ଲକ୍ଷ୍ମୀଦତ୍ତ ହତ୍ୟା ମାମଲା ନଭେମ୍ବର ୫ରେ ଚାର୍ଜଫ୍ରେମ୍‌

ଛତ୍ରପୁର,୨୩ା୧୦(ଡି.ଏନ.ଏ.)  ଛତ୍ରପୁର ଏନ୍‌ଏସିର ତତ୍କାଳୀନ ବିଜେଡି କାଉନସିଲର ଲକ୍ଷ୍ମୀଦତ୍ତ ପ୍ରଧାନ ଓରଫ ବଚ୍ଚନଙ୍କୁ ୨୦୧୭ ସେପ୍ଟେମ୍ବର ୧୬ରେ ତାଙ୍କ ଘର ଆଗରେ ଖଣ୍ଡାରେ ହାଣି ହତ୍ୟା କରାଯାଇଥିଲା। ଏହି ମାମଲାରେ ଶୁଣାଣି ନଭେମ୍ବର ୫ରେ ହେବ ବୋଲି ବୁଧବାର ଏଡିଜେ କୋର୍ଟ ଧାର୍ଯ୍ୟ କରିଛନ୍ତି। ଉକ୍ତ ଦିନ ଚାର୍ଜଫ୍ରେମ ହେବାକୁ ଥିବାରୁ ଏହି ମାମମଲାର ସମସ୍ତ ଅଭିଯୁକ୍ତ କୋର୍ଟରେ ହାଜର ହେବେ। ଏଥିସହ ଏହି ହତ୍ୟା ମାମଲାର ୨ ଅଭିଯୁକ୍ତଙ୍କ ପକ୍ଷରୁ ହୋଇଥିବା ଜାମିନ୍‌ ଆବେଦନ ଉପରେ ମଧ୍ୟ ଏଡିଜେଙ୍କ କୋର୍ଟରେ ଉକ୍ତ ଦିନ ଶୁଣାଣି ହେବ। ଏହି ମାମଲାରେ ସମ୍ପୃକ୍ତ ୫ ଜଣଙ୍କ ପକ୍ଷରୁ କୋର୍ଟରେ ଡିସ୍‌ଚାର୍ଜ ପିଟିଶନ ପୂର୍ବରୁ ଦାଖଲ ହୋଇସାରିଛି। ଏହାଉପରେ ମଧ୍ୟ ଏଡିଜେ କୋର୍ଟ ଶୁଣାଣି କରିବେ ବୋଲି ଜଣାପଡିଛି। ଉକ୍ତ ହତ୍ୟା ମାମଲାରେ ୧୯ ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିଲା। ଏଥିରୁ ବର୍ତ୍ତମାନ ସୁଦ୍ଧା ୨ ଜଣ ଜାମିନ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଦିଲ୍ଲୀ ପୋଲିସ ନାଁରେ ଗୁରୁତର ଅଭିଯୋଗ, ଝିଅମାନଙ୍କୁ ପ୍ରବଳ ମାଡ଼….

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀ ପୋଲିସ ନାଁରେ ଜାତୀୟ ମାନବାଧିକାର କମିଶନରେ ଅଭିଯୋଗ ଦାଖଲ ହୋଇଛି । ୨୦ ଜୁଲାଇରେ ଜନ୍ତର ମନ୍ତରରେ ବିକ୍ଷୋଭ କରୁଥିବା ଛାତ୍ରମାନଙ୍କ ବିରୁଦ୍ଧରେ ଦିଲ୍ଲୀ…

ଉତ୍ତମ ରାଷ୍ଟ୍ର ଗଠନ ପାଇଁ ଉତ୍ତମ ସାହିତ୍ୟ ଚେତନା ଜରୁରୀ

ଭଞ୍ଜନଗର,୨୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ବ୍ଳକ୍ ଶାସନ ପଞ୍ଚାୟତ ଅନ୍ତର୍ଗତ ବଡ଼ଦୋଡଙ୍ଗା ଗ୍ରାମରେ ବୁଧବାର ଏକ କବିତା ଆସର ଏବଂ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି।…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

CJP ଆନ୍ଦୋଳନରେ ପେଲେଟ୍ ଗନ୍ ଫାୟାରିଂ? ସତ କହିଲା ଦିଲ୍ଲୀ ପୋଲିସ!

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଦିଲ୍ଲୀର ଜନ୍ତର-ମନ୍ତରରୁ ସଂସଦ ମାର୍ଚ୍ଚ ପାଇଁ ଆହ୍ୱାନ ଦିଆଯାଇଥିଲା। ଏହି ସମୟରେ ପୋଲିସ ଏବଂ ପ୍ରଦର୍ଶନକାରୀଙ୍କ…

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri