ଲକ୍ଷାଧିକ ସୁସ୍ଥ ହେଲେଣି

ନୂଆଦିଲ୍ଲୀ, ୫ା୬:ମହାମାରୀ କରୋନା କାୟାବିସ୍ତାର କରିବାରେ ଲାଗିଛି। ଭାରତରେ ଏବେ କରୋନା ଭୂତାଣୁ ଆକ୍ରାନ୍ତଙ୍କ ସଂଖ୍ୟା ୨ଲକ୍ଷ ୧୮ ହଜାର ଟପିଲାଣି। ୬,୧୦୪ ଜଣଙ୍କ ଜୀବନ ମଧ୍ୟ ଗଲାଣି। କୌଣସି ସଫଳ ଔଷଧ ବାହାରି ନ ଥିବାବେଳେ ଦେଶରେ ଲକ୍ଷାଧିକ ରୋଗୀ ସୁସ୍ଥ ହେବା ନିଶ୍ଚିତ ଭାବେ ଖୁସି ଆଣିଦେଇଛି। ଦେଶରେ ଏବେ ଆକ୍ଟିଭ୍‌ ମାମଲା ୧,୦୭, ୭୦୪ ରହିଥିବା ବେଳେ ସୁସ୍ଥ ହେଲେଣି ୧,୦୪,୬୧୮ ବ୍ୟକ୍ତି। ମହାରାଷ୍ଟ୍ରରେ ୭୪, ୮୬୦ ସଂକ୍ରମିତ ହୋଇଥିବା ବେଳେ ୩୨, ୩୦୪ ଜଣ ସୁସ୍ଥ ହୋଇଛନ୍ତି। ଏଠାରେ ୨,୫୮୭ ଜଣ ପ୍ରାଣ ହରାଇଛନ୍ତି। ତାମିଲନାଡ଼ୁରେ ୨୭,୨୫୯ ଭୂତାଣୁ ଆକ୍ରାନ୍ତ ଥିବାବେଳେ ସୁସ୍ଥ ଲୋକଙ୍କ ସଂଖ୍ୟା ୧୫ ହଜାର ପାଖାପାଖି ପହଞ୍ଚିଲାଣି। ଏଠାରେ ମୃତ୍ୟୁସଂଖ୍ୟା ୨୩୧କୁ ବୃଦ୍ଧଓି ପାଇଛି। ରାଜଧାନୀ ଦିଲ୍ଲୀରେ ୨୩, ୬୪୫ ରୋଗୀଙ୍କ ମଧ୍ୟରୁ ୯,୫୦୦ରୁ ଅଧିକ ବ୍ୟକ୍ତି ସୁସ୍ଥହୋଇ ଘରକୁ ଫେରିଛନ୍ତି। ୬୧୫ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି। ଗୁଜରାଟ, ମଧ୍ୟପ୍ରଦେଶ, ରାଜସ୍ଥାନ, ଉତ୍ତରପ୍ରଦେଶରେ ସଂକ୍ରମିତଙ୍କ ସଂଖ୍ୟା ଯଥାକ୍ରମେ ୧୮,୧୧୭; ୮,୫୮୮; ୯,୭୨୦ ଓ ୯,୨୩୭ ରହିଥିବା ବେଳେ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୧୨, ୨୧୨; ୫,୪୪୫; ୬,୮୧୯ ଓ ୫୪୪୦କୁ ବୃଦ୍ଧିପାଇଛି। ଅନ୍ୟ ରାଜ୍ୟଗୁଡ଼ିକରେ ମଧ୍ୟ ରୋଗୀମାନେ ସୁସ୍ଥ ହେବାରେ ଲାଗିଛନ୍ତି। ଦେଶରେ ପ୍ରବାସୀଙ୍କ ଆଗମନ ପରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଗତ ୨୦ ଦିନ ମଧ୍ୟରେ ଲକ୍ଷାଧିକ ସଂକ୍ରମିତ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ୩, ୯୦୪ ନୂଆ ମାମଲା ସାମ୍ନାକୁ ଆସିଛି। ୬୪ ଜଣଙ୍କ ଜୀବନ ଯାଇଛି। ରୋଗୀସଂଖ୍ୟା ବୃଦ୍ଧି ସହ ସୁସ୍ଥବ୍ୟକ୍ତିଙ୍କ ସଂଖ୍ୟା ବୃଦ୍ଧିପାଇବା ସମସ୍ତଙ୍କୁ ଆଶ୍ୱସ୍ତି ଆଣିଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri