Posted inଖେଳ

ରୋହିତଙ୍କ ପାଇଁ ରେକର୍ଡ ଭାଙ୍ଗିବା ସୁଯୋଗ

ଲୌଡରହିଲ(ଆମେରିକା), ୨।୮(ପି.ଟି.)- ଭାରତ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଟି୨୦ ସିରିଜର ପ୍ରଥମ ମ୍ୟାଚ ଶନିବାର ଏଠାରେ ଖେଳାଯିବ। ଏଥିରେ ଭାରତର ରନ୍‌ ମେସିନ ରୋହିତ ଶର୍ମାଙ୍କ ପାଇଁ ଏକ ରେକର୍ଡ ଭାଙ୍ଗିବା ସୁଯୋଗ ରହିଛି। ରୋହିତ ଆଉ ୪ଟି ଛକା ମାରିପାରିଲେ ଓ୍ବେଷ୍ଟଇଣ୍ଡିଜର କ୍ରିସ୍‌ ଗେଲ୍‌ଙ୍କ ସର୍ବାଧିକ ଟି୨୦ ଅନ୍ତର୍ଜାତୀୟ ଛକା ରେକର୍ଡକୁ ଅତିକ୍ରମ କରି ପାରିବେ। କ୍ୟାରିୟରରେ ୯୪ଟି ଟି୨୦ ଖେଳିଥିବା ରୋହିତ ୧୦୨ଟି ଛକା ମାରି ସାରିଛନ୍ତି। ସେହି ତୁଳନାରେ ଦେଖିବାକୁ ଗଲେ ଜାମାଇକାର ହାର୍ଡ ହିଟର ବ୍ୟାଟ୍ସମ୍ୟାନ ଗେଲ୍‌ ୫୮ଟି ଟି୨୦ରୁ ୧୦୫ଟି ଛକା ମାରି ଆଗରେ ରହିଛନ୍ତି। ନ୍ୟୁଜିଲାଣ୍ଡର ମାର୍ଟିନ ଗୁପଟିଲ ୭୬ ମ୍ୟାଚରୁ ୧୦୩ ଛକା ମାରି ଗେଲ୍‌ଙ୍କ ପଛକୁ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ଭାରତ-ଓ୍ବେଷ୍ଟଇଣ୍ଡିଜ ୩ ମ୍ୟାଚ ବିଶିଷ୍ଟ ସିରିଜରେ ୩୯ ବର୍ଷୀୟ ଗେଲ୍‌ ସାମିଲ ନାହାନ୍ତି। ତେଣୁ ରୋହିତଙ୍କ ପାଇଁ ସମ୍ଭାବନା ଦୃଢ଼ୀଭୂତ ହୋଇଛି। ଏହି ଭାରତୀୟ  ଓପନର ଟି୨୦ରେ ସର୍ବାଧିକ ସ୍କୋରର ହେବାର ସୌଭାଗ୍ୟ ପାଇ ସାରିଛନ୍ତି। ସେ ୪ ଶତକ ଓ ୧୬ ଅର୍ଦ୍ଧଶତକ ସହ ୩୨.୩୭ ଆଭରେଜରେ ୨୩୩୧ ରନ ସଂଗ୍ରହ କରିଛନ୍ତି। ଗତ ଆଇସିସି ବିଶ୍ୱକପରେ ରୋହିତ ରେକର୍ଡ ୫ଟି ଶତକ ହାସଲ କରିଥିଲେ। ତେଣୁ ଆଗାମୀ ଟି୨୦ ସିରିଜରେ ମଧ୍ୟ ସେ ଭଲ ପ୍ରଦର୍ଶନ କରିବା ନେଇ ଆଶା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

ଇଣ୍ଡିଆନ ୟୁନିଭର୍ସିଟିଜ୍‌ ରଗ୍‌ବୀ, ଚେସ୍‌ ଦଳ ଘୋଷିତ

ଭୁବନେଶ୍ୱର, ୨୪।୪(ତପନ ସ୍ବାଇଁ): ଫ୍ରାନ୍ସର ଏକ୍ସେନ-ପ୍ରୋଭିନ୍ସରେ ୨୦୨୪ ଓ୍ବାଲର୍‌ଡ ୟୁନିସର୍ଭିଟି ରଗ୍‌ବୀ ସେଭେନ୍ସ ଚାମ୍ପିୟନଶିପ୍‌ ଜୁନ୍‌ ୧୦ରୁ ୧୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ସେହିପରି ଉଗାଣ୍ଡାର...

Video: ଆଉଟ୍‌ ଦେଇଥିବା ଅମ୍ପାୟାରଙ୍କଠାରୁ ‘ପ୍ରତିଶୋଧ’ ନେଲେ ବିରାଟ, ସର୍ବସମ୍ମୁଖରେ କଲେ ଏଭଳି…

ନୂଆଦିଲ୍ଲୀ,୨୩।୪: ବିରାଟ କୋହଲି କ୍ରିକେଟ ମଇଦାନରେ ନିଜର କ୍ରୋଧକୁ ନେଇ ପରିଚିତ। ଖେଳ ସମୟରେ ନିଜ ବିରୋଧୀ ଟିମ୍‌ର ମୁହଁ ଏବଂ ବ୍ୟାଟ୍‌ ଉଭୟର ଉଚିତ...

‘ପନ୍ତଙ୍କୁ ଚୟନ କରା ନ ଗଲେ ଭାରତ ମ୍ୟାଚ୍‌ରେ ପ୍ରଭାବ ପଡ଼ିବ’ 

ନୂଆଦିଲ୍ଲୀ,୨୩।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆର ଚୟନ ଚଳିତ ମାସ ଶେଷ ଆଡ଼କୁ ହୋଇପାରେ। ଦଳରେ ଅନେକ ଖେଳାଳିଙ୍କୁ ଚୟନ କରିବାକୁ ନେଇ ଏଯାଏ...

ହେଲା ବଡ଼ ଖୁଲାସା, ଏହି ଗୋଟିଏ ଭୁଲ୍‌ ପାଇଁ ଆର୍‌ସିବିରେ ନାହାନ୍ତି ଚହଲ…

ନୂଆଦିଲ୍ଲୀ,୨୩।୪: ଯୁଜବେନ୍ଦ୍ର ଚହଲଙ୍କୁ ଦଳରେ ନ ରଖିବାର ନିଷ୍ପତ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)କୁ ଅବଶୋଷ ରହିବ। କିଛି ଏଭଳି ପ୍ରତିକ୍ରିୟା ରଖିଛନ୍ତି ଫ୍ରାଞ୍ଚାଇଜ୍‌ର ପୂର୍ବ କ୍ରିକେଟ...

ଇତିହାସ ରଚିଲେ ଚହଲ: ଆଇପିଏଲ୍‌ରେ ଏମିତି କାରନାମା କରିବାରେ ପ୍ରଥମ ବୋଲର

ନୂଆଦିଲ୍ଲୀ,୨୩।୪: ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ୟୁଜବେନ୍ଦ୍ର ଚହଲ ତାଙ୍କ ଆଇପିଏଲ କ୍ୟାରିୟରରେ ୨୦୦ ଉଇକେଟ ପୂରଣ କରିଛନ୍ତି। ମୁମ୍ବାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri