ଲକ୍‌ଡାଉନ୍‌କୁ ନେଇ କ୍ଷୋଭ ପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୨୩।୩: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢି ଚାଲିଛି। ତେବେ କରୋନାର ମୁକାବିଲା କରିବାକୁ କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଥିବା ବେଳେ ଏହାକୁ କେତେଜଣ ସାଧାରଣ ଜନତା ପାଳନ କରୁ ନ ଥିବା ଦେଖାଯାଇଛି। ରବିବାର ‘ଜନତା କର୍ଫ୍ୟୁ’କୁ ଲୋକେ ଯେଉଁଭଳି ଭାବେ ପାଳନ କଲେ ତାହା ସ୍ବାଗତଯୋଗ୍ୟ। ହେଲେ ଦେଶର ଯେଉଁ ସହରରେ କରୋନା ପଜିଟିଭ ଥିବା ରୋଗୀ ରହିଛନ୍ତି ସେହିଭଳି ପ୍ରାୟ ୭୫ ଜିଲାକୁ କେନ୍ଦ୍ର ସରକାର ମାର୍ଚ୍ଚ ୨୩ ସୋମବାରଠାରୁ ୩୧ ତାରିଖ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ କରିବାକୁ ଘୋଷଣା କରିଥିବା ବେଳେ ଏହାକୁ କିନ୍ତୁ ଅଧିକାଂଶ ଲୋକେ ପାଳନ ନ କରିଥିବା ଦେଖାଯାଇଛି। ସୋମବାର ସକାଳୁ ବିଭିନ୍ନ ସହରରେ ଲୋକେ ଏଣେତେଣେ ବୁଲିବା ଦେଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ଷୋଭ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଏବେବି ଦେଖାଯାଉଛି ଲୋକେ ଏଣେତେଣେ ବୁଲୁଛନ୍ତି। ମୋଦି ଅନୁରୋଧ କରି କହିଛନ୍ତି ଦୟାକରି ନିଜକୁ ଓ ନିଜ ପରିବାରକୁ ରକ୍ଷା କରନ୍ତୁ। ନିୟମକୁ କଡାକଡି ପାଳନ କରନ୍ତୁ। ଏହାପରେ କେନ୍ଦ୍ର ସରକାର ଲକ୍‌ଡାଉନ୍‌ କରାଯାଇଥିବା ସମସ୍ତ ରାଜ୍ୟକୁ ନିର୍ଦ୍ଦେଶ ଦେଇଛନ୍ତି, ଯେଉଁମାନେ ନିୟମ ଉଲ୍ଲଂଘନ କରୁଛନ୍ତି ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ଏନ୍‌ସିଆରରେ ପ୍ରବଳ ବର୍ଷା: ବଦଳିଲା ୧୫ ବିମାନର ରୁଟ୍‌

ନୂଆଦିଲ୍ଲୀ,୨୪।୮: ଦିଲ୍ଲୀ ଏନ୍‌ସିଆରରେ ପ୍ରବଳ ବର୍ଷା ହୋଇଛି। ପ୍ରବଳ ବର୍ଷା ଯୋଗୁ ବିମାନ ସେବା ପ୍ରଭାବିତ ହୋଇଛି। ବର୍ଷାକୁ ଦୃଷ୍ଟିରେ ରଖି ଦିଲ୍ଲୀ ବିମାନବନ୍ଦରରେ ୧୫ଟି ବିମାନର…

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ…

‘ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ’, TVKର ଦାବିରେ କଂଗ୍ରେସର କଟାକ୍ଷ- ‘୨୭୨ ସାଂସଦ…’

ଚେନ୍ନାଇ, ୨୪।୮: ତାମିଲନାଡୁର ରାଜନୀତିରେ ଅଭିନେତାରୁ ନେତା ପାଲଟିଥିବା ସି. ଜୋସେଫ ବିଜୟ ଅର୍ଥାତ୍‌ ଥଲାପତି ବିଜୟଙ୍କୁ ନେଇ ରାଜନୈତିକ ବୟାନବାଜି ତୀବ୍ର ହୋଇଛି। ବିଜୟଙ୍କ ଦଳ…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri