ଲକ୍ଷାଧିକ ଟଙ୍କାର ଜିଞ୍ଜର ସହ ପିକଅପ୍‌ ଜବତ, ଜଣେ ଗିରଫ

ବାଲେଶ୍ୱର ଅଫିସ, ୧୬।୭-ବାଲେଶ୍ୱର ଭ୍ରାମ୍ୟମାଣ ଅବକାରୀ ବିଭାଗ ସୋମବାର ପୂର୍ବାହ୍ନ ସମୟରେ ଶିଳ୍ପାଞ୍ଚଳ ଥାନା ବାମପଦା ଛକରେ ଗୋଟିଏ ପିକଅପ୍‌ ଭ୍ୟାନ୍‌ (ନଂ. ଓଡ଼ି୦୧ୟୁ୪୨୨୨)ରେ ଯାଉଥିବା ୨୫ପେଟି ଜିଞ୍ଜର ଜବତ କରାଯାଇଛି। ଯାହାର ଆନୁମାନିକ ମୂଲ୍ୟ ଦେଢଲକ୍ଷ ଟଙ୍କା ହେବ। ଏହାକୁ ଚାଲାଣ କରୁଥିବା ଡ୍ରାଇଭର ପ୍ରଶାନ୍ତ କୁମାର ପଣ୍ଡାଙ୍କୁ ଗିରଫ କରାଯାଇଛି। ତାଙ୍କ ଘର ବାସୁଦେବପୁର ଥାନା କୁମାରପୁର ଗ୍ରାମରେ।

ଦୀର୍ଘଦିନ ହେଲା ଝାଡ଼ଖଣ୍ଡ ରାଜ୍ୟ ଦେଓଘର ଜିଲାରେ ତିଆରି ହେଉଥିବା ଜିଞ୍ଜର ଓଡ଼ିଶାର ବିଭିନ୍ନ ଜିଲାକୁ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଥିଲା। ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଓ ଜିଲା ଅବକାରୀ ଅଧୀକ୍ଷକ ରାଜେଶ ଭୋତ୍ରାଙ୍କ ନିର୍ଦ୍ଦେଶରେ ଭ୍ରାମ୍ୟମାଣ ଥାନା ଆଇଆଇସି ଉଦେଲାଲ ନାୟକଙ୍କ ତତ୍ତ୍ୱାବଧାନରେ ସୂଚନା ପାଇ ଗାଡ଼ିକୁ ଅଟକାଯାଇଥିଲା। ଗାଡ଼ି ସମେତ ମାଦକ ଦ୍ରବ୍ୟ ଜବତ କରାଯିବା ସହ ଭ୍ରାମ୍ୟମାଣ ଅବକାରୀ ଥାନାରେ ମାମଲା (ନଂ. ୬୭/୧୯-୨୦) ରୁଜୁ କରାଯାଇ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଛି। ସୂଚନାନୁସାରେ ଜିଞ୍ଜର ବୋତଲରେ ୮୬ରୁ ୯୦ ପ୍ରତିଶତ ଆଲକହଲ ରହୁଛି। ଯାହା ମଦଠାରୁ ଅଧିକ ନିଶା ହେବାରେ ସହାୟ ହେଉଛି। ୪୫୦ ଏମ୍‌.ଏଲ୍‌. ଜିଞ୍ଜରକୁ ବୋତଲରେ ପ୍ରିଣ୍ଟରେଟ୍‌ ଲେଖାହୋଇଥିବା ୧୧୫ ଟଙ୍କା ଥିବା ବେଳେ ଚୋରାରେ ୪ଶହ ଟଙ୍କା ନେଇ ବିକ୍ରି କରାଯାଉଛି। ଅନ୍ୟପକ୍ଷରେ ଗତ ଜାନୁୟାରୀ ୧୩ ତାରିଖରେ ଶେରଗଡ଼ସ୍ଥିତ ଟୋଲଗେଟ୍‌ ପଛରୁ ଏକ ଟ୍ରକ୍‌ରେ ଯାଉଥିବା ୧୦୦ପେଟି ଅର୍ଥାତ୍‌ (୨୨୫୦ ଲିଟର) ଧରା ପଡ଼ି ଟ୍ରକ୍‌ ସହ ଜବତ ହୋଇଥିଲା। ଏହିଭଳି ଅନେକ ନିଶା ମାଫିଆମାନେ ଜିଞ୍ଜରକୁ ନେଇ ଉପକୂଳ ଜିଲାଗୁଡ଼ିକରେ ଚୋରା କାରବାର ବିସ୍ତାର କରିବାରେ ସଫଳ ହୋଇଥିବା ଦେଖିବାକୁ ମିଳୁଛି। ଚଢ଼ାଉରେ ସହ ଉପନୀରିକ୍ଷକ ଚନ୍ଦ୍ର ମୋହନ ସେଠୀ ଓ କନଷ୍ଟେବଳ ପ୍ରହଲ୍ଲାଦ ବିଶ୍ୱାଳ ଓ ସେକ କଲିମ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ସହ ଲୁଟିନେଇଥିଲେ ଟଙ୍କା, ପୋଲିସ ୫ ଜଣଙ୍କୁ ଗିରଫ କରି ତାଙ୍କଠାରୁ…

ରିଷିଡ଼ା/ମ.ରାମପୁର,୫ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ମ.ରାମପୁର ନିକଟସ୍ଥ ଅରନଝରଣ ଘାଟିଠାରେ ୩ତାରିଖ ଶୁକ୍ରବାର ୫ଜଣ ଦୁର୍ବୃତ୍ତ ଏକ ଗାଡ଼ିରେ ଆସି ବଗବେଡ଼ା ଗାଁର ହେମସାଗର ଦେହେରିଆ ଓ…

ଶୋଇଥିବାବେଳେ ହତ୍ୟା: ବ୍ୟବଚ୍ଛେଦ ପାଇଁ ଖଟିଆରେ ବୁହା ହୋଇ ଆସିଲା ମୃତଦେହ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୫ା୭(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ନିରାକାର ପରିଡ଼ାଭ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କଣ୍ଟିପାଳ ପଞ୍ଚାୟତ ପଇତାପାଣି ଗ୍ରାମରେ ଗତ ଜୁଲାଇ ୩ ତାରିଖ ରାତିରେ ଶୋଇଥିବାବେଳେ ଏକ…

ଭଞ୍ଜନଗର ପୋଲିସକୁ ବଡ଼ ସଫଳତା: ସୁନା-ରୁପା ଅଳଙ୍କାର ଜବତ, ୪ ଡକାୟତଙ୍କୁ ଗିରଫ କରି…

ଭଞ୍ଜନଗର,୪ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବିଗତ କିଛି ମାସ ହେବ ଚୋରି, ଡକାୟତି ବଢ଼ିଯାଇଛି। ଯାହାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଛି।…

ବନ୍ଧୁକ ମୁନରେ ପେଟ୍ରୋଲ ପମ୍ପରୁ ଲୁଟ୍, ସିସିଟିଭିରେ କଏଦ ହେଲା ଘଟଣା

ବସ୍ତା, ୪।୭ (ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା  ବସ୍ତା ଥାନା ଅନ୍ତର୍ଗତ ଦରଡାସ୍ଥିତ ଏକ ପେଟ୍ରୋଲ ପମ୍ପରୁ ବନ୍ଧୁକ ଦେଖାଇ ଲୁଟ୍ ହୋଇଥିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ…

ପେଟ୍ରୋଲ ପମ୍ପରେ ବନ୍ଧୁକ ଦେଖାଇ ଲୁଟ୍‌

ବାଲେଶ୍ୱର, ୪।୭( ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ଗାନ୍ଧୀ ଛକ – ବାଲିଆପାଳ ରାସ୍ତାର ଦରଡା ପେଟ୍ରୋଲ ପମ୍ପରୁ ଶୁକ୍ରବାର ବିଳମ୍ୱିତ ରାତିରେ…

ଋଣ ଟଙ୍କା ଦେଉନ, ଆତ୍ମହତ୍ୟା କରିବି: ବିଷ ବୋତଲ ଧରି ବ୍ୟାଙ୍କ ମ୍ୟାନଜର୍‌ଙ୍କ ଆଗରେ…

ଭୋଗରାଇ,୪ା୭(ପ୍ରଦୀପ ଦାସ):ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ୍‌ ଚନ୍ଦନେଶ୍ୱର ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ସମ୍ମୁଖରେ ଶୁକ୍ରବାର ଜଣେ ମହିଳା ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ବ୍ୟାଙ୍କ ମ୍ୟାନେଜର…

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କରିଥିଲେ ପ୍ରେମ ବିବାହ: ଦୁର୍ଘଟଣାରେ ଗୁରୁତର ହେଲେ ସ୍ବାମୀ, ଶେଷରେ ଝିଅର ହତ୍ୟା ଅଭିଯୋଗ…

ବାଲେଶ୍ୱର,୩।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ଚାନ୍ଦିପୁର ଥାନା ଅନ୍ତର୍ଗତ ସାହଦା ଗ୍ରାମର ମନିଷ କୁମାର ସାହୁଙ୍କ ପତ୍ନୀ ମମତା ସାହୁ (୨୧) ଗୁରୁବାର ରାତିରେ ଘରେ ଫାଶୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri