ଲକ୍‌ଡାଉନ୍‌ରୁ ବଢ଼ିଛି ଘରୋଇ ହିଂସା: ଅଭ୍ୟାସଗତ ଅପରାଧୀଙ୍କୁ ଚିହ୍ନଟ କରିବାକୁ ପୋଲିସକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ମାର୍ଚ୍ଚ ୨୧ରୁ ରାଜ୍ୟରେ ଲକ୍‌ଡାଉନ୍‌ ଆରମ୍ଭ ହୋଇଛି। ଏହି ସମୟ ମଧ୍ୟରେ ଲୋକମାନେ ନିଜ ନିଜ ଘରେ ରହିଛନ୍ତି। ଘରେ ରହିବା ଯୋଗୁ ପାରିବାରିକ ହିଂସା ବଢ଼ୁଥିବା ଜଣାପଡ଼ିଛି। କୋଭିଡ୍‌ ପାଇଁ ବ୍ୟସ୍ତ ଥିବା ପୋଲିସ ପାରିବାରିକ ହିଂସା ସଂକ୍ରାନ୍ତ ମାମଲାକୁ ତୁଟାଇବା ଲାଗି ସମୟ ପାଉ ନାହିଁ। ଲକ୍‌ଡାଉନ୍‌ ଥିବା ଯୋଗୁ ଘରୋଇ ହିଂସାର ସମ୍ମୁଖୀନ ହେଉଥିବା ବ୍ୟକ୍ତିମାନେ ଥାନାରେ ଅଭିଯୋଗ କରିପାରୁ ନାହାନ୍ତି। ଏହାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି। ଅଭ୍ୟାସଗତ ଅପରାଧୀଙ୍କୁ ଚିହ୍ନଟ କରିବା ଏବଂ ଫୋନ୍‌ କଲ୍‌ ଜରିଆରେ ଆବେଦନକାରୀଙ୍କୁ ସହାୟତା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି। ଯଦି କୌଣସି ବ୍ୟକ୍ତି ବାରମ୍ବାର ଘରୋଇ ହିଂସାରେ ଲିପ୍ତ ରହିଥିବେ ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

ଧରିତ୍ରୀ ପ୍ରଭାବ: ରାସ୍ତାରୁ ହଟିଲା ବିପଜ୍ଜନକ ଚାମ୍ବର

ଥୁଆମୂଳ ରାମପୁର, ୧୦ା୭ (ଦୁର୍ଗା କୀର୍ତ୍ତି): ଧରିତ୍ରୀରେ ଖବର ପ୍ରକାଶ ପରେ ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ମୁଖ୍ୟ ରାସ୍ତାରେ ବିପଦସଙ୍କୁଳ ଅବସ୍ଥାରେ ଥିବା ଦୁଇଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri