଡିକାଲ ଲାଗି ମଧ୍ୟ ସମାନ ବ୍ୟବସ୍ଥା କରିବେ ବୋଲି ମେଡିକାଲ ଅସ୍ତ୍ରୋପଚାର ବିଭାଗର ଡିରେକ୍ଟର ଇରୁକୋ କାଷ୍ଟ୍ରୋ ଆଲଭେସ କହିଛନ୍ତି। ଜୁଭେଣ୍ଟସ ଫରଓ୍ବାର୍ଡଙ୍କ ସହରରେ ୧୧ ଜଣ କୋଭିଡ୍‌-୧୯ରେ ପୀଡ଼ିତ ଅଛନ୍ତି। ପର୍ତ୍ତୁଗାଲରେ ଏପର୍ଯ୍ୟନ୍ତ ୩୦ ଜଣଙ୍କ ମୃତ୍ୟୁ ହୋଇସାରିଛି। ରୋନାଲ୍ଡୋଙ୍କ ଦଳୀୟ ଖେଳାଳି ଡାନିଏଲ ରୁଗାନି କରୋନାରେ ପୀଡ଼ିତ ଥିବା ଜାଣିବା ପରେ ସେ ସେଲ୍‌ଫ ଆଇସୋଲେଶନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri