Posted inଖେଳ

ରୋହିତଙ୍କୁ କ୍ୟାରିୟରର ଶ୍ରେଷ୍ଠ ଟେଷ୍ଟ ର଼୍ୟାଙ୍କିଙ୍ଗ୍‌

ଦୁବାଇ,୮।୧୦: ଓପନର ଭାବେ ପଦାର୍ପଣ ଟେଷ୍ଟର ଉଭୟ ଇନିଂସରେ ଶତକ କରିବାରେ ବିଶ୍ୱର ଏକମାତ୍ର ବ୍ୟାଟ୍ସମ୍ୟାନ ରୋହିତ ଶର୍ମା କ୍ୟାରିୟରର ଶ୍ରେଷ୍ଠ ଆଇସିସି ଟେଷ୍ଟ ବ୍ୟାଟ୍ସମ୍ୟାନ ର଼୍ୟାଙ୍କିଙ୍ଗ୍‌ ହାସଲ କରିଛନ୍ତି। ପୂର୍ବରୁ ୫୩ତମ ସ୍ଥାନରେ ଥିବା ରୋହିତ ପ୍ରଥମ ଟେଷ୍ଟ ପରେ ୧୭ତମ ସ୍ଥାନକୁ ଉଠିଛନ୍ତି। ଏପର୍ଯ୍ୟନ୍ତ ୨୮ ଟେଷ୍ଟ ଖେଳିଥିବା ଡାହଣହାତୀ ବ୍ୟାଟ୍ସମ୍ୟାନ ଏକାଥରେ ୩୬ ସ୍ଥାନ ଉପରକୁ ଉଠି ଆସିଛନ୍ତି। ଭାଇଜାଗ ଟେଷ୍ଟରେ ଦ୍ୱିଶତକ ହାସଲ କରିଥିବା ମୟଙ୍କ ଅଗ୍ରଓ୍ବାଲ ୩୮ ସୋପାନ ଉପରକୁ ଉଠି ୨୫ତମ ସ୍ଥାନ ଅଧିକାର କରିଛନ୍ତି। ଏହା ତାଙ୍କ କ୍ୟାରିୟରର ଶ୍ରେଷ୍ଠ ର଼୍ୟାଙ୍କିଙ୍ଗ୍‌। ଅଧିନାୟକ ବିରାଟ କୋହଲି ଦ୍ୱିତୀୟ ସ୍ପଟ ବଜାୟ ରଖିଛନ୍ତି। କିନ୍ତୁ ତାଙ୍କ ର଼୍ୟାଙ୍କିଙ୍ଗ୍‌ ପଏଣ୍ଟ ୯୦୦ ତଳକୁ ଖସି ଆସିଛି। କୋହଲିଙ୍କ ନିକଟରେ ର଼୍ୟାଙ୍କିଙ୍ଗ୍‌ ପଏଣ୍ଟ ଏବେ ୮୯୯ ରହିଛି। ତାଙ୍କଠାରୁ ଅଧିକ ୩୮ ପଏଣ୍ଟ ସହ ଶୀର୍ଷରେ ରହିଛନ୍ତି ଅଷ୍ଟ୍ରେଲିଆର ଷ୍ଟିଭ ସ୍ମିଥ। ବୋଲରଙ୍କ ମଧ୍ୟରେ ରବିଚନ୍ଦ୍ରନ ଅଶ୍ୱିନ ଟପ୍‌ ୧୦କୁ ଫେରିଛନ୍ତି। ସେ ଭାଇଜାଗ ଟେଷ୍ଟରେ ମୋଟ ୧୪୫ ରନ୍‌ ବ୍ୟୟ କରି ୭ ଉଇକେଟ ନେଇଥିଲେ। ପୂର୍ବତନ ନମ୍ବର ଓ୍ବାନ ବୋଲର ୧୪ ତମ ସ୍ଥାନରୁ ଉଠି ୧୦ମ ସ୍ଥାନରେ ରହିଛନ୍ତି। ଅଲରାଉଣ୍ଡ ଟପ୍‌ ୫ ତାଲିକାରେ ମଧ୍ୟ ସ୍ଥାନ ପାଇଛନ୍ତି। ପେସର ମହମ୍ମଦ ସାମି ଦୁଇଟି ସ୍ଥାନ ଉପରକୁ ଉଠି ୧୬ତମ ଓ ରବୀନ୍ଦ୍ର ଜାଡେଜା ବାଂଲାଦେଶର ଶାକିବ ଅଲ ହାସନଙ୍କୁ ପଛରେ ପକାଇ ଦ୍ୱିତୀୟ ର଼୍ୟାଙ୍କ ଅଲରାଉଣ୍ଡ ହୋଇପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri