ରୟ, ମୋର୍ଗାନ ଆହତ

ସାଉଥାମ୍ପଟନ,୧୫।୬(ପି.ଟି.): ଇଂଲଣ୍ଡ ଦଳର ଅଧିନାୟକ ଇଅନ ମୋର୍ଗାନ ଓ ଓପନର ଜାସନ ରୟ ଆହତ ହୋଇଛନ୍ତି। ଏଠାରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ରୟଙ୍କ ମାଂସପେଶୀ ଟାଣି ହୋଇଯାଇଥିବାବେଳେ ମୋର୍ଗାନ ପିଠିରେ ଆଘାତ ଲାଗିଛି। ଦୁଇ ଗୁରୁତ୍ୱପୂର୍ଣ୍ଣ ଖେଳାଳି ଆହତ ହୋଇଥିଲେ ମଧ୍ୟ ଦଳର ଭୟର ବାତାବରଣ ସୃଷ୍ଟି ହୋଇନାହିଁ। ମୋ ଅଣ୍ଟାରେ ଯନ୍ତ୍ରଣା ହେଉଛି। ସାଧାରଣତଃ ଏଥିରୁ ମୁକ୍ତ ହେବା ପାଇଁ କିଛି ଦିନ ଲାଗେ। ଏହା ଏପର୍ଯ୍ୟନ୍ତ ଅସ୍ପଷ୍ଟ। କିନ୍ତୁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅଧିକ ତଥ୍ୟ ଜଣାପଡ଼ିବ। କାରଣ ଆଘାତ ଲାଗିବାର ଗୋଟିଏ ଦିନ ପରେ ହିଁ ସମସ୍ୟା ସମ୍ପର୍କରେ ଜଣାପଡ଼େ। ଜାସନଙ୍କ ଡାହାଣ ଗୋଡ଼ରେ ମାଂସପେଶୀ ଟାଣି ହୋଇଯାଇଛି। ଦୁଇ ଖେଳାଳି ଆହତ ହେବା ଦଳର ଚିନ୍ତାର କାରଣ। ହେଲେ ଏଥିରେ ଭୟଭିତ ହେବାର କିଛି ନାହିଁ ବୋଲି ମୋର୍ଗାନ କହିଛନ୍ତି। ଏଭଳି ସମସ୍ୟା ସତ୍ତ୍ୱେ ଇଂଲଣ୍ଡ ଦଳ ଓଲ୍ଡ ଟ୍ରାଫର୍ଡ ଗସ୍ତ କରିଛି। ଆୟୋଜକ ଦଳ ଏଠାରେ ଆଫଗାନିସ୍ତାନକୁ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ବିଜୟ ଧାରାରେ ଲାଗିଲା ବ୍ରେକ

ଅହମଦାବାଦ,୨୨ା୨: ଉଭୟ ବ୍ୟାଟିଂ ଏବଂ ବୋଲିଂରେ ପ୍ରଭାବୀ ପ୍ରଦର୍ଶନ କରି ଚଳିତ ଟି୨୦ ବିଶ୍ୱକପ୍‌ର  ସୁପର-୮ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ୭୬ ରନରେ ଭାରତକୁ ପରାସ୍ତ କରିଛି।…

ଆସାମ କଂଗ୍ରେସକୁ ବଡ଼ ଝଟ୍‌କା: ଭାଜପାରେ ଯୋଗ ଦେଲେ ଭୁପେନ

ଗୁଆହାଟୀ,୨୨ା୨: ଆସାମ କଂଗ୍ରେସର ପୂର୍ବତନ ସଭାପତି ଭୁପେନ କୁମାର ବୋରା ରବିବାର ଆନୁଷ୍ଠାନିକ ଭାବେ ଭାଜପାରେ ସାମିଲ ହୋଇଛନ୍ତି। ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟରେ ଏକ ବଡ଼…

ସୁପର-୮ ମ୍ୟାଚ୍‌ରେ ଇଂଲଣ୍ଡର ବଡ଼ ବିଜୟ

ପାଲିକେଲ,୨୨ା୨- ଓ୍ବିଲ ଜ୍ୟାକ୍ସଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁ ଚଳିତ ଟି୨୦ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟ ମ୍ୟାଚ୍‌ରେ ଇଂଲଣ୍ଡ ୫୧ ରନରେ ଶ୍ରୀଲଙ୍କାକୁ ପରାସ୍ତ କରିଛି। ଇଂଲଣ୍ଡ ଦ୍ୱାରା…

ଭାରତ ଆଗରେ ୧୮୮ ରନ୍‌ର ଟାର୍ଗେଟ୍‌ ରଖିଲା ଦକ୍ଷିଣ ଆଫ୍ରିକା

ଅହମ୍ମଦାବାଦ,୨୨ା୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଚାଲିଥିବା ଟି-୨୦ ବିଶ୍ୱକପ୍‌ ୨୦୨୬ର ସୁପର-୮ ମ୍ୟାଚ୍‌ରେ  ଭାରତ ଆଗରେ ୧୮୮ ରନ୍‌ର ବିଜୟ…

ସ୍କୁଟିରେ ନେଉଥିଲେ ବ୍ରାଉନସୁଗାର, ପାଟ୍ରୋଲିଂବେଳେ ଯାଞ୍ଚ କରିବାରୁ…

ଭଞ୍ଜନଗର,୨୨ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଚୋରା ବ୍ରାଉନସୁଗାର କାରବାର ଅଭିଯୋଗରେ ୨ ଜଣକୁ ଗିରଫ କରିଛି। ସେମାନଙ୍କ ଠାରୁ ୫୧ ଗ୍ରାମ ବ୍ରାଉନସୁଗାର,…

କାର୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଯୁବକଙ୍କ ଜୀବନ

କେନ୍ଦୁଝର,୨୨ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ଥାନା ଅନ୍ତର୍ଗତ ଗୋଳବନ୍ଧ ଗ୍ରାମ ଛକ ନିକଟରେ ରବିବାର ମଧ୍ୟାହ୍ନରେ ଏକ କାର ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ: କୋର୍ଟ ଚାଲାଣ ହେଲେ ୩

ପଟାଙ୍ଗି,୨୨ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମାରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ ଘଟଣାରେ ପୋଲିସ ତଦନ୍ତ…

୪ ରନ୍‌ କରି ଏଡେନ ମାରକ୍ରମ ଆଉଟ୍‌

ଅହମ୍ମଦାବାଦ,୨୨ା୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ପରସ୍ପର ବିପକ୍ଷରେ ଖେଳୁଛନ୍ତି। ଏହା ସୁପର-୮ ରେ ସେମାନଙ୍କର ପ୍ରଥମ ମ୍ୟାଚ୍‌। ଦକ୍ଷିଣ ଆଫ୍ରିକା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri