Posted inରାଜ୍ୟ

ଲକ୍ଷ୍ମୀନାରାୟଣ ଭେଟ: ଜଗନ୍ନାଥ ମନ୍ଦିର ନିକଟରେ ପହଞ୍ଚିଲା ନନ୍ଦିଘୋଷ ରଥ

ରଣପୁର,୧୬ା୭ (ସ୍ବ.ପ୍ର.): ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ରଣପୁର ବାହୁଡା ଯାତ୍ରାର ୩ଦିନ ପରେ ସୋମବାର ଶ୍ରଦ୍ଧାଳୁମାନେ ନନ୍ଦିଘୋଷ ରଥ ଟାଣିଥିଲେ । ବାଟରେ ଲକ୍ଷ୍ମୀ ନାରାୟଣ ଭେଟ ପରେ ନନ୍ଦିଘୋଷ ରଥ ଜଗନ୍ନାଥ ମନ୍ଦିର ନିକଟରେ ପହଞ୍ଚାଇ ଦେଇଥିଲେ। ଶନିବାର ତାଳଧ୍ୱଜ ରଥକୁ ଭକ୍ତମାନେ ଟାଣିନେଇ ସିଂହଦ୍ୱାର ନିକଟରେ ପହଞ୍ଚାଇଥିଲେ। ଏହା ପରେ ସୁଭଦ୍ରାଙ୍କ ଦେବଦଳନ ରଥକୁ ମହିଳାମାନେ ଟାଣିଥିଲେ। ରାତ୍ର ହୋଇଯିବାରୁ ନନ୍ଦିଘୋଷ ରଥ ଟଣା ହୋଇପାରି ନ ଥିଲା ।ରବିବାର ଅପରାହ୍ନ ୨ଟାରେ ଜଗନ୍ନାଥଙ୍କ ନନ୍ଦିଘୋଷ ରଥକୁ ଭକ୍ତମାନେ ଟାଣିନେଉଥିଲା ବେଳେ ମାଉସୀ ମା’ ମନ୍ଦିରଠାରୁ ମାତ୍ର ୩ଶହ ମିଟର ଦୂରରେ ରଥର ଅଖ ଭାଙ୍ଗିଯାଇଥିଲା । ରାତିରେ ମହାରଣାମାନେ ଲାଗିପଡି ଅଖ ମରାମତି କାର୍ଯ୍ୟ ସମ୍ପୂର୍ଣ୍ଣ କରିଥିଲେ। ସୋମବାର ଅପରାହ୍ନ ସାଢେ ତିନିଟାରେ ରଥଟଣା ଆରମ୍ଭ ହୋଇଥିଲା। ଜଗନ୍ନାଥ ମନ୍ଦିର ନିକଟରେ ନନ୍ଦିଘୋଷ ରଥ ପହଞ୍ଚିବା ପରେ ଅଭିମାନିନୀ ମା’ ଲକ୍ଷ୍ମୀ ଶ୍ରୀମନ୍ଦିରରୁ ସୁସଜ୍ଜିତ ଦୋଳ ବିମାନରେ ଆସି ରଥ ନିକଟରେ ପହଞ୍ଚିଥିଲେ। ସେଠାରେ ଲକ୍ଷ୍ମୀ ନାରାୟଣ ଭେଟ କରାଯାଇଥିଲା । ରଥରେ ବିରାଜମାନ ମହାପ୍ରଭୁ ଜଗନ୍ନାଥଙ୍କ ସହିତ ମା’ଲକ୍ଷ୍ମୀଙ୍କ ଏହି ଭେଟକୁ ଦେଖି ଉପସ୍ଥିତ ଭକ୍ତମାନେ ବିମୋହିତ ହୋଇପଡିଥିଲେ। ସ୍ଥାନୀୟ ପ୍ରଶାସନ ଓ ପୋଲିସ ସହଯୋଗରେ ଶୃଙ୍ଖଳାର ସହ ସମସ୍ତ କାର୍ଯ୍ୟ ସମାପନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri