Posted inଖେଳ

ରୋହିତ ଶର୍ମାଙ୍କ ‘ପୋଲ୍‌’ ଖୋଲି ଦେଲେ ଦୀନେଶ କାର୍ତ୍ତିକ

ଲଣ୍ଡନ,୧୨।୮: ଭାରତୀୟ ଉଇକେଟ କିପର ବ୍ୟାଟ୍ସମ୍ୟାନ ଦୀନେଶ କାର୍ତ୍ତିକ ଏବେ ଇଂଲଣ୍ଡରେ ଅଛନ୍ତି ଏବଂ ଭାରତ-ଇଂଲଣ୍ଡ ଟେଷ୍ଟ ସିରିଜରେ କମେଣ୍ଟ୍ରି କରୁଛନ୍ତି। ପ୍ରଶଂସକମାନେ ମଧ୍ୟ ତାଙ୍କର ନୂଆ ଭୂମିକାକୁ ବହୁତ ପସନ୍ଦ କରୁଛନ୍ତି। ନିକଟରେ ସେ ଭାରତୀୟ ଓପନର୍‌ ରୋହିତ ଶର୍ମାଙ୍କ ସାକ୍ଷାତକାର ନେଇଥିଲେ, ଯାହାର ପ୍ରୋମୋ ସେ ସୋସିଆଲ ମିଡିଆରେ ଶେୟାର କରିଥିଲେ। ଏହି ପ୍ରୋମୋରେ ରୋହିତ ଏବଂ କାର୍ତ୍ତିକ ଏକ କାଫେ ବାହାରେ ବସିଥିବାର ଦେଖାଯାଏ ଏବଂ ଉଭୟଙ୍କ ମଧ୍ୟରେ ଏକ ମଜାଦାର କଥାବାର୍ତ୍ତା ଚାଲିଛି। ଏହି ପ୍ରୋମୋରେ କାର୍ତ୍ତିକ ରିତିକା ସଜଦେହଙ୍କ ପୂର୍ବରୁ ରୋହିତ କ’ଣ କରୁଥିଲେ ତାହା ପ୍ରକାଶ କରିଛନ୍ତି।
କାର୍ତ୍ତିକ ମଧ୍ୟ ରୋହିତଙ୍କ ସାକ୍ଷାତକାର ସହ ଜଡିତ କିଛି ଫଟୋ ଇନଷ୍ଟାଗ୍ରାମରେ ଶେୟାର କରିଛନ୍ତି। ଏହା ସହିତ ସେ କ୍ୟାପସନରେ ଲେଖିଛନ୍ତି ଯେ ଏକାଠି ଖେଳିବା ଠାରୁ ଆରମ୍ଭ କରି ସାକ୍ଷାତକାର ଦେବା ପର୍ଯ୍ୟନ୍ତ, ଆମେ ଏକ ଦୀର୍ଘ ରାସ୍ତା ଅତିକ୍ରମ କରିଛୁ! ତୁମ ବିଷୟରେ ସେହି ସମସ୍ତ ରହସ୍ୟ ପ୍ରକାଶ କରିଥିବାରୁ ଦୁଃଖିତ । ରୋହିତଙ୍କ ସାକ୍ଷାତକାରର ପ୍ରୋମୋ କାର୍ତ୍ତିକ ତାଙ୍କ ଟୁଇଟର ଆକାଉଣ୍ଟରେ ଶେୟାର କରିଛନ୍ତି। ଏଥିରେ ସେ ରୋହିତଙ୍କୁ ପଚାରିଛନ୍ତି ଯେ ରିତିକା ଜୀବନରେ ଆସିବା ପୂର୍ବରୁ ତୁମେ ସୂର୍ଯ୍ୟବଂଶୀ ଭଳି ଚଳଚ୍ଚିତ୍ର ଦେଖୁଥିଲ ଏବଂ ଏବେ ଗେମ୍ସ ଅଫ ଥ୍ରୋନ୍ସ, ବ୍ରେକିଙ୍ଗ ବ୍ୟାଡ୍‌ ଏବଂ ହାଓ ଆଇ ମେଟ୍‌ ୟୋର୍‌ ମଦର୍‌ ଦେଖୁଛ। ଏହି ପରିବର୍ତ୍ତନ କିପରି ହେଲା ବୋଲି ସେ ରୋହିତଙ୍କୁ ପଚାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିବେ ରୋହିତ ଶର୍ମା

ରୋହିତ ଶର୍ମା ପ୍ରଥମ ସିଜିନ ଅର୍ଥାତ୍‌ ୨୦୦୮ ଠାରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଏକ ଅଂଶ ରହିଆସିଛନ୍ତି। ରୋହିତ ହେଉଛନ୍ତି ଆଇପିଏଲର ଅନ୍ୟତମ...

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ...

ଟି -୨୦ ବିଶ୍ୱକପ ଚୟନ ଖବରକୁ ଖଣ୍ଡନ ରୋହିତ ଶର୍ମା, ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୮।୪: ଭାରତୀୟ କ୍ରିକେଟ ଦଳର ଅଧିନାୟକ ରୋହିତ ଶର୍ମା ମିଡିଆ ରିପୋର୍ଟକୁ ଅସ୍ବୀକାର କରିଛନ୍ତି। ଯେଉଁଥିରେ ଦାବି କରାଯାଉଥିଲା ଯେ, ଟି -୨୦ ବିଶ୍ୱକପ ଚୟନକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri