ଲକ୍ଷ୍ମୀସାଗର ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ‘ଶିକ୍ଷା ହିଁ ଓଡ଼ିଶାର ମୂଳ ପୁଞ୍ଜି’

ଭୁବନେଶ୍ୱର, ୧୭-୧୧(ବ୍ୟୁରୋ)

ଶିକ୍ଷା ହିଁ ଓଡ଼ିଶାର ମୂଳ ପୁଞ୍ଜି। ଯେତେବେଳେ ସମାଜ ନିଜ ଅଧିକାର ସହ ଦାୟିତ୍ୱ ପ୍ରତି ସଚେତନ ହୁଏ ସେତେବେଳେ ସମାଜ ଆଗକୁ ବଢ଼େ। ଆଜିର ସମାଜରେ ଆମେ ନିଜର ଅଧିକାର ପ୍ରତି ଯେତେ ସଚେତନ, ଦାୟିତ୍ୱ ପ୍ରତି ମଧ୍ୟ ସେତିକି ସଚେତନ ରହିବା ଦରକାର ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଶନିବାର ଲକ୍ଷ୍ମୀସାଗର ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ସମାରୋହକୁ କେନ୍ଦ୍ର ମନ୍ତ୍ରୀ ଉଦ୍‌ଘାଟନ କରି କହିଥିଲେ ଯେ, ଏକବିଂଶ ଶତାବ୍ଦୀ ଜ୍ଞାନ ଆଧାରିତ ଅର୍ଥନୀତି ହେବ। ତେଣୁ ଯେଉଁ ସମାଜ ଶିକ୍ଷାକୁ ଯେତେ ଗୁରୁତ୍ୱ ଦେବ, ତାହା ଏକବିଂଶ ଶତାବ୍ଦୀରେ ସେତେ ଅଧିକ ସଫଳତା ହାସଲ କରିବ ବୋଲି ସେ କହିଥିଲେ। ସେହିପରି ଏହି ସ୍କୁଲରେ ପାଠପଢ଼ି ଯାଇଥିବା ପୁରାତନ ଛାତ୍ର ସଂଘର ସଦସ୍ୟମାନେ ନିଜ ସ୍କୁଲର ଉନ୍ନତି ପାଇଁ କିଛି ଯୋଗଦାନ କରିବା ନେଇ ସେ ପରାମର୍ଶ ଦେଇଥିଲେ। ସେ କହିଛନ୍ତି ଯେ, ୨୦୧୩ରେ ରାଜ୍ୟ ସରକାର ଏହି ସ୍କୁଲର ଦାୟିତ୍ୱ ସମ୍ପୂର୍ଣ୍ଣ ଭାବେ ନେଇଥିଲେ। ଯେଉଁ ସ୍କୁଲର ଦାୟିତ୍ୱ ସରକାର ୨୦୧୩ ମସିହାରେ ନେଲେ, ସେହି ସ୍କୁଲର ଦାୟିତ୍ୱ ଲକ୍ଷ୍ମୀସାଗର ଅଞ୍ଚଳର କିଛି ଉଦ୍ୟୋକ୍ତାମାନେ ୧୯୬୯ ମସିହାରୁ ନେଇ ଆସୁଥିଲେ। ସାମାଜିକ ଦାୟିତ୍ୱବୋଧର ଏହା ଗୋଟିଏ ଉଦାହରଣ ବୋଲି କେନ୍ଦ୍ରମନ୍ତ୍ରୀ ପ୍ରକାଶ କରିଛନ୍ତି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ସ୍ମୃତି ସ୍ତମ୍ଭ ଉନ୍ମୋଚନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ, ରାଜ୍ୟ ସଭା ସଦସ୍ୟ ପଦ୍ମଶ୍ରୀ ରଘୁନାଥ ମହାପାତ୍ର ଯୋଗଦେଇଥିଲେ। ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ରେଣୁକା ମଲ୍ଲିକ, ଲକ୍ଷ୍ମୀସାଗର ଉଚ୍ଚ ବିଦ୍ୟାଳୟ ପୁରାତନ ଛାତ୍ରସଂଘ ସଭାପତି ଯୋଗୀନ୍ଦ୍ର ସାହୁ, ସାଧାରଣ ସମ୍ପାଦକ ଇଂ ଜ୍ଞାନେନ୍ଦ୍ର ନାୟକ ଉପସ୍ଥିତ ଥିଲେ। ସନ୍ଧ୍ୟାରେ ଓଡ଼ିଶୀ ନୃତ୍ୟ, ସମ୍ବଲପୁରୀ ନୃତ୍ୟ, ଗୀତିନାଟ୍ୟ ‘ଠାକୁରରାଜା’ ଭଳି ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା। ବିଦ୍ୟାଳୟର ପୁରାତନ ଛାତ୍ରସଂଘ ପକ୍ଷରୁ ଆୟୋଜିତ ହୋଇଥିବା ଏହି ସମାରୋହରେ ହଜାର ହଜାର ପୁରାତନ ଛାତ୍ରୀଛାତ୍ର ଏକତ୍ର ହୋଇ କାର୍ଯ୍ୟକ୍ରମକୁ ସଫଳ ଭାବେ ପରିଚାଳନା କରିଥିଲେ। ସୁବର୍ଣ୍ଣ ଜୟନ୍ତୀ ସମାରୋହ ଦୁଇଦିନ ଚାଲିବ। ରବିବାର ଉଦ୍‌ଯାପନୀ ସମାରୋହରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…

ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…

ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…

ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

OSSTET ସ୍ଥଗିତ ଚର୍ଚ୍ଚା ଭିତରେ ସ୍ପଷ୍ଟ କଲା BSE, ଏହି ଦିନ ହେବ…

ଭୁବନେଶ୍ବର,୨୯।୯: ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (OSSTET-୨୦୨୬) ସ୍ଥଗିତ ହେବା ନେଇ ଚର୍ଚ୍ଚା ଜୋର ଧରିଥିଲା । ଏହାରି ଭିତରେ ମାଧ୍ୟମିକ ଶିକ୍ଷା ବୋର୍ଡ…

ଓରାଙ୍ଗଉଟାନ ପରେ ଅଜଗର; ଚାଲାଣ ବେଳେ ବାଣୀବିହାର ବ୍ରିଜ ଉପରେ ଖସିପଡ଼ିଲା, ଛାନିଆ ଲୋକେ

ଭୁବନେଶ୍ୱର,୨୯।୯(ତ୍ରିନାଥ ମହାନ୍ତି): ବାଣୀବିହାର ଓଭରବ୍ରିଜ ଉପରେ ସୋମବାର ଏକ ବିରାଟ ଅଜଗର ସାପ ଉଦ୍ଧାର କରାଯାଇଛି । ଉଦ୍ଧାର ହୋଇଥିବା ଅଜଗରକୁ ନେଇ ଏବେ ରାଜଧାନୀରେ ଛନକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?