ଲକ୍ଷେ ଟପିଲା ସଂକ୍ରମିତଙ୍କ ସଂଖ୍ୟା

ବ୍ୟାଙ୍କକ୍‌,୭ା୩: ନୋଭେଲ କରୋନା ଭୂତାଣୁ ଦ୍ୱାରା ସଂକ୍ରମିତ ରୋଗୀସଂଖ୍ୟା ଶୁକ୍ରବାର ଲକ୍ଷେ ଟପିଛି। ଏହାକୁ ନେଇ ସାରା ବିଶ୍ୱରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓ୍ବାଲ୍‌ଷ୍ଟ୍ରିଟ୍‌ରେ କାରବାର ମାନ୍ଦା ହେବା ସହିତ ଏସିଆ ଓ ୟୁରୋପୀୟ ଶେୟାର ବଜାର ନିମ୍ନଗାମୀ ହୋଇଛି। ବିଭିନ୍ନ ଦେଶ ଭିଜା କଟକଣା ଲଗାଇବା ଫଳରେ ଅର୍ଥନୀତି ଗୁରୁତର ପ୍ରଭାବିତ ହୋଇଛି। ପର୍ଯ୍ୟଟନ ଓ ହୋଟେଲ ଶିଳ୍ପ ଉପରେ ଏହାର ଅଧିକ ପ୍ରଭାବ ପଡ଼ିଥିବା ଦେଖିବାକୁ ମିଳିଛି। ଆଫ୍ରିକା ଓ ମଧ୍ୟପ୍ରାଚ୍ୟକୁ ଏହି ଭୂତାଣୁ ସଂକ୍ରମିତ ହେଉଥିବାରୁ ବିପର୍ଯ୍ୟୟ ସୃଷ୍ଟି ହୋଇପାରେ ବୋଲି ଓ୍ବାଲର୍‌ଡ ଫୁଡ୍‌ ପ୍ରୋଗ୍ରାମ ପକ୍ଷରୁ ସତର୍କ କରିଦିଆଯାଇଛି।
ଏସିଆ ପରେ ଏବେ ପାଶ୍ଚାତ୍ୟ ଦେଶଗୁଡ଼ିକରେ ମଧ୍ୟ କରୋନା ସଂକ୍ରମଣ ଦ୍ରୁତଗତିରେ ବଢ଼ିଚାଲିଛି। ସଂକ୍ରମଣ ଭୟରେ ଅନେକ ଜାହାଜ ବନ୍ଦରରେ ପ୍ରବେଶ ଅନୁମତି ନ ପାଇଁ ବାହାରେ ଅପେକ୍ଷା କରିରହିଛନ୍ତି। ଚାଇନା ପରେ ଦକ୍ଷିଣ କୋରିଆ ଦ୍ୱିତୀୟ ସର୍ବାଧିକ ସଂକ୍ରମିତ। ତେବେ ଏହି ଦୁଇଦେଶରେ ସଂକ୍ରମଣ ହାର ପୂର୍ବାପେକ୍ଷା ହ୍ରାସ ପାଇଥିବା ଦେଖାଯାଇଛି। ୟୁରୋପୀୟ ରାଷ୍ଟ୍ର ମଧ୍ୟରେ ଇଟାଲୀରେ ସର୍ବାଧିକ ୧୪୮ ଜଣଙ୍କ ମୃତ୍ୟୁ ଘଟିଲାଣି। ଜର୍ମାନୀ ଓ ଫ୍ରାନ୍ସରେ ମଧ୍ୟ କରୋନା ସଂକ୍ରମଣ ଦ୍ରୁତବେଗରେ ବଢ଼ିଚାଲିଛି। ଇରାନରେ ସଂକ୍ରମିତଙ୍କ ସଂଖ୍ୟା ୪୭୪୭ ଟପିଥିବାବେଳେ ୧୨୪ ଜଣଙ୍କ ମୃତ୍ୟୁ ଘଟିଲାଣି। ଆମେରିକାରେ ମଧ୍ୟ କରୋନା ରୋଗୀସଂଖ୍ୟା ୨୩୦ ଟପିଲାଣି। ସଂକ୍ରମଣ ରୋକିବା ପାଇଁ ବିଭିନ୍ନ ଦେଶ ଭିନ୍ନ ଭିନ୍ନ ପ୍ରତିଷେଧକ ବ୍ୟବସ୍ଥା ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫୯ ମଣ୍ଡିରେ ପଡ଼ିରହିଛି ୪ ଲକ୍ଷ ବସ୍ତା ଧାନ, ବର୍ଷା ନେଇ ଚିନ୍ତାରେ ଚାଷୀ

ପଦ୍ମପୁର,୧୮।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ଧାନ କିଣାବିକା ସମସ୍ୟା ସୁଧୁରୁ ନ ଥିବା ବେଳେ ଆଗାମୀ ମୌସୁମୀ ବର୍ଷାକୁ ନେଇ ଚାଷୀ ଚିନ୍ତାରେ ପଡ଼ିଛନ୍ତି।…

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

ବୁଧଙ୍କ କୃପାରୁ ଚମକିବ ଭାଗ୍ୟ: ଏହି ୫ଟି ରାଶିର ଲୋକେ ହେବେ ମାଲାମାଲ୍‌, ଧନବର୍ଷା ସାଙ୍ଗକୁ ବଢ଼ିବ ସୁଖ-ସମୃଦ୍ଧି

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ବୁଧଙ୍କୁ ବୁଦ୍ଧି, ବାଣୀ, ବ୍ୟାପାର, ଗଣିତ, ଶିକ୍ଷା, ତର୍କ ଶକ୍ତି ଏବଂ ଯୋଗାଯୋଗର କାରକ ଗ୍ରହ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ବୁଧ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

ଚାକିରି ପଛରେ କେତେ ଆଉ ଦୌଡ଼ିବେ? ସରକାରଙ୍କ ଏସବୁ ଯୋଜନାରେ ଆରମ୍ଭ କରନ୍ତୁ ନିଜ ବ୍ୟବସାୟ; ମିଳୁଛି ବଡ଼…

ନୂଆଦିଲ୍ଲୀ,୧୭।୬: ଦେଶରେ ସରକାରୀ ଚାକିରି ପାଇଁ ପ୍ରସ୍ତୁତି କରୁଥିବା ଯୁବକଯୁବତୀଙ୍କ ସଂଖ୍ୟା କ୍ରମାଗତ ଭାବେ ବଢ଼ିବାରେ ଲାଗିଛି, କିନ୍ତୁ ପ୍ରତିଯୋଗିତା ଯୋଗୁ  ସମସ୍ତଙ୍କୁ ସରକାରୀ ଚାକିରି ମିଳିବା…

ଚାକିରି ପଛରେ ଗୋଡ଼ାଇବା ଛାଡ଼ନ୍ତୁ, ଜେସିବି କିଣନ୍ତୁ! ମାସକୁ ଲକ୍ଷ ଲକ୍ଷ ରୋଜଗାର, ହେବେ ମାଲାମାଲ୍‌…

ନୂଆଦିଲ୍ଲୀ,୧୭।୬: ଭାରତରେ ଜେସିବି(JCB)ର ଚାହିଦା ବେଶ୍‌ ଅଧିକ। ନାଳ ଖୋଳିବାଠାରୁ ଆରମ୍ଭ କରି ଘର ଭାଙ୍ଗିବା, ନିର୍ମାଣ କାର୍ଯ୍ୟ, ସଡ଼କ ପ୍ରସ୍ତୁତି ଏବଂ ଜମି ସମତଳ କରିବା…

ଦ୍ୱିପାକ୍ଷିକ ବୈଠକବେଳେ ବଡ଼ ପ୍ରତିଶ୍ରୁତି ଦେଲେ ଡୋନାଲ୍ଡ ଟ୍ରମ୍ପ: ମୋଦି ପିଏମ୍‌ ଥିବା ଯାଏ…ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ, ୧୭।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ ଜି-୭ ସମ୍ମିଳନୀ ଅବସରରେ ବୁଧବାର ସାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଦ୍ୱିପାକ୍ଷିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri