Posted inଖେଳ

ରୋମାଞ୍ଚକ ମୋଡ଼ରେ ସେଞ୍ଚୁରିଆନ ଟେଷ୍ଟ

ସେଞ୍ଚୁରିଆନ, ୨୮।୧୨- ଏଠାରେ ଚାଲିଥିବା ଇଂଲଣ୍ଡ ଓ ଘରୋଇ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌ ରୋମାଞ୍ଚକ ମୋଡରେ ପହଞ୍ଚିଛି। ଟସ ହାରି ପ୍ରଥମେ ବ୍ୟାଟିଂ କରିଥିବା ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସରେ ୮୪.୪ ଓଭରରେ ୨୮୪ ରନ କରି ଅଲଆଉଟ ହୋଇଥିଲା। ଜବାବରେ ଇଂଲଣ୍ଡ ପ୍ରଥମ ଇନିଂସ ଆରମ୍ଭ କରି ୫୩.୨ ଓଭରରେ ୧୮୧ ରନ କରି ଅଲଆଉଟ ହୋଇଥିଲା। ଫଳରେ ଦକ୍ଷିଣ ଆଫ୍ରିକା ୧୦୩ ରନର ମହତ୍ତ୍ୱପୂର୍ଣ୍ଣ ଅଗ୍ରଣୀ ହାସଲ କରିଥିଲା। ତେବେ ଏହାପରେ ଦ୍ୱିତୀୟ ଇନିଂସ ଆରମ୍ଭ କରି ଦକ୍ଷିଣ ଆଫ୍ରିକା ପ୍ରାରମ୍ଭିକ ବିପର୍ଯ୍ୟୟର ଶିକାର ହୋଇ ୨୦ ଓଭରରେ ୪ ଉଇକେଟ ହରାଇ ୭୨ ରନ ସଂଗ୍ରହ କରିଛି। ଫଳରେ ୬ ଉଇକେଟ ହାତରେ ରଖି ଦକ୍ଷିଣ ଆଫ୍ରିକା ମୋଟ ୧୭୫ ରନର ଅଗ୍ରଣୀ ହାସଲ କରିଛି। ଷ୍ଟମ୍ପ ଅପସାରଣ ବେଳକୁ ରାସି ଭାନ ଡେର ଡୁସେନ ୧୭ ଓ ଅନରିଚ୍‌ ନୋର୍ଜ ୪ ରନକରି ଅପରାଜିତ ରହିଛନ୍ତି। ଡିନ ଏଲଗାର ୨୨ ଓ ଅଧିନାୟକ ଫାଫ୍‌ ଡୁପ୍ଲେସି ୨୦, ଏଡେନ ମାରାକ୍ରାମ ୨ ଓ ଜୁବେର ହମ୍‌ଜା ୪ ରନ କରି ଆଉଟ ହୋଇଛନ୍ତି। ଇଂଲଣ୍ଡ ତରଫରୁ ଜୋଫ୍ରା ଆର୍ଚର ୨, ଜେମ୍ସ ଆଣ୍ଡରସନ ଓ ଷ୍ଟୁଆର୍ଟ ବ୍ରଡ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ଇଂଲଣ୍ଡ ତରଫରୁ ପ୍ରଥମ ଇନିଂସରେ ଜୋ ଡେନଲି ସର୍ବାଧିକ ୮୦, ବେନ୍‌ ଷ୍ଟୋକ୍ସ ୩୫, ଅଧିନାୟକ ଜୋ ରୁଟ ୨୯, ସାମ କୁରାନ ୨୦, ଜୋସ ବଟଲର ୧୨ ରନ ସଂଗ୍ରହ କରିଥିଲେ। ବୋଲିଂରେ ଦକ୍ଷିଣ ଆଫ୍ରିକାର ଭର୍ନନ ଫିଲାଣ୍ଡର ସର୍ବାଧିକ ୪, କାଗିସୋ ରାବାଡ଼ା ୩, ଅନରିଚ ନୋର୍ଜ ୨, ଡ୍ବେନ ପ୍ରିଟୋରିୟସ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ। ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୨୭୭/୯ରୁ ଖେଳ ଆରମ୍ଭ କରି ଦକ୍ଷିଣ ଆଫ୍ରିକା ଶୁକ୍ରବାର ଅଲଆଉଟ ହୋଇଥିଲା। ବୋଲିଂରେ ଇଂଲଣ୍ଡ ତରଫରୁ ପ୍ରଥମ ଇନିଂସରେ ବ୍ରଡ ଓ କୁରାନ ୪ଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି: ଅମିତ ଶାହାଙ୍କ ବଡ଼ ବୈଠକ

ଅହମଦାବାଦ,୨୮ା୮: ଭାରତରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି ଏବଂ ଦେଶର ୨୦୩୬ ଅଲିମ୍ପିକ ବିଡ୍‌ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା…

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ…

ପ୍ରଥମ ଭାରତୀୟ ଭାବେ ଏହି ଟ୍ରଫି ଜିତି ଇତିହାସ ରଚିଲେ ପ୍ରଜ୍ଞାନନ୍ଦା

ନୂଆଦିଲ୍ଲୀ,୨୮।୮:ଭାରତୀୟ ଗ୍ରାଣ୍ଡମାଷ୍ଟର ଆର. ପ୍ରଜ୍ଞାନାନନ୍ଦ ସେଣ୍ଟ ଲୁଇସରେ ଗ୍ରାଣ୍ଡ ଚେସ ଟୁର୍‌ ଟାଇଟଲ ଜିତି ଇତିହାସ ରଚିଛନ୍ତି। ଏହି ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଚେସ ଖେଳାଳି…

‘ମୁଁ ପୁରା ପରିଶ୍ରମ କରୁଛି…’, ଟିମ୍ ଇଣ୍ଡିଆକୁ କମ୍‌ବ୍ୟାକ୍ ନେଇ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୮।୮: ଟି-୨୦ ବିଶ୍ୱକପ୍ ୨୦୨୬ରେ ଭାରତକୁ ଚାମ୍ପିୟନ କରିଥିବା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ପରବର୍ତ୍ତୀ ଟି-୨୦ ସିରିଜ୍‌ରୁ ବାଦ୍ ଦିଆଯିବା ନେଇ କ୍ରିକେଟ୍‌ ଜଗତରେ ଚର୍ଚ୍ଚା ଜୋର…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri