ଲକ୍ଷାଧିକ ଟଙ୍କାର କାଠ ଜବତ

କେନ୍ଦୁଝର, ୧ା୪ (ସ୍ବ.ପ୍ର./ଡି.ଏନ୍‌.ଏ.)- କେନ୍ଦୁଝର ବନ ବିଭାଗ ଭୂୟାଁ ଜୁଆଙ୍ଗ ପୀଢ ରେଞ୍ଜ ଅନ୍ତର୍ଗତ ୨ଟି ସ୍ଥାନରେ ଚଢାଉ କରି ୨ଟି ଟ୍ରାକ୍ଟର ଜବତ ସହ ଲକ୍ଷାଧିକ ଟଙ୍କାର କାଠ ଜବତ କରିଛି। ସୂଚନା ଅନୁଯାୟୀ, ୨୭ ତାରିଖ ରାତିରେ କତିଲା ଡିପିଏଫ୍‌୍‌ ଅନ୍ତର୍ଗତ ବରଗୋଡା ନିକଟରୁ ଏକ ଟ୍ରାକ୍ଟର ସହ ୮୦ଟି ଶାଳ ବହ୍ଲା ଓ ୨୮ ତାରିଖରେ ତରମାକାନ୍ତ ନିକଟରୁ ଏକ ଟ୍ରାକ୍ଟର ସହ ୧୮୦ଟି ବହ୍ଲା ଜବତ ହୋଇଛି। ବନବିଭାଗର ପାଟ୍ରୋଲିଂ ସମୟରେ ଉଭୟ ଗାଡିର ଡ୍ରାଇଭର ଗାଡି ଛାଡି ଫେରାର୍‌ ହୋଇ ଯାଇଥିବା ଜଣାପଡିଛି। ଏହି ଚଢାଉରେ ଭୂୟଁା ଜୁଆଙ୍ଗ ପୀଢ ରେଞ୍ଜର ମାନସ କୁମାର ମୁର୍ମୁ, ଫରେଷ୍ଟର ଟିକେଶ୍ୱର ମହାନ୍ତ,ଫରେଷ୍ଟ ଗାର୍ଡ ନିରଞ୍ଜନ ସେଠୀ ଓ ଅନ୍ୟ ବନ କର୍ମଚାରୀମାନେ ସାମିଲ ଥିଲେ। କରୋନା ସମୟରେ ସାରା ଭାରତ ଲକ୍‌ ଡାଉନ୍‌ ହୋଇଥିବାବେଳେ ମାଫିଆମାନେ ସକ୍ରିୟ ହୋଇ କାଠ ଚୋରି କରୁଥିବା ଏହି ଦୁଇ ଘଟଣାରୁ ସ୍ପଷ୍ଟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: କମିଟିରେ ଯୋଡ଼ିହେଲେ ନୂତନ କର୍ମକର୍ତ୍ତା, ସ୍ବଚ୍ଛତା ପାଇଁ ୩୦ ଦିନରେ…

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଐତିହାସିକ ଭଞ୍ଜନଗର ଠାକୁରାଣୀ ଯାତ୍ରା ପାଇଁ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀଙ୍କ ଅଧ୍ୟକ୍ଷତାରେ…

ବଲାଙ୍ଗୀର ଟାଉନ୍‌ ପୋଲିସ ପଞ୍ଝାରେ ଗଞ୍ଜେଇ ବେପାରୀ: ବାଇକ୍‌ରେ ଚାଲାଣ ବେଳେ ପଡ଼ିଲେ ଧରା, ୫ କିଲୋ…

ବଲାଙ୍ଗୀର,୨୨।୩ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ କାୟା ବିସ୍ତାର କରୁଥିବା ଗଞ୍ଜେଇ ମାଫିଆଙ୍କ ବିରୋଧରେ ଟାଉନ ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଇକ ଯୋଗେ…

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri