Posted inଖେଳ

ରୋହିତ୍‌-ମୟଙ୍କ ଓପନିଂ ଯୋଡି ରଚିଲେ ଇତିହାସ

ବିଶାଖାପାଟନମ୍‌,୩।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ ଓପନର ରୋହିତ ଶର୍ମା ଏବଂ ମୟଙ୍କ ଅଗ୍ରଓ୍ବାଲ୍‌ ଯୋଡି ପ୍ରଥମ ଉଇକେଟ ପାଇଁ ୩୧୭ ରନର ପାର୍ଟନରଶିପ୍‌ କରି ଇତିହାସ ରଚିଛନ୍ତି। ମୟଙ୍କ ଟେଷ୍ଟ କ୍ୟାରିୟରରେ ପ୍ରଥମ ଶତକ ହାସଲ କରିଥିବାବେଳେ ପ୍ରଥମଥର ପାଇଁ ଓପନିଂ ଆସି ରୋହିତ ମଧ୍ୟ ଶତକ ହାସଲ କରିଛନ୍ତି।

ରୋହିତ-ମୟଙ୍କ ଓପନିଂ ଯୋଡି ଦକ୍ଷିଣ ଆଫ୍ରିକା ବିପକ୍ଷରେ ଶତକ ହାସଲ କରିବାରେ ବିଶ୍ୱର ପ୍ରଥମ ଓପନିଂ ଯୋଡି ହୋଇପାରିଛନ୍ତି।

ଦକ୍ଷିଣ ଆଫ୍ରିକା-ଭାରତ ମଧ୍ୟରେ ଆଜି ପର୍ଯ୍ୟନ୍ତ ଖେଳାଯାଇଥିବା ଟେଷ୍ଟ ମ୍ୟାଚରେ ସର୍ବାଧିକ ରନ୍‌ର ପାର୍ଟନରଶିପ୍‌ କରିଛନ୍ତି ରୋହିତ-ମୟଙ୍କ। ୧୯୯୬ରେ କୋଲକାତାରେ ଗ୍ୟାରି କର୍ଷ୍ଟନ ଏବଂ ଆଣ୍ଡ୍ରୁ ହଡସନ୍‌ ପ୍ରଥମ ଉଇକେଟ୍‌ ପାଇଁ ୨୩୬ ରନର ପାର୍ଟନରଶିପ୍‌ କରିଥିଲେ।

ରୋହିତ-ମୟଙ୍କ ଯୋଡି ଦକ୍ଷିଣ ଆଫ୍ରକା ବିପକ୍ଷରେ ତ୍ରିଶତକୀୟ ଓପନିଂ ପାର୍ଟନରଶିପ୍‌ କରିଥିବା ପ୍ରଥମ ଭାରତୀୟ ଯୋଡି ହୋଇପାରିଛନ୍ତି।

ଭାରତୀୟ ମାଟିରେ ପ୍ରଥମେ ଓପନିଂ ଆସି ଶତକ ଲଗାଇବାରେ ମଧ୍ୟ ଦୁହେଁ ପ୍ରଥମ ଭାରତୀୟ ଯୋଡି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri