ଲକ୍ଷ୍ମୀ ହତ୍ୟା ଘଟଣା, ଅଭିଯୁକ୍ତ ସମ୍ପର୍କୀୟ ଦିଅର ଗିରଫ

ଖଲ୍ଲିକୋଟ,୧୩ା୬(ଡି.ଏନ.ଏ.)-ଖଲ୍ଲିକୋଟ ଥାନା ଅନ୍ତର୍ଗତ ଲକ୍ଷ୍ମୀନାରାୟଣପୁର ଗ୍ରାମ ନିକଟ କାଜୁ ଜଙ୍ଗଲରୁ ମେ ୧୧ ତାରିଖରେ ଗୋଳନ୍ଥରା ଥାନା ଅଞ୍ଚଳର ଲକ୍ଷ୍ମୀ ସାହୁଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର କରାଯାଇଥିଲା। ତାଙ୍କୁ ହତ୍ୟା କରିଥିବା ଅଭିଯୋଗରେ ମାସକ ପରେ ପୋଲିସ ମୁଖ୍ୟ ଅଭିଯୁକ୍ତ ତଥା ଲକ୍ଷ୍ମୀଙ୍କ ସମ୍ପର୍କୀୟ ଦିଅର ଖଲ୍ଲିିକୋଟ ଥାନା ବିକ୍ରମପୁର ଗ୍ରାମର ଜୀବନଧର ସାହୁଙ୍କୁ ମଙ୍ଗଳବାର ଗିରଫ କରିଛି । ଲକ୍ଷ୍ମୀଙ୍କ ସହ ତାଙ୍କର ପ୍ରେମ ସମ୍ପର୍କ ରହିଥିଲା। କୌଣସି ଏକ କଥାରେ ସନ୍ଦେହ କରି ଜୀବନଧର ତାଙ୍କୁ ହତ୍ୟା କରିଥିଲେ ବୋଲି ବୁଧବାର ଖବରଦାତା ସମ୍ମିଳନୀରେ ଖଲ୍ଲିିକୋଟ ଆଇଆଇସି ସୁନୀଲ କୁମାର ବେହେରା, ଛତ୍ରପୁର ଏସଡିପିଓ ଉକତ୍ଳ କେଶରୀ ଦାସ ପ୍ରକାଶ କରିଛନ୍ତି ।
ପୋଲିସ ଆହୁରି ସୂଚନା ଦେଇଛି ଯେ, ଲକ୍ଷ୍ମୀ ଜଣେ ବିବାହିତ ମହିଳା। ତାଙ୍କ ସ୍ବାମୀ ଅନ୍ୟ ରାଜ୍ୟରେ କାମ କରନ୍ତି । ସମ୍ପକୀୟ ଦିଅର ଜୀବନଧର ଲକ୍ଷ୍ମୀଙ୍କ ଘରକୁ ଯା’ ଆସ କରନ୍ତି। ଏହି ସମୟରେ ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। କୌଣସି କାରଣରୁ ଲକ୍ଷ୍ମୀଙ୍କ ଉପରେ ଜୀବନଧରଙ୍କ ସନ୍ଦେହ ସୃଷ୍ଟି ହୋଇଥିଲା। ମେ ୧୦ ତାରିଖରେ ଲକ୍ଷ୍ମୀଙ୍କୁ ବୁଲିଯିବା କହି ଜୀବନଧର ବାଇକ ଆଣି ଖଲ୍ଲିକୋଟ ଅଞ୍ଚଳକୁ ଆସିଥିଲେ। ସେହିଦିନ ସନ୍ଧ୍ୟା ୫ଟାରେ ଲକ୍ଷ୍ମୀନାରାୟଣପୁର କାଜୁତୋଟା ନିଛାଟିଆ ଅଞ୍ଚଳକୁ ନେଇ ଏକ ଛୁରିରେ ଲକ୍ଷ୍ମୀଙ୍କୁ ବାରମ୍ବାର ଆଘାତ ଦେଇ ଚାଲି ଆସିଥିଲେ। ଫଳରେ ଉକ୍ତ ଜଙ୍ଗଲରେ ଲକ୍ଷ୍ମୀଙ୍କ ମୃତ୍ୟୁ ଘଟିଥିଲା । ପରଦିନ ଅର୍ଥାତ ମେ ୧୧ ତାରିଖରେ ମୃତଦେହ ପଡିଥିବା ପୋଲିସ ଖବର ପାଇଥିଲା। ମୃତଦେହ ଜବତ କରାଯାଇଥିଲା। ଏ ନେଇ ନଂ. ୧୧୩/୨୦୧୯ ମାମଲାର ରୁଜୁ କରାଯାଇ ତଦନ୍ତ ଚାଲିଥିଲା। ଆଇଆଇସିଙ୍କ ନେତୃତ୍ୱରେ ଏକ ସ୍ବତନ୍ତ୍ର ଟିମ ଗଠନ ହୋଇଥିଲା । ମଙ୍ଗଳବାର ଖୋର୍ଦ୍ଧା ଥାନା ବାଘମାରୀ ଅଞ୍ଚଳରୁ ଜୀବନଧରଙ୍କୁ ଗିରଫ କରାଯିବା ସହ ହତ୍ୟାରେ ବ୍ୟବହୃତ ଛୁରି, ଗୋଟିଏ ମୋବାଇଲ ଫୋନ, ଓ ଏକ ବାଇକ ଜବତ ହୋଇଛି । ବୁଧବାର ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

କଲେଜ ବ୍ୟାଗ୍‌ରେ ଗଞ୍ଜେଇ ଚାଲାଣ, ଧରାପଡ଼ିଲେ ଯୁବକ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକରେ ସୋମବାର ସନ୍ଦେହ ଜନକ ଭାବେ ଠିଆ ହୋଇଥିବା ଜଣେ ଯୁବକଙ୍କ କଲେଜ ବ୍ୟାଗକୁ ପୋଲିସ ଯାଞ୍ଚ…

ତେଜିଲା ଆନ୍ଦୋଳନ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୮।୯(ଦିଲ୍ଲୀପି ସାମଲ/ଦ୍ୱାରିକା ସାମଲ): ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଭୋଟ ଚୋରି ଅଭିଯୋଗକୁ ନେଇ ମୁଖ୍ୟ ନିର୍ବାଚନ କମିସନରଙ୍କ ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ…

ପଞ୍ଚାୟତ କାର୍ଯ୍ୟାଳୟରେ ଆଇନ ସଚେତନତା: ବିଭିନ୍ନ ଆଇନ ସମ୍ପର୍କରେ ଆଲୋଚନା

ଦିଗପହଣ୍ଡି, ୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ କାର୍ଯ୍ୟାଳୟ ସଭାଗୃହରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ସୋମବାର ଏକ…

ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ଶିବରାମ; ଚାଲିଗଲା ଜୀବନ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨୮ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଛଣମେରି ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଛଣମେରି…

ଷୋଡ଼ଶ ପର୍ବ ପାଇଁ ପ୍ରଶାସନ ତତ୍ପର: ଝଲସିବ ମା’ ତାରାତାରିଣୀ ପୀଠ

ପୁରୁଷୋତ୍ତମପୁର,୨୮ା୯(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପବିତ୍ର ଷୋଡ଼ଶ ପର୍ବକୁ ନେଇ ଚଳଚଞ୍ଚଳ ହୋଇଉଠିଛି। ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?