Posted inଖେଳ

ରୋନାଲ୍ଡୋଙ୍କ ରେକର୍ଡ ସ୍କୋର

ଫେରାରା,୨୩।୨- କ୍ରିଷ୍ଟିଆନୋ ରୋନାଲ୍ଡୋ ପେସାଦାର ଫୁଟବଲରେ ୧୦୦୦ ମ୍ୟାଚ୍‌ ଖେଳିଛନ୍ତି। ଏହି ମ୍ୟାଚ୍‌ରେ ଗୋଲ ସ୍କୋର କରି ଏହାକୁ ସ୍ମରଣୀୟ କରି ଦେଇଛନ୍ତି। ଚଳିତ ସିରି ଏ’ ଲିଗ୍‌ରେ ଜୁଭେଣ୍ଟସ ପାଇଁ ଖେଳୁଥିବା ରୋନାଲ୍ଡୋଙ୍କ ଏହା କ୍ରମାଗତ ୧୧ତମ ଗୋଲ। ଏଥିଯୋଗୁ ଶୁକ୍ରବାର ଅନୁଷ୍ଠିତ ଲିଗ୍‌ ମ୍ୟାଚ୍‌ରେ ଜୁଭେଣ୍ଟସ ୨-୧ ଗୋଲରେ ଏସ୍‌ପଲକୁ ହରାଇ ଦେଇଛି। ରୋନାଲ୍ଡୋଙ୍କ ଛଡ଼ା ବିଜୟୀ ଦଳ ଲଗି ଆରୋନ ରାମସେ ଗୋଲ ସ୍କୋର କରିଥିଲେ। ଏହି ବିଜୟ ଯୋଗୁ ଜୁଭେଣ୍ଟସ କ୍ରମାଗତ ୯ମ ସିରି ଏ’ ଟାଇଟଲ ହାତେଇବା ନିଶ୍ଚିତ ହୋଇଛି। ଚଳିତ ସିଜନରେ ୩୫ ବର୍ଷୀୟ ରୋନାଲ୍ଡୋଙ୍କ ଏହା ୨୧ତମ ଗୋଲ। ଫଳରେ ସେ ଫାବିଓ କୁଆଗଲିରେଲା ଓ ଗାବ୍ରିଏଲ ବାତିଷ୍ଟୁଟାଙ୍କ କ୍ଲବରେ ସାମିଲ ହୋଇଛନ୍ତି। ଏମାନେ ଲିଗ୍‌ରେ କ୍ରମାଗତ ୧୧ ମ୍ୟାଚ୍‌ରେ ଗୋଲ ଦେଇଛନ୍ତି। ଦେଶ ଓ କ୍ଲବ ସ୍ତରରେ ସେ ଏକ ହଜାର ମ୍ୟାଚ୍‌ ପୂରଣ କରିଛନ୍ତି। ଜାତୀୟ ଦଳ ପର୍ତ୍ତୁଗାଲ ବ୍ୟତୀତ ସ୍ପୋର୍ଟିଂ, ମାଞ୍ଚେଷ୍ଟର ୟୁନାଇଟେଡ୍‌, ରିଅଲ ମାଡ୍ରିଡ୍‌ ଭଳି ପ୍ରମୁଖ ଦଳ ପକ୍ଷରୁ ସେ ଖେଳିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲା ICC: T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତି ଉପରେ ନେଲା ଏମିତି ନିଷ୍ପତ୍ତି

ନୂଆଦିଲ୍ଲୀ,୯।୨: ପୁରୁଷ T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତିକୁ ନେଇ ICC ଦୁଃଖ ପ୍ରକାଶ କରିଛି। ତେବେ ଏହି ଘଟଣା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଉପରେ…

T20 ବିଶ୍ୱକପ୍‌: ଭାରତ ବିପକ୍ଷରେ ମ୍ୟାଚ୍ ଖେଳିବାକୁ ପାକିସ୍ତାନକୁ ଅନୁରୋଧ କଲା ବାଂଲାଦେଶ

ନୂଆଦିଲ୍ଲୀ,୯।୨: ଭାରତ-ପାକିସ୍ତାନ T20 ବିଶ୍ୱକପ୍ ମ୍ୟାଚ୍‌କୁ ନେଇ ସୃଷ୍ଟି ହୋଇଥିବା ଅନିଶ୍ଚିତତା ମଧ୍ୟରେ ଏକ ନୂଆ ମୋଡ଼ ଆସିଛି। ବାଂଲାଦେଶ କ୍ରିକେଟ ବୋର୍ଡ (BCB) ପାକିସ୍ତାନକୁ ଏହି…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri