Posted inଖେଳ

ରୋହିତଙ୍କ ପାଇଁ ରେକର୍ଡ ଭାଙ୍ଗିବା ସୁଯୋଗ

ଲୌଡରହିଲ(ଆମେରିକା), ୨।୮(ପି.ଟି.)- ଭାରତ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଟି୨୦ ସିରିଜର ପ୍ରଥମ ମ୍ୟାଚ ଶନିବାର ଏଠାରେ ଖେଳାଯିବ। ଏଥିରେ ଭାରତର ରନ୍‌ ମେସିନ ରୋହିତ ଶର୍ମାଙ୍କ ପାଇଁ ଏକ ରେକର୍ଡ ଭାଙ୍ଗିବା ସୁଯୋଗ ରହିଛି। ରୋହିତ ଆଉ ୪ଟି ଛକା ମାରିପାରିଲେ ଓ୍ବେଷ୍ଟଇଣ୍ଡିଜର କ୍ରିସ୍‌ ଗେଲ୍‌ଙ୍କ ସର୍ବାଧିକ ଟି୨୦ ଅନ୍ତର୍ଜାତୀୟ ଛକା ରେକର୍ଡକୁ ଅତିକ୍ରମ କରି ପାରିବେ। କ୍ୟାରିୟରରେ ୯୪ଟି ଟି୨୦ ଖେଳିଥିବା ରୋହିତ ୧୦୨ଟି ଛକା ମାରି ସାରିଛନ୍ତି। ସେହି ତୁଳନାରେ ଦେଖିବାକୁ ଗଲେ ଜାମାଇକାର ହାର୍ଡ ହିଟର ବ୍ୟାଟ୍ସମ୍ୟାନ ଗେଲ୍‌ ୫୮ଟି ଟି୨୦ରୁ ୧୦୫ଟି ଛକା ମାରି ଆଗରେ ରହିଛନ୍ତି। ନ୍ୟୁଜିଲାଣ୍ଡର ମାର୍ଟିନ ଗୁପଟିଲ ୭୬ ମ୍ୟାଚରୁ ୧୦୩ ଛକା ମାରି ଗେଲ୍‌ଙ୍କ ପଛକୁ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ଭାରତ-ଓ୍ବେଷ୍ଟଇଣ୍ଡିଜ ୩ ମ୍ୟାଚ ବିଶିଷ୍ଟ ସିରିଜରେ ୩୯ ବର୍ଷୀୟ ଗେଲ୍‌ ସାମିଲ ନାହାନ୍ତି। ତେଣୁ ରୋହିତଙ୍କ ପାଇଁ ସମ୍ଭାବନା ଦୃଢ଼ୀଭୂତ ହୋଇଛି। ଏହି ଭାରତୀୟ  ଓପନର ଟି୨୦ରେ ସର୍ବାଧିକ ସ୍କୋରର ହେବାର ସୌଭାଗ୍ୟ ପାଇ ସାରିଛନ୍ତି। ସେ ୪ ଶତକ ଓ ୧୬ ଅର୍ଦ୍ଧଶତକ ସହ ୩୨.୩୭ ଆଭରେଜରେ ୨୩୩୧ ରନ ସଂଗ୍ରହ କରିଛନ୍ତି। ଗତ ଆଇସିସି ବିଶ୍ୱକପରେ ରୋହିତ ରେକର୍ଡ ୫ଟି ଶତକ ହାସଲ କରିଥିଲେ। ତେଣୁ ଆଗାମୀ ଟି୨୦ ସିରିଜରେ ମଧ୍ୟ ସେ ଭଲ ପ୍ରଦର୍ଶନ କରିବା ନେଇ ଆଶା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ପାଇଁ ନାବାଳିକା ଝିଅଙ୍କ ନିର୍ମମ କାଣ୍ଡ: ପ୍ରେମିକଙ୍କ ସହ ମିଶି ମା’-ଭାଇଙ୍କୁ ହତ୍ୟା କରି କେନାଲରେ ଫିଙ୍ଗିଲେ, ଅଖାରୁ ହାତ ଗୋଡ଼ ବନ୍ଧା…

କୋରାପୁଟ/ବୋରିଗୁମ୍ମା, ୨୪ା୨(ଅମିତାଭ ବେହେରା/ବିଜୟ ନାରାୟଣ ସାହୁ)-ପ୍ରେମ ପାଇଁ ଜଣେ ନାବାଳିକା ତାଙ୍କ ପ୍ରେମିକ ସହ ମିଶି ମା’ ଓ ନାବାଳକ ଭାଇଙ୍କୁ ହତ୍ୟା କରିଛନ୍ତି। ଏଭଳି ଏକ…

T20 World Cup 2026: ଟିମ୍‌ ଇଣ୍ଡିଆର ହାତ ଛାଡିଲେ ରିଙ୍କୁ ସିଂହ! ଅଚାନକ ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୪।୨: ଟିମ ଇଣ୍ଡିଆର ଅଲରାଉଣ୍ଡର ରିଙ୍କୁ ସିଂହଙ୍କୁ ଅପ୍ରତ୍ୟାଶିତ ଭାବରେ ଘରକୁ ଫେରିବାକୁ ପଡିଛି। ସେ ଚେନ୍ନାଇରୁ ଫେରି ଆସିଛନ୍ତି। ରିଙ୍କୁ ସିଂହଙ୍କ ଫେରିବାର କାରଣ ପରିବାରର…

ବନ୍ଧୁକ ଦେଖାଇ ନବବଧୂଙ୍କୁ ଅପହରଣ ଘଟଣା: ଧରାପଡ଼ିଲେ ଅଭିଯୁକ୍ତ, ସମ୍ବଲପୁରର ଭଡ଼ା ଘରୁ ମହିଳାଙ୍କୁ…

ବଲାଙ୍ଗୀର/ତରଭା,୨୪।୨(ସୁନୀଲ ମହାନ୍ତି/ମାନଭଞ୍ଜନ ମିଶ୍ର): ବହୁଚର୍ଚ୍ଚିତ ବନ୍ଧୁକ ଦେଖାଇ ନବବଧୂ ଅପହରଣ ଘଟଣାର ପର୍ଦ୍ଦାଫାଶ କରିଛି ତରଭା ପୋଲିସ।  ସୋନପୁର ଏସ୍‌ପି ନାରାୟଣ ନାୟକ ଖବରଦାତା ସମ୍ମିଳନୀ କରି…

ଅର୍ଥମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ ଏଥିପାଇଁ ବଢୁଛି ସୁନାରୂପା ରେଟ! ଆଗାମୀ ଦିନରେ….

ନୂଆଦିଲ୍‌ଲୀ,୨୪।୨: ବିଶ୍ୱ ବଜାରରେ ସୁନାର ମୂଲ୍ୟରେ ପରିବର୍ତ୍ତନ ଘଟୁଛି । ବିଶେଷକରି ସମ୍ପ୍ରତି ସୁନାର ମୂଲ୍ୟରେ ଏକ ବିରାଟ ବୃଦ୍ଧି ଘଟିଛି। ଯାହାର କାରଣ କହିଛନ୍ତି ଅର୍ଥମନ୍ତ୍ରୀ…

କୃଷକଙ୍କୁ ବଡ଼ ଭେଟି ଦେଲେ ମୋଦି ସରକାର ! ଏହି ଫସଲ ଉପରେ କୁଇଣ୍ଟାଲ ପିଛା ୨୭୫ ଟଙ୍କା MSP ବଢ଼ାଇଲେ…

ନୂଆଦିଲ୍ଲୀ,୨୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ କମିଟି ୨୦୨୬-୨୭ ମାର୍କେଟିଂ ସିଜନ ପାଇଁ କଞ୍ଚା ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟ (MSP) ବୃଦ୍ଧିକୁ ମଞ୍ଜୁରୀ…

ସଚିନଙ୍କୁ କ୍ଷମାମାଗିଲେ ପୂର୍ବତନ ଅମ୍ପାୟର ଷ୍ଟିଭ ବକ୍‌ନର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୪ା୨: ଭାରତର କ୍ରିକେଟ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ ବହୁ ବାର ଭୁଲ୍‌ ନିଷ୍ପତ୍ତି ଦେଇ ଆଉଟ୍‌ କରିଥିବା ପୂର୍ବତନ ଅମ୍ପାୟର ଷ୍ଟିଭ ବକ୍‌ନର ଦୀର୍ଘ ୨୨ ବର୍ଷ…

ଜୁନାଗଡ଼ ସହରରେ ମିଳୁଛି ନକଲି ବିଦେଶୀ ମଦ: ଗିରଫ ୨ ଅଭିଯୁକ୍ତ ନା ମାଷ୍ଟ୍ରର ମାଇଣ୍ଡ କିଏ

ଭବାନୀପାଟଣା,୨୪।୨(ଉତ୍ତମ କୁମାର ଦାଶ): ସାବଧାନ ଜୁନାଗଡ଼ ସହରରେ ମିଳୁଛି ନକଲି ମଦ। ମଙ୍ଗଳବାର ସକାଳୁ ଅବକାରୀ ବିଭାଗ ଚଢ଼ାଉ ସମୟରେ ବାହାରିଛି ଏହି ନକଲି ଦେଶୀ ମଦ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri