Posted inଖେଳ

ରୋହିତ ଆହତ

ନୂଆଦିଲ୍ଲୀ,୧।୧୧- ସ୍ଥାନୀୟ ଅରୁଣ ଜେଟଲୀ ଷ୍ଟାଡିୟମରେ ଆସନ୍ତା ରବିବାର ଭାରତ ଓ ବାଂଲାଦେଶ ମଧ୍ୟରେ ପ୍ରଥମ ଟି୨୦ ଖେଳାଯିବ। ଏହି ମ୍ୟାଚ୍‌ ପୂର୍ବରୁ ବିରାଟ କୋହଲିଙ୍କ ଅନୁପସ୍ଥିତିରେ ଭାରତୀୟ ଦଳର ନେତୃତ୍ୱ ନେବାକୁ ଥିବା ରୋହିତ ଶର୍ମା ଆହତ ହୋଇଛନ୍ତି। ଏଣୁ ପ୍ରଥମ ମ୍ୟାଚ୍‌ରେ ତାଙ୍କ ଖେଳିବା ନେଇ ପ୍ରଶ୍ନ ଉଠିଛି। ଶୁକ୍ରବାର ବ୍ୟାଟିଂ କରୁଥିବାବେଳେ ତାଙ୍କ ବାମ ଥାଇରେ ବଲ ବାଜିଛି। ସେ ସଙ୍ଗେସଙ୍ଗେ ଅଭ୍ୟାସ ସେସନରୁ ଚାଲି ଯାଇଥିଲେ ଓ ଆଉ ଫେରି ନ ଥିଲେ। ନିର୍ଦ୍ଧିଷ୍ଟ ଭାବେ ବାଂଲାଦେଶର ମୁସ୍ତାଫିଜୁର ରେହମାନଙ୍କ ବଲକୁ ଉଚିତ ସମ୍ମୁଖୀନ ହେବା ପାଇଁ ବାମହାତୀ ସ୍ପୋଶାଲିଷ୍ଟ ଥ୍ରୋୟର ଶ୍ରୀଲଙ୍କାର ନୁଓ୍ବାନଙ୍କ ସହ ଅଭ୍ୟାସ କରୁଥିଲେ। ଦେଶରେ ପ୍ରାୟ ପ୍ରାକ୍ଟିସ ପିଚ୍‌ ଉନ୍ନତ ମାନର ନ ଥିବାରୁ ବ୍ୟାଟ୍ସମ୍ୟାନମାନେ ନେଟ୍ସରେ ବୋଲରଙ୍କୁ ଖେଳିବା ପୂର୍ବରୁ ରିଦିମକୁ ଆସିବା ପାଇଁ ବିଭିନ୍ନ ଏକ୍ସପର୍ଟଙ୍କ ଥ୍ରୋର ସମ୍ମୁଖୀନ ହୁଅନ୍ତି। ରୋହିତଙ୍କ ଉପଚାର ଦିଆଯାଉଛି। ତାଙ୍କ ସମସ୍ୟାର ସମ୍ପୂର୍ଣ୍ଣ ତଥ୍ୟ ଆସିବା ପରେ ଏ ସମ୍ପର୍କରେ କିଛି କୁହାଯାଇପାରିବ ବୋଲି ଦଳୀୟ ସୂତ୍ରରୁ ଜଣାପଡ଼ିଛି। ତେବେ ସଞ୍ଜୁ ସାମସନ ଫିଲ୍ଡିଂ ଅଭ୍ୟାସ କରୁଥିବାରୁ ତାଙ୍କୁ ଉଇକେଟକିପର ଭୂମିକାରେ ଦେଖିବାକୁ ମିଳିବ ନାହିଁ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri