Posted inଖେଳ

ରୋହିତଙ୍କ ଦ୍ୱିଶତକ: ଖେଳ ରୋକିଲା ଖରାପ ଆଲୋକ

ରାଞ୍ଚି,୨୦।୧୦- ଏଠାରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ତୃତୀୟ ଟେଷ୍ଟର ଦ୍ୱିତୀୟ ଦିନ ମଧ୍ୟ ଖରାପ ଆଲୋକ ଯୋଗୁ ଶୀଘ୍ର ଖେଳ ବନ୍ଦ ହୋଇଯାଇଛି। ଭାରତୀୟ ଦଳ ତା’ର ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୨୨୪/୩ରୁ ବ୍ୟାଟିଂ ଆରମ୍ଭ କରି ୪୯୭/୯ ଥିବାବେଳେ ଇନିଂସ ଘୋଷଣା କରିଥିଲା। ଅଜିଙ୍କ୍ୟ  ରାହାନେ ନିଜ କ୍ୟାରିୟରର ୧୧ତମ ଶତକ ପୂରଣ କରିବା ପରେ ୧୧୫ ରନ୍‌ କରି ଆଉଟ୍‌ ହୋଇଥିଲେ। ସେ ଆଉଟ୍‌ ହେବା ପୂର୍ବରୁ ରୋହିତ ଶର୍ମାଙ୍କ ସହ ମିଶି ୪ର୍ଥ ଉଇକେଟ ପାଇଁ ୨୭୭ ରନ୍‌ ଯୋଡ଼ିଥିଲେ। ରୋହିତ କ୍ୟାରିୟରର ପ୍ରଥମ ଟେଷ୍ଟ ଦ୍ୱିଶତକ ଅର୍ଜନ କରିଥିଲେ। ୨୮ ଚୌକା ଓ ୬ ଛକା ସହାୟତାରେ ୨୧୨ ରନ୍‌ କରିଥିବା ରୋହିତ କାଗିସୋ ରବାଡାଙ୍କ ବଲରେ ଲୁଙ୍ଗି ଏନ୍‌ଗିଡିଙ୍କୁ ଦ୍ୱାରା କ୍ୟାଚ୍‌ ଆଉଟ୍‌ ହୋଇଥିଲେ। ଭ୍ରମଣକାରୀ ଦଳ ପାଇଁ ଜର୍ଜ ଲିଣ୍ଡେ ୪ ଓ ରବାଡା ୩ ଉଇକେଟ ନେଇଥିଲେ। ଏହାପରେ ପ୍ରଥମ ଇନିଂସ ବ୍ୟାଟିଂ ଆରମ୍ଭ କରିଥିବା ଦକ୍ଷିଣ ଆଫ୍ରିକା କ୍ରମାଗତ ଦୁଇ ଓଭରରେ ଦୁଇ ଓପନରଙ୍କୁ ହରାଇଥିଲା। ଡିନ ଏଲଗାର ଖାତା ଖୋଲିପାରି ନ ଥିବାବେଳେ କୁଇଣ୍ଟନ ଡିକକ୍‌ ୪ ରନ୍‌ କରିଥିଲେ। ଦଳ ମାତ୍ର ୫ ଓଭର ଖେଳି ଦୁଇ ଉଇକେଟ ହରାଇ ୯ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ଭାରତ ପକ୍ଷରୁ ବୋଲିଂରେ ଉମେଶ ଯାଦବ ଓ ମହମ୍ମଦ ସାମି ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ଦକ୍ଷିଣ ଆଫ୍ରିକାକୁ ଇନିଂସ ଅଗ୍ରଣୀ ପାଇଁ ବଳକା ୮ ଉଇକେଟରେ ୪୮୮ ରନ୍‌ ଦରକାର।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri