Posted inଖେଳ

ରୋହିତଙ୍କ ଶତକ: ଭାରତର ପ୍ରତ୍ୟାବର୍ତ୍ତନ

ରାଞ୍ଚି,୧୯।୧୦(ପି.ଟି.)- ଦକ୍ଷିଣ ଆଫ୍ରିକା ବିପକ୍ଷ ଅନ୍ତିମ ଟେଷ୍ଟ ମ୍ୟାଚ୍‌ରେ ଭାରତ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ଭାରତ ଲଞ୍ଚ୍‌ ସୁଦ୍ଧା ୨୩ ଓଭରରେ ୩ ଉଇକେଟ ହରାଇ ୭୨ ରନ ସଂଗ୍ରହ କରିଥିଲେ ମଧ୍ୟ ପ୍ରତ୍ୟାବର୍ତ୍ତନ କରିଛି। ତାରକା ଓପନର ରୋହିତ ଶର୍ମା ଓ ଉପ ଅଧିନାୟକ ଅଜିଙ୍କ୍ୟ ରାହାନେ ଦୃଢ଼ ବ୍ୟାଟିଂ ପ୍ରଦର୍ଶନ କରିଛନ୍ତି। ରିପୋର୍ଟ ଲେଖାହେବା ବେଳକୁ ଭାରତ ପ୍ରଥମ ଦିବସର ଦ୍ୱିତୀୟ ସେସନରେ ୫୦ ଓଭରରେ ୩ ଉଇକେଟ ହରାଇ ୨୦୦ ରନ ସଂଗ୍ରହ କରିଛି। ରୋହିତ ୧୦୭ ରନର ଶତକୀୟ ପାଳି ଓ ରାହାନେ ୭୦ ରନ କରି ଅପରାଜିତ ରହିଛନ୍ତି। ତୃତୀୟ ଉଇକେଟରେ ଏହି ଦୁଇ ବ୍ୟାଟ୍ସମ୍ୟାନ ଅପରାଜିତ ୧୬୧ ରନ ସଂଗ୍ରହ କରି ସ୍ଥିତି ସମ୍ଭାଳିଛନ୍ତି। ଓପନର ମୟଙ୍କ ଅଗ୍ରଓ୍ବାଲ ୧୦, ଚେତେଶ୍ୱର ପୂଜାରା ଖାତା ଖୋଲିବା ପୂର୍ବରୁ କାଗିସେ ରାବାଡ଼ାଙ୍କ ଦ୍ୱାରା ଆଉଟ ହୋଇଛନ୍ତି। ସେହିପରି ଅଧିନାୟକ ବିରାଟ କୋହଲି ୧୨ ରନକରି ଅନରିଚ ନୋର୍ଜଙ୍କ ଦ୍ୱାରା ଏଲ୍‌ବିଡବ୍ଲ୍ୟୁ ହୋଇ ପ୍ୟାଭିଲିୟନ ଫେରିଛନ୍ତି।
ଝାଡଖଣ୍ଡ ବାମହାଦୀ ସ୍ପିନର ଶାହାବାଜ ନଦିମଙ୍କୁ ଅନ୍ତିମ ଏକାଦଶରେ ସ୍ଥାନ ମିଳିଛି ଓ ସେ ଟେଷ୍ଟ ପଦାର୍ପଣ କରିଛନ୍ତି। କୁଲଦୀବ ଯାଦବ କାନ୍ଧରେ ଦେଖାଦେଇଥିବା ଆଘାତ ସମସ୍ୟା ଯୋଗୁ ଦଳରୁ ବାଦ୍‌ ପଡିଥିଲେ। ଫଳରେ ନଦିମଙ୍କୁ ଖେଳିବା ପାଇଁ ଟିମ୍‌ ମ୍ୟାନେଜମେଣ୍ଟ ସୁଯୋଗ ଦେଇଛି। ଅନ୍ୟପଟେ ଦକ୍ଷିଣ ଆଫ୍ରିକା ଦଳରେ ୫ଟି ପରିବର୍ତ୍ତନ କରାଯାଇଛି। ସିରିଜର ପ୍ରଥମ ଦୁଇଟି ଟେଷ୍ଟ ଜିତି ଭାରତ ୨-୦ରେ ଅଗ୍ରଣୀ ହେବା ସହ ଆଗୁଆ ସିରିଜ ହାତେଇ ନେଇଛି। ଏଥିସହିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିନପ୍‌ରେ ଭାରତ ୨୦୦ ପଏଣ୍ଟ ହାସଲ କରି ତାଲିକାର ଶୀର୍ଷରେ ରହିଛି। ନ୍ୟୁଜିଲାଣ୍ଡ ୪୦ ପଏଣ୍ଟ ପାଇଁ ଦ୍ୱିତୀୟ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିବାହ ପୂର୍ବରୁ ଏହି ଅଭିନେତ୍ରୀଙ୍କୁ ଡେଟ୍‌ କରୁଥିଲେ ଧୋନୀ, ଜାଣିଲେ…

ନୂଆଦିଲ୍ଲୀ,୨୦।୪: ମହେନ୍ଦ୍ର ସିଂ ଧୋନି ଆଜିକାଲି ଆଇପିଏଲ୨୦୨୪ରେ ଖେଳୁଥିବା ନଜର ଆସିଛନ୍ତି । ଧୋନୀ ଚଳିତ ସିଜନରେ ଚେନ୍ନାଇ ପାଇଁ ଅଧିନାୟକ ଭାବରେ ନୁହେଁ ବରଂ...

ଋତୁରାଜ-ରାହୁଲଙ୍କ ଉପରେ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ଗୋଟିଏ ଭୁଲ ଯୋଗୁ ଦେବାକୁ ପଡ଼ିଲା ଜରିମାନା

ନୂଆଦିଲ୍ଲୀ,୨୦।୪: ଆଇପିଏଲ ୨୦୨୪ ଦିନକୁ ଦିନ ଅଧିକ ରୋମାଞ୍ଚକର ହୋଇଯାଉଛି। ଟୁର୍ନାମେଣ୍ଟର ୩୪ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗସ ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ ମଧ୍ୟରେ...

ଚେନ୍ନାଇର ସମ୍ମାନଜନକ ସ୍କୋର

ଲକ୍ଷ୍ନୌ, ୨୦।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଶୁକ୍ରବାର ଅନୁଷ୍ଠିତ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ବିପକ୍ଷ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ସମ୍ମାନଜନକ ସ୍କୋର କରିଛି। ରବୀନ୍ଦ୍ର...

ସେମିଫାଇନାଲରେ ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର, ୨୦।୪(ତପନ ସ୍ବାଇଁ): ଇତିହାସ ରଚିଲା ଓଡ଼ିଶା ଏଫ୍‌ସି। ଅତିରିକ୍ତ ସମୟରେ ଇସାକ ଭନଲାଲରୁଆତଫେଲାଙ୍କ ଗୋଲ ବଳରେ ଓଡ଼ିଶା ଏଫ୍‌ସି ପ୍ରଥମଥର ପାଇଁ ଇଣ୍ଡିଆନ ସୁପର...

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri