Posted inଖେଳ

ରୋନାଲ୍‌ଡୋଙ୍କ ୯୯ତମ ଅନ୍ତର୍ଜାତୀୟ ଗୋଲ୍‌

ଲକ୍ସେମବର୍ଗ,୧୮ା୧୧(ଏଏଫପି)-ଲକ୍ସେମବର୍ଗ ବିପକ୍ଷରେ ୨-୦ଗୋଲରେ ବିଜୟ ହାସଲ କରି ପର୍ତ୍ତୁଗାଲ ୟୁରୋ ଫୁଟ୍‌ବଲ ଚାମ୍ପିୟନଶିପ୍‌ ୨୦୨୦ ଖେଳିବା ଲାଗି ଯୋଗ୍ୟତା ଅର୍ଜନ କରିଛି। ରବିବାର ଖେଳାଯାଇଥିବା ଏହି ମ୍ୟାଚରେ ବ୍ରୁନୋ ଫର୍ନାଣ୍ଡିଜ ୩୯ତମ ମିନିଟ୍‌ରେ ଦଳ ପକ୍ଷରୁ ପ୍ରଥମ ଗୋଲ ସ୍କୋର କରିଥିଲେ। ଖେଳ ଶେଷ ହେବାକୁ ଆଉ ୪ ମିନିଟ ସମୟ ବାକିଥିବାବେଳେ ଷ୍ଟାର ଖେଳାଳି କ୍ରିଷ୍ଟିଆନୋ ରୋନାଲ୍‌ଡୋ ଦଳ ପକ୍ଷରୁ ଦ୍ୱିତୀୟାର୍ଦ୍ଧ ଖେଳ ଶେଷ ଭାଗରେ ଅନ୍ୟ ଗୋଲଟିକୁ ସ୍କୋର କରିଥିଲେ। ଏହାଥିଲା ତାଙ୍କର ୯୯ତମ ଅନ୍ତର୍ଜାତୀୟ ଗୋଲ୍‌। ଆସନ୍ତାବର୍ଷ ହେବାକୁଥିବା ୟୁରୋ ୨୦୨୦ ପାଇଁ ପର୍ତ୍ତୁଗାଲ ୧୭ତମ ଦେଶ ଭାବେ ଯୋଗ୍ୟତା ଅର୍ଗନ କରିଛି। ଯୋଗ୍ୟତା ଅର୍ଜନ କରିଥିବା ପ୍ରମୁଖ ଦଳଗୁଡ଼ିକରେ ବିଶ୍ୱ ଚାମ୍ପିୟନ ଫ୍ରାନ୍ସ, ସ୍ପେନ, ଇଟାଲି ଓ ଇଂଲଣ୍ଡ ରହିଛନ୍ତି। ରବିବାର ଏହି ବିଜୟ ଦ୍ୱାରା ପର୍ତ୍ତୁଗାଲ ଗ୍ରୁପ୍‌ ବି’ରେ ୟୁକ୍ରେନ ପଛକୁ ଦ୍ୱିତୀୟ ସ୍ଥାନରେ ରହିଛି। ୟୁକ୍ରେନ ସର୍ବିୟା ସହିତ ଏହାର ମ୍ୟାଚ ୨-୨ ଗୋଲରେ ଅମୀମାଂସିତ ରଖିଛି। ସୂଚନାଯୋଗ୍ୟ, ୧୯୯୩ରୁ ୨୦୦୬ ମଧ୍ୟରେ ୧୦୯ ଅନ୍ତର୍ଜାତୀୟ ଗୋଲ ସ୍କୋର କରି ଇରାନ ଷ୍ଟ୍ରାଇକର ଅଲି ଦାଇ ବିଶ୍ୱ ରେକର୍ଡ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…

ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…

IND vs WI:‘ବର୍ତ୍ତମାନ ପରୀକ୍ଷା-ନିରୀକ୍ଷା କରିବାର ସମୟ ନୁହେଁ’ ରୋହିତ ଶର୍ମା, ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ଶୁବମନ ଗିଲ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳର ଦୁଇ ପ୍ରମୁଖ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ, ବିଶେଷକରି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ…

ଡବଲ ପର୍ସନାଲିଟିର ଶିକାର ହୋଇଛନ୍ତି ବୈଭବ ସୂର୍ଯ୍ୟବଂଶୀ! ଶ୍ରେୟସ ଆୟର ଖୋଲିଲେ ବିସ୍ଫୋରକ ବ୍ୟାଟରଙ୍କ ରାଜ

ନୂଆଦିଲ୍ଲୀ,୪।୧୦: ଯୁବ ଭାରତୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଧୂଆଁଧାର ବ୍ୟାଟିଂ ପାଇଁ ଜଣାଶୁଣା; ଯେତେବେଳେ ସେ ଲୟକୁ ଆସନ୍ତି, ସେତେବେଳେ ତାଙ୍କ ପ୍ରଭାବ ସାରା ବିଶ୍ୱରେ…

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

ଶତକରୁ ବଞ୍ଚିତ ହୋଇ ବି ଇତିହାସ ରଚିଲେ ରୋହିତ ଶର୍ମା, ଭାଙ୍ଗିଲେ ସଚିନଙ୍କ ୨୨ ବର୍ଷ ପୁରୁଣା ମହାରେକର୍ଡ

ନ୍ୟୁ ଚଣ୍ଡୀଗଡ଼,୩।୧୦: ନ୍ୟୁ ଚଣ୍ଡୀଗଡ଼ସ୍ଥିତ ପିସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମାତ୍ର…

ଏସୀୟ କ୍ରୀଡ଼ା ହକିରେ ଐତିହାସିକ ବିଜୟ, ସ୍ବର୍ଣ୍ଣ ହାତେଇଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ୨୦୨୬ରେ ଭାରତୀୟ ପୁରୁଷ ହକି ଦଳ ମାଲେସିଆକୁ ୫-୧ ଗୋଲ୍‌ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ଜିତିଛି। ଏହି ବିଜୟ ସହ ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?