Posted inଖେଳ

ରୋହିତ ଶର୍ମାଙ୍କ ‘ପୋଲ୍‌’ ଖୋଲି ଦେଲେ ଦୀନେଶ କାର୍ତ୍ତିକ

ଲଣ୍ଡନ,୧୨।୮: ଭାରତୀୟ ଉଇକେଟ କିପର ବ୍ୟାଟ୍ସମ୍ୟାନ ଦୀନେଶ କାର୍ତ୍ତିକ ଏବେ ଇଂଲଣ୍ଡରେ ଅଛନ୍ତି ଏବଂ ଭାରତ-ଇଂଲଣ୍ଡ ଟେଷ୍ଟ ସିରିଜରେ କମେଣ୍ଟ୍ରି କରୁଛନ୍ତି। ପ୍ରଶଂସକମାନେ ମଧ୍ୟ ତାଙ୍କର ନୂଆ ଭୂମିକାକୁ ବହୁତ ପସନ୍ଦ କରୁଛନ୍ତି। ନିକଟରେ ସେ ଭାରତୀୟ ଓପନର୍‌ ରୋହିତ ଶର୍ମାଙ୍କ ସାକ୍ଷାତକାର ନେଇଥିଲେ, ଯାହାର ପ୍ରୋମୋ ସେ ସୋସିଆଲ ମିଡିଆରେ ଶେୟାର କରିଥିଲେ। ଏହି ପ୍ରୋମୋରେ ରୋହିତ ଏବଂ କାର୍ତ୍ତିକ ଏକ କାଫେ ବାହାରେ ବସିଥିବାର ଦେଖାଯାଏ ଏବଂ ଉଭୟଙ୍କ ମଧ୍ୟରେ ଏକ ମଜାଦାର କଥାବାର୍ତ୍ତା ଚାଲିଛି। ଏହି ପ୍ରୋମୋରେ କାର୍ତ୍ତିକ ରିତିକା ସଜଦେହଙ୍କ ପୂର୍ବରୁ ରୋହିତ କ’ଣ କରୁଥିଲେ ତାହା ପ୍ରକାଶ କରିଛନ୍ତି।
କାର୍ତ୍ତିକ ମଧ୍ୟ ରୋହିତଙ୍କ ସାକ୍ଷାତକାର ସହ ଜଡିତ କିଛି ଫଟୋ ଇନଷ୍ଟାଗ୍ରାମରେ ଶେୟାର କରିଛନ୍ତି। ଏହା ସହିତ ସେ କ୍ୟାପସନରେ ଲେଖିଛନ୍ତି ଯେ ଏକାଠି ଖେଳିବା ଠାରୁ ଆରମ୍ଭ କରି ସାକ୍ଷାତକାର ଦେବା ପର୍ଯ୍ୟନ୍ତ, ଆମେ ଏକ ଦୀର୍ଘ ରାସ୍ତା ଅତିକ୍ରମ କରିଛୁ! ତୁମ ବିଷୟରେ ସେହି ସମସ୍ତ ରହସ୍ୟ ପ୍ରକାଶ କରିଥିବାରୁ ଦୁଃଖିତ । ରୋହିତଙ୍କ ସାକ୍ଷାତକାରର ପ୍ରୋମୋ କାର୍ତ୍ତିକ ତାଙ୍କ ଟୁଇଟର ଆକାଉଣ୍ଟରେ ଶେୟାର କରିଛନ୍ତି। ଏଥିରେ ସେ ରୋହିତଙ୍କୁ ପଚାରିଛନ୍ତି ଯେ ରିତିକା ଜୀବନରେ ଆସିବା ପୂର୍ବରୁ ତୁମେ ସୂର୍ଯ୍ୟବଂଶୀ ଭଳି ଚଳଚ୍ଚିତ୍ର ଦେଖୁଥିଲ ଏବଂ ଏବେ ଗେମ୍ସ ଅଫ ଥ୍ରୋନ୍ସ, ବ୍ରେକିଙ୍ଗ ବ୍ୟାଡ୍‌ ଏବଂ ହାଓ ଆଇ ମେଟ୍‌ ୟୋର୍‌ ମଦର୍‌ ଦେଖୁଛ। ଏହି ପରିବର୍ତ୍ତନ କିପରି ହେଲା ବୋଲି ସେ ରୋହିତଙ୍କୁ ପଚାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ଜନ୍ମଦେଲେ ୧୬ ବର୍ଷୀୟା ନାବାଳିକା: ପୋଲିସର ମାମଲା ରୁଜୁ

କେନ୍ଦୁଝର, ହାଟଡିହୀ,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଶୁଭକାନ୍ତ ନାୟକ/ନିରାକାର ପରିଡା ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା କନ୍ୟା ସନ୍ତାନକୁ ଜନ୍ମ…

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ପାଟଣାରେ ଚାଞ୍ଚଲ୍ୟ: କାଠ ଫାଳିଆରେ ପିଟି ସ୍ତ୍ରୀଙ୍କୁ ହତ୍ୟା, ସ୍ୱାମୀ ଅଟକ

ପାଟଣା, ୨୯/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମଲ୍ଲିପଶି ଭୂମିଜ ସାହିରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ…

ନେପାଳ ପରେ, ଚାଇନାରେ ବିପର୍ଯ୍ୟୟ; ୪୯ ଭାରତୀୟ ନିଖୋଜ, ହେଲ୍ପଲାଇନ ନମ୍ବର ଜାରି

ବେଜିଂ,୩୦।୮: ଅଗଷ୍ଟ ୨୬ ରେ ଚାଇନା-ନେପାଳ ସୀମାରେ ଥିବା ଗାଇରୋଙ୍ଗ ବନ୍ଦରରେ ହୋଇଥିବା ଭୂସ୍ଖଳନ ପରେ ପରିସ୍ଥିତି ଜଟିଳ ରହିଛି। ଦକ୍ଷିଣ-ପଶ୍ଚିମ ଚାଇନାର ଜିଜାଙ୍ଗ ସ୍ବୟଂଶାସିତ ଅଞ୍ଚଳର…

ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ: ସାମ୍ବାଦିକତା କେବଳ ଏକ ବିଷୟ ନୁହେଁ, ଏହା ସମାଜ ପ୍ରତି ଦାୟିତ୍ୱବୋଧ ସହ…

ଭଞ୍ଜନଗର, ୩୦/୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ଯୁକ୍ତ ୩ର ନବାଗତ ଛାତ୍ରୀଛାତ୍ରଙ୍କୁ…

ସେକ୍ଟର ମିଟିଂ ଚାଲିଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ବଜ୍ରପାତ, ୯ କର୍ମୀ…

ପାଟଣା,୩୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲିପୋଷି ଅଙ୍ଗନୱାଡ଼ି କେନ୍ଦ୍ରରେ ବୈଠକ ଚାଲିଥିବା ବେଳେ ବଜ୍ରପାତ ହୋଇଛି । ଶନିବାର ୨୩ ଜଣ ଅଙ୍ଗନୱାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri